ପ୍ରବଳ ଜାଡରେ ଥରୁଛି ଓଡ଼ିଶା: ଆଜିଠୁ ରାଜ୍ୟରେ ଘନ କୁହୁଡି,୧୪ ଜିଲ୍ଲାକୁ ସତର୍କ ସୂଚନା
Odisha Weather: ସାରା ରାଜ୍ୟରେ ଥଣ୍ତାର ଲହରି ଜାରି ରହିଛି । ଏହାସହ ରାଜ୍ୟରେ ଅଧିକାଂଶ ଅଞ୍ଚଳରେ ଘନ କୁହୁଡି ଦୃଶ୍ୟମାନ ହେଉଛି । ଆସନ୍ତା ୩ ଦିନ ଅର୍ଥାତ୍ ୨୫ ତାରିଖ ପର୍ଯ୍ୟନ୍ତ ଘନ କୁହୁଡି ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି । ସେହିପରି ଆଜିଠୁ ଶୀତର ପ୍ରକୋପ ସାମାନ୍ୟ କମିବାର ସମ୍ଭାବନା ରହିଛି ।
ଉପକୂଳ ଓଡ଼ିଶା, ପଶ୍ଚିମ ଓଡ଼ିଶା ଏବଂ ଦକ୍ଷିଣ ଓଡ଼ିଶାର ଅନେକ ସ୍ଥାନରେ ଘନ କୁହୁଡି ଦୃଶ୍ୟମାନ ହେଉଛି । ଘନ କୁହୁଡି ପାଇଁ ଦୁର୍ଘଟଣା ଏଡାଇବା ପାଇଁ ପଦକ୍ଷେପ ନେବା ପାଇଁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଏସଆଉସି । ୨୩ ତାରିଖ ସକାଳେ ପ୍ରବଳ କୁହୁଡ଼ି ଦୃଶ୍ୟମାନ ହୋଇଛି । ବାୟୁମଣ୍ଡଳରେ ଗୁରୁଚାପ ବଳୟ ସୃଷ୍ଟି ହେବାକୁ ଥିବାରୁ ୨୩, ୨୪ ଏବଂ ୨୫ ତାରିଖ ପର୍ଯ୍ୟନ୍ତ ପ୍ରବଳ କୁହୁଡ଼ି ଜାରି କରିବ।

ଉପକୂଳ ସମେତ ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ କୁହୁଡ଼ିର ମାତ୍ରା ଅଧିକ ରହିବ। ୨୩ ତାରିଖରେ ୧୦ ଜିଲ୍ଲା ଓ ୨୪ ତାରିଖରେ ୧୮ ଜିଲ୍ଲାକୁ ଘନ କୁହୁଡ଼ି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଦୃଶ୍ୟମାନ ଦୂରତା ୨୦୦ ମିଟରରୁ କମ୍ ରହିବା ନେଇ ଚେତାବନୀ ଦିଆଯାଇଛି ।
ସୁନ୍ଦରଗଡ଼, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, କଟକ, ଖୋର୍ଦ୍ଧା, ଯାଜପୁର, ନୟାଗଡ଼, ପୁରୀ ଆଦି ସ୍ଥାନରେ ଆଜି ଓ ଆସନ୍ତାକାଲି ସକାଳେ ଘନ କୁହୁଡିର ସମ୍ଭାବନା ରହିଛି । ସେହିପରି ଶନିବାର ରାତି ଓ ରବିବାର ସକାଳ ପାଇଁ ମଧ୍ୟ ବିଭିନ୍ନ ଜିଲ୍ଲାକୁ ଘନ କୁହୁଡି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେପଟେ ପତର-ପଶ୍ଚିମ ଦିଗରୁ ଓଡ଼ିଶାକୁ ପ୍ରବାହିତ ହେଉଥିବା ଶୁଷ୍କ ଥଣ୍ତା ବାୟୁ ଧୀରେ ଧୀରେ ଦୁର୍ବଳ ହେଉଛି । ଯାହା ଫଳରେ ରାଜ୍ୟରେ ଶୀତ କମିବ । କିଛି କିଛି ସ୍ଥାନରେ ରାତ୍ରି ତାପମାତ୍ରା ୨ ରୁ ୪ ଡିଗ୍ରୀ ବୃଦ୍ଧି ପାଇବାର ଆଶଙ୍କା ରହିଛି ।












Click it and Unblock the Notifications