Get Updates
Get notified of breaking news, exclusive insights, and must-see stories!

ଆହୁରି 3 ଦିନ ରହିବ କୁହୁଡ଼ି, ସତର୍କ ରହିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର: ରାଜ୍ୟରେ କମିଛି ତାପମାତ୍ରା । ରାତିର ତାପମାତ୍ରା କମିବା ସହ ବଢୁଛି ଶୀତ । ଏହା ସହ କଲବଲ କରୁଛି କୁହୁଡି । ଘନ କୁହୁଡ଼ି ବଳୟ ଯୋଗୁଁ ଦୃଶ୍ୟମାନ ଦୂରତା ମଧ୍ୟ କମୁଛି । ସକାଳୁ ସକାଳୁ ରାସ୍ତାଘାଟ ଦେଖାଯାଉନାହିଁ । ଆହୁରି 3 ଦିନ ବିଭିନ୍ନ ଜିଲ୍ଲାରେ ଘନ କୁହୁଡି ହେବାର ସମ୍ଭାବନା ରହିଛି । ଆଜି ଏବଂ 21 ଓ 22 ତାରିଖରେ ପ୍ରଭାବିତ ହେବାକୁ ଥିବା ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ କରାଇଛନ୍ତି ଏସଆରସି ।

weather

ଆଜି ସକାଳ 8.30 ଯାଏଁ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ଗଞ୍ଜାମ, କଳାହାଣ୍ଡି, ବଲାଙ୍ଗିର, ସୋନପୁର, ବୌଦ୍ଧ, କଟକ, ଢେଙ୍କାନାଳ, ଅନୁଗୁଳ ପାଇଁ ଆଲର୍ଟ ଜାରି ହୋଇଛି । ତେବେ ଆଜି ଠାରୁ 21 ତାରିଖ ଯାଏଁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, କୋରାପୁଟ, ସୋନପୁର, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳକୁ ଆଲର୍ଟ ଜାରି ହୋଇଛି । ଘନକୁହୁଡ଼ିକୁ ଦୃଷ୍ଟିରେ ରଖି ଅତ୍ୟାବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ପରିବହନ ଓ ପୁଲିସକୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି । ଏଥିସହ ଦୁର୍ଘଟଣା ଏଡ଼ାଇବା ପାଇଁ ପଦକ୍ଷେପ ନେବାକୁ ପରାମର୍ଶ ଦିଆଯାଇଛି ।

ଏହା ବାଦ୍ ଆସନ୍ତା 25 ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ହେବ । ଆଭ୍ୟନ୍ତରୀଣ ଓ ଉତ୍ତର ଓଡ଼ିଶାର ବିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ଆଶଙ୍କା ରହିଛି । ଏବେ ଫସଲ ଅମଳ ଚାଲିଥିବାରୁ ବର୍ଷା ଯୋଗୁ ଅମଳ କ୍ଷତିଗ୍ରସ୍ତ ହେବାର ଭୟ ଘନେଇଛି । ପୁଣି ମଣ୍ଡିରେ ଧାନ ସଂଗ୍ରହ ଚାଲିଥିବାରୁ ଖୋଲା ଆକାଶରେ ପଡ଼ିଥିବା ଧାନ ନଷ୍ଟ ହେବାର ଆଶଙ୍କା ସୃଷ୍ଟି ହୋଇଛି ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+