ଆଗାମୀ ଦୁଇ ତିନି ଦିନ ଯାଏଁ ରାଜ୍ୟରେ ବିଭିନ୍ନ ସ୍ଥାନରେ ଘନ କୁହୁଡି
ରାଜ୍ୟରେ ବିଭିନ୍ନ ସ୍ଥାନରେ କୁହୁଡି । ଆଗାମୀ ଦୁଇ ତିନି ଦିନ ଯାଏଁ ରାଜ୍ୟରେ ଘନ କୁହୁଡି ଦେଖାଯିବ । ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡିଶାର କିଛି ଜିଲ୍ଲାରେ ଘନ କୁହୁଡି ଦେଖାଯିବ । ପାଗରେ ବିଶେଷ ପରିବର୍ତ୍ତନ ହେବନି ।
ଗତକାଲି ରାଜଧାନୀ ଭୁବନେଶ୍ୱର ସମେତ କଟକ, କେନ୍ଦ୍ରାପଡା, ରାଉରକେଲା, ଅନୁଗୁଳ ଓ ଫୁଲବାଣୀରେ ଘନ କୁହୁଡି ଦେଖିବାକୁ ମିଳିଥିଲା । ଭୁବନେଶ୍ୱରରେ ସର୍ବନିମ୍ନ ଦୃଶ୍ୟମାନ ଦୂରତା ଶହେ ମିଟର ରେକର୍ଡ ହୋଇଛି । ଘନ କୁହୁଡି ଯୋଗୁଁ ଗାଡି ଚଳାଚଳରେ ବାଧା ଉପୁଜିଥିଲା ।
ଆସନ୍ତାକାଲି ମଧ୍ୟ କିଛି ଜିଲ୍ଲାରେ କୁହୁଡ଼ିର ପ୍ରଭାବ ରହିବ । ଆଗକୁ ଦୁଇ ଦିନ ପରେ ବାୟୁ ଚଳାଚଳରେ ପରିବର୍ତ୍ତନ ହେତୁ ରାଜ୍ୟର ଅନେକ ସ୍ଥାନରେ ରାତ୍ରି ତାପମାତ୍ରାରେ ୨ ରୁ ୩ଡ଼ିଗ୍ରୀ ପର୍ଯ୍ୟନ୍ତ ହ୍ରାସ ଘଟିବାର ସମ୍ଭାବନା ରହିଛି ।

ବିଶେଷକରି ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ପ୍ରଭାବ ଦେଖାଦେଇଛି । ଏନେଇ ପୂର୍ବରୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ କରାଯାଇଥିଲା ।
ରାଜଧାନୀ ଭୁବନେଶ୍ୱର ସମେତ ବଣାଇ ଅଞ୍ଚଳରେ କୁହୁଡି ଯୋଗୁ ଯାତାୟାତରେ ବାଧା ଉପୁଜିଛି । ବଣାଇ ଅଞ୍ଚଳରେ କୁହୁଡି ଯୋଗୁ ରାସ୍ତାରେ ଯାନବାହାନ ଚଳାଇବା କଷ୍ଟକର ବ୍ୟାପାର ହୋଇପଡିଛି ।












Click it and Unblock the Notifications