ସୃଷ୍ଟି ହେଲା ଲଘୁଚାପ, ଆସନ୍ତାକାଲି ନେବ ବାତ୍ୟା ରୂପ !
ଭୁବନେଶ୍ୱର:ଦକ୍ଷିଣ- ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ଦିଆଗଲା ସୂଚନା । ଆସନ୍ତାକାଲି ସୁଦ୍ଧା ଲଘୁଚାପ କ୍ଷେତ୍ରଟି ଅବପାତରେ ପରିଣତ ହେବାର ସମ୍ଭାବନ ରହିଛି । ଏହାପରେ ଅଧିକ ଘନୀଭୂତ ହୋଇ ବାତ୍ୟାର ରୂପ ନେବା ସମ୍ଭାବନା ରହିଛି ।

ଆସନ୍ତାକାଲି ସୁଦ୍ଧା ଲଘୁଚାପ କ୍ଷେତ୍ରଟି ଅଧିକ ଘନୀଭୂତ ହେବ ୧୦ ତାରିଖ ବେଳକୁ ଅଧିକ ଘନୀଭୂତ ହୋଇ ବାତ୍ୟାର ରୂପ ନେବାର ଆଶଙ୍କା ରହିଛି । ପରେ ୧୧ ତାରିଖରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ପହଞ୍ଚିବ ଏହି ସାମୁଦ୍ରିକ ଝଡ଼ । ଏହା ପରେ ଉତ୍ତର ପୂର୍ବ ଦିଗରେ ଗତି କରି ବାଂଲାଦେଶ-ମିଆଁମାର ଆଡକୁ ମୁହାଁଇବ ସମ୍ଭାବ୍ୟ ବାତ୍ୟା । ଏନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ ।
ସୃଷ୍ଟି ହେଲା ଲଘୁଚାପ !! pic.twitter.com/mJlr4NwAmi
— Meteorological Centre, Bhubaneswar (@mcbbsr) May 8, 2023
ବର୍ତ୍ତମାନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଶାନ୍ତ ରହିବ ତେଣୁ ମତ୍ସଜୀବିଙ୍କୁ ସମୁଦ୍ର ମଧ୍ୟକୁ ଯିବା ପାଇଁ ବାରଣ କରାଯାଇଛି । ଏହି ସମୟରେ ସର୍ବାଧିକ ଘଣ୍ଟା ପ୍ରତି ୮୦ କି.ମି, ବେଗରେ ପବନ ବହିବାର ସମ୍ଭାବନା ରହିଛି । ୧୦ ଓ ୧୧ ତାରିଖ ବେଳକୁ ସମୁଦ୍ର ଆହୁରି ଅଶାନ୍ତ ହୋଇପାରେ ବୋଲି ପୂର୍ବାନୁମାନ କରାଯାଇଛି ।












Click it and Unblock the Notifications