ଅବପାତର ରୂପ ନେଲା ଲଘୁଚାପ ; ଆଗାମୀ ୫ଦିନ ପ୍ରବଳ ବର୍ଷା, ପୂର୍ବାନୁମାନ କଲା ପାଣିପାଗ ବିଭାଗ
ଆଗାମୀ ୫ ଦିନ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। କାରଣ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତର ରୂପନେଲା । ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଓଡ଼ିଶା ଉପକୂଳ ଛୁଇଁବାର ସମ୍ଭାବନା ରଲିଛି। ଏହାର ପ୍ରଭାବରେ ଆଗାମୀ ୫ଦିନ ସାରା ରାଜ୍ୟରେ ଜାରି ରହିବ ବର୍ଷା।

ପରବର୍ତ୍ତୀ ୨୪ ଘଣ୍ଟାରେ ଅବପାତ ଓଡ଼ିଶା ଉପକୂଳ ଅତିକ୍ରମ କରିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଏହାର ପ୍ରଭାବରେ ଆଜିଠୁ ଆସନ୍ତା ୨୨ ତାରିଖ ଯାଏଁ ରାଜ୍ୟରେ ବର୍ଷା ଲାଗି ରହିବ ।
ଏହି ସମୟରେ ସମୁଦ୍ର ଅଶାନ୍ତ ଥିବାରୁ ମତ୍ସ୍ୟଜୀବୀମାନଙ୍କୁ ଆସନ୍ତା ୨ ଦିନ ପର୍ୟ୍ୟନ୍ତ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି । ରାଜ୍ୟରେ ୪ ଦିନ ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ତିନି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର ।
ପ୍ରବଳ ବର୍ଷା କାରଣରୁ ତଳିଆ ଅଞ୍ଚଳରେ ଜଳବନ୍ଦୀ ସମସ୍ୟା ଦେଖାଦେଇପାରେ । ଏଥିପାଇଁ ସଂଲଗ୍ନ ଅଞ୍ଚଳର ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ କହିଛନ୍ତି ସ୍ବତନ୍ତ୍ର ରିଲିଫ୍ କମିଶନର । ଭୁବନେଶ୍ୱର ଏବଂ କଟକରେ ମଧ୍ୟ ବର୍ଷା ନେଇ ଆକଳନ ହୋଇଛି । ବର୍ଷା ସହିତ ଘଡଘଡି ଆଶଙ୍କା କରିଛି ପାଣିପାଗ କେନ୍ଦ୍ର ।












Click it and Unblock the Notifications