ସୁଭଦ୍ରା ଟଙ୍କା ମିଳିନଥିବା ମହିଳାଙ୍କ ପାଇଁ ଉପ ମୁଖ୍ୟମନ୍ତ୍ରୀ ଦେଲେ ବଡ ସୂଚନା, ଏମିତି କଲେ ଆସିବ ଟଙ୍କା
ସୁଭଦ୍ରା ଟଙ୍କା ପାଇନଥିବା ମହିଳାଙ୍କୁ ମନ୍ତ୍ର ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରୀଡା। ପ୍ରଭାତୀ ପରିଡା ଏକ ଗୁରୁତ୍ୱପୂର୍ଣ୍ଣ ପରାମର୍ଶ ଦେଇ କହିଛନ୍ତି, ଗୋଟିଏ ଆକାଉଣ୍ଟ ସହ ଗୋଟିଏ ମୋବାଇଲ ନମ୍ବର ଲିଙ୍କ ଥିବା ଆବଶ୍ୟକ। ପ୍ରାୟ ୫ ଲକ୍ଷ ଆବେଦନକାରୀଙ୍କର ବ୍ୟାଙ୍କ ସହ ଲିଙ୍କେଜ ହୋଇନି।

ବ୍ୟାଙ୍କ ଆକାଉଣ୍ଟ-ଆଧାର-ମୋବାଇଲ ନମ୍ବର ମଧ୍ୟରେ ସମନ୍ବୟ ନାହିଁ। ଯାହାର ଦୁଇ ତିନିଟି ଆକାଉଣ୍ଟ, ସେମାନଙ୍କର ଏଭଳି ସମସ୍ୟା ହେଉଛି। ବ୍ୟାଙ୍କ ଯାଇ ଗୋଟିଏ ଆକାଉଣ୍ଟ ସହ ଗୋଟିଏ ମୋବାଇଲ ନମ୍ବର ଯୋଡ଼ନ୍ତୁ। ୨୪ ତାରିଖରେ ବାକି ଥିବା ହିତାଧିକାରୀଙ୍କୁ ଟଙ୍କା ମିଳିବ। କେହି ବଞ୍ଚିତ ହେଲେ ୨୪ ତାରିଖ ପରେ ଗାଁ ଗାଁକୁ ଟିମ ଯିବ। ଅଙ୍ଗନବାଡ଼ି କର୍ମୀ ବ୍ୟକ୍ତିଗତ ଭାବେ ଯାଇ ଭେରିଫିକେସନ କରିବେ।












Click it and Unblock the Notifications