ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓଙ୍କ ହାତରେ ରାକ୍ଷୀ ବାନ୍ଧିଲେ ପ୍ରଭାତୀ
ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓଙ୍କ ହାତରେ ରାକ୍ଷୀ ବାନ୍ଧିଲେ ପ୍ରଭାତୀ ପରିଡା। ସିଂହ ଦେଓ ଲେଖିଛନ୍ତି ଯେ, ଆଜି ପବିତ୍ର ରକ୍ଷା ବନ୍ଧନ ଅବସର ରେ ମାନନୀୟା ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ମୋ ହାତ ରେ ରାକ୍ଷୀ ବାନ୍ଧି ମୋର ଆଶୀର୍ବାଦ ନେଇଥିଲେ ଏହା ମୋ ପାଇଁ ଅତ୍ୟନ୍ତ ସୁଖଦ ଅନୁଭୂତି ଥିଲା।

ରାକ୍ଷୀ ପୂର୍ଣ୍ଣିମାରେ ଆଜି ମିଳିବ ସୁଭଦ୍ରା ଟଙ୍କା । ଅଗଷ୍ଟ ୯ ତାରିଖରେ ରାକ୍ଷୀ ପୂର୍ଣ୍ଣିମା ଅବସରରେ ସୁଭଦ୍ରାର ତୃତୀୟ କିସ୍ତି ଟଙ୍କା ପ୍ରଦାନ କରାଯିବ । ତେବେ ଯେଉଁ ହିତାଧିକାରୀ ଭାବେ ପ୍ରଥମ ଦୁଇଟି କିସ୍ତିରେ ଟଙ୍କା ପାଇନାହାନ୍ତି, ସେମାନଙ୍କୁ ମଧ୍ୟ ଟଙ୍କା ପ୍ରଦାନ ପାଇଁ ପ୍ରକ୍ରିୟା ଆରମ୍ଭ ହେବ । ପ୍ରାୟ ୧ଲକ୍ଷ ୮୮ ହଜାର ମହିଳା ଏପର୍ଯ୍ୟନ୍ତ ସୁଭଦ୍ରା ଟଙ୍କା ପାଇନାହାନ୍ତି । ତୃତୀୟ କିସ୍ତି ଟଙ୍କା ପ୍ରଦାନ ପରେ ଏନେଇ ସମୀକ୍ଷା ହେବ ।
ଏହାପୂର୍ବରୁ ଗତ ଏପ୍ରିଲ ୨୪ରେ ମିଳିଥିଲା ସୁଭଦ୍ରା ଯୋଜନାର ଷଷ୍ଠ ପର୍ଯ୍ୟାୟ ଟଙ୍କା । ଯେଉଁମାନେ ଯୋଜନାର ଲାଭ ପାଇବା ପାଇଁ ଆବେଦନ କରିଥିଲେ । ସେମାନଙ୍କ ମଧ୍ୟରୁ ଯିଏ ଯୋଗ୍ୟ ବିବେଚିତ ହେବେ ସେମାନେ ଟଙ୍କା ପାଇବେ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ପୂର୍ବରୁ କହି ସାରିଛନ୍ତି । ପ୍ରଭାତୀଙ୍କ ଏହି ସୂଚନା ପରେ ଏବେ ପୁଣି ଥରେ ସୁଭଦ୍ରା ଆବେଦନକାରୀଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଛି ।
ଗତ ଏପ୍ରିଲ୍ରେ ରାଜ୍ୟରେ ଅନେକ ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିଥିଲା । ହେଲେ ଅନେକଙ୍କ କୌଣସି କାରଣ ବଶତଃ ଆକାଉଣ୍ଟକୁ ଟଙ୍କା ଆସିନଥିଲା । କିନ୍ତୁ ସେମାନେ ଏବେ ଆଦୌ ବ୍ୟସ୍ତ ହେବାର ଆବଶ୍ୟକତା ନାହିଁ । କାରଣ ପୁଣି ଥରେ ସୁଭଦ୍ରା ଟଙ୍କା ଆକାଉଣ୍ଟକୁ ଆସିବାକୁ ଯାଉଛି ।


Click it and Unblock the Notifications
