ସୁଭଦ୍ରାରୁ ବାଦ୍ ପଡ଼ିଥିବା ୨ ଲକ୍ଷ ମହିଳାଙ୍କ ପୁନଃ ଆବେଦନ ଅନାବଶ୍ୟକ: ଉପମୁଖ୍ୟମନ୍ତ୍ରୀ

ସୁଭଦ୍ରାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବଡ଼ ସୂଚନା ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ବାଦ୍‌ ପଡ଼ିଥିବା ୨ ଲକ୍ଷ ମହିଳାଙ୍କ ପୁନଃ ଆବେଦନ ଅନାବଶ୍ୟକ। ଆଉ ପୁନର୍ବାର ସେମାନଙ୍କୁ ଆବେଦନ କରିବାକୁ ପଡ଼ିବ ନାହିଁ। ତଥ୍ୟ ଯାଞ୍ଚ ଚାଲିଛି, ଯୋଗ୍ୟ ହେଲେ ସୁଭଦ୍ରା ଟଙ୍କା ଦେବେ ସରକାର। କାଲି ସୁଦ୍ଧା ୭ ହଜାର ହିତାଧିକାରୀଙ୍କ ମତାମତ ସଂଗ୍ରହ ହୋଇସାରିଛି। ମାସେ ଭିତରେ ୨୨ ହଜାର ହିତାଧିକାରୀଙ୍କ ମତାମତ ଆମର ଟାର୍ଗେଟ ରହିଛି। ଆହୁରି ୧୮ ଦିନ ସମୟ ଅଛି, ଠିକ ସମୟରେ ଟାର୍ଗେଟ ପୂରା ହୋଇଯିବ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ।

ଅଗଷ୍ଟ ୯ ତାରିଖ ପରେ ଖୋଲିବ ସୁଭଦ୍ରା ପୋର୍ଟାଲ। ଏନେଇ ବୁଧବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇ କହିଛନ୍ତି, ବାଦ ପଡ଼ିଥିବା ହିତାଧିକାରୀଙ୍କୁ ଯୋଡ଼ିବାକୁ ସର୍ଭେ ହେବ। ୨୧ ବର୍ଷ ହୋଇଥିବା ଯୁବତୀ/ମହିଳା କରିପାରିବେ ଆବେଦନ।

Deputy Chief Minister pravati parida

ସୂଚନାନୁସାରେ ପ୍ରଥମ କିସ୍ତି ନେଲା ପରେ କିଏ ଆଇଟି ରିଟର୍ଣ୍ଣ ଭରିଛି ତ ଆଉ କିଏ ଗାଡ଼ି କିଣିଥିବା ଜଣା ପଡିଛି। ଏହାର ସର୍ଭେ ହେବ, ତଥ୍ୟ ସଠିକ ଥିଲେ ଆଉ ସୁଭଦ୍ରା ଟଙ୍କା ମିଳିବ ନାହିଁ ବୋଲି କହିଛନ୍ତି ପ୍ରଭାତୀ ପରିଡା। ଏପରିକି କି ୯୩ ହଜାର ମହିଳା ଯାହାଙ୍କୁ ୬୦ ବର୍ଷ ହୋଇଛି ସେମାନେ ସିଧାସଳଖ sspd ଜରିଆରେ ଭତ୍ତା ପାଇଁ ବିବେଚିତ ହୋଇଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+