ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏଣିକି ସର୍ବସାଧାରଣ ସ୍ଥାନରେ ଖୋଲାଯିବ ବ୍ରେଷ୍ଟ ଫିଡ଼ିଂ ସେଣ୍ଟର

ସପିଂ ମଲ୍‌ରେ ଖୋଲିବ ବ୍ରେଷ୍ଟ ଫିଡିଂ ସେଣ୍ଟର। ବ୍ୟବସାୟୀ ଅନୁଷ୍ଠାନକୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ଅନୁରୋଧ। ସରକାରୀ ଅଫିସ ଓ ଅଭିଯୋଗ ଶୁଣାଣୀ ସ୍ଥାନରେ ବ୍ରେଷ୍ଟ ଫିଡିଂ ସେଣ୍ଟର ଖୋଲିବ। ଆଗକୁ ବସ୍ ଷ୍ଟାଣ୍ଡ, ରେଳ ଷ୍ଟେସନ, ପରିବା ହାଟ, ବଜାର ଭଳି ସର୍ବସାଧାରଣ ସ୍ଥାନରେ ମଧ୍ୟ ସେଣ୍ଟର ଖୋଲାଯିବ। ବିଶ୍ଵ ସ୍ତନ୍ୟପାନ ସପ୍ତାହ ଉପଲକ୍ଷେ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ୨ଟି ୱେବସାଇଟ୍ ଲଞ୍ଚ ହୋଇଛି।

ମହିଳା କମିଶନର ବ୍ରେଷ୍ଟ ଫିଡ଼ିଂ ସେଣ୍ଟର୍ ରାଜ୍ୟର ପ୍ରଥମ ସେଣ୍ଟର୍ ଭାବେ ଖୋଲାଗଲା । ସେହିଭଳି ମହିଳା ସମାଜକଲ୍ୟାଣ ବୋର୍ଡରେ ସମାଜସେବୀ ଯୋଡ଼ି ହେବା ପାଇଁ ଲୋକକଲ୍ୟାଣ ଆପ ଉନ୍ମୋଚନ କରାଗଲା ।ବ୍ରେଷ୍ଟ ଫିଡ଼ିଂ ଦ୍ଵାରା ବ୍ରେଷ୍ଟ କ୍ୟାନସର, ଟାଇପ୍ ୨ ଡାଇବେଟିସ୍ ଭଳି ରୋଗ ମା'କୁ ହେବନି ଓ ପିଲାଟି ମଧ୍ୟ ଅପପୁଷ୍ଟିର ଶିକାର ହେବନି । ଏହାସହ ଆଗକୁ ସରକାରୀ ଅଫିସ୍ ଓ ଅଭିଯୋଗ ଶୁଣାଣି ସ୍ଥାନରେ ଏହି ସେଣ୍ଟର ଖୋଲାଯିବ ।

Deputy Chief

ସପିଂ ମଲ୍ ଯେଉଁଗୁଡିକରେ ମହିଳା ଗ୍ରାହକ ୭୫ ପ୍ରତିଶତରୁ ଅଧିକ ସେମାନେ ମହିଳା ମାନଙ୍କ ପାଇଁ ଶୌଚାଳୟ ଓ ବ୍ରେଷ୍ଟ ଫିଡ଼ିଂ ସେଣ୍ଟର ନିହାତି କରିବା କଥା । ଏହା ନହେଲେ ମହିଳାଙ୍କ ସ୍ବାସ୍ଥ୍ୟ ଉପରେ ପ୍ରଭାବ ପଡ଼ିବ । ପିଇବା ପାଇଁ ପାଣି, ଶୌଚାଳୟ ଓ ବ୍ରେଷ୍ଟ ଫିଡ଼ିଂ ବ୍ୟବସ୍ଥା ନ ହେବେ ଆଗକୁ ତା ପାଇଁ ବ୍ୟବସ୍ଥା ସରକାର କରିବେ । ନାଲି ଆଖି ନୁହେଁ ସରକାର ସହଯୋଗ ମାଗନ୍ତି । ତେଣୁ ବ୍ୟବସାୟିକ ଅନୁଷ୍ଠାନ ଗୁଡ଼ିକୁ ନିଜ ଗ୍ରାହକଙ୍କ ପାଇଁ ଛୋଟ କୋଠରୀର ବ୍ୟବସ୍ଥା କରିବାକୁ ଉପ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+