କେନ୍ଦ୍ର ବଜେଟ ଉପରେ ଉପମୁଖ୍ୟମନ୍ତ୍ରୀଙ୍କ ପ୍ରତିକ୍ରିୟା
ନୂଆଦିଲ୍ଲୀ: ଆଜି ମୋଦୀ ସରକାରଙ୍କ ତୃତୀୟ କାର୍ଯ୍ୟକାଳର ପ୍ରଥମ ବଜେଟ୍ ଉପସ୍ଥାପନ କରାଯାଇଛି । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ଏହି ବଜେଟ୍ ଉପସ୍ଥାପନ କରୁଛନ୍ତି । ନିର୍ମଳା ସୀତାରମଣ ତାଙ୍କ ବଜେଟ୍ ଅଭିଭାଷଣରେ କହିଛନ୍ତି, 'ଭାରତର ଅର୍ଥନୀତିର ଅଭିବୃଦ୍ଧି ଅତ୍ୟନ୍ତ ଭଲ ରହିଛି । ଏହା ସହ ଭାରତର ମୁଦ୍ରାସ୍ଫୀତି ସ୍ଥିର ରହିଛି । ଏହି ବଜେଟରେ ଗରିବ, ଯୁବପିଢ଼ି, ମହିଳା, କୃଷକ ଇତ୍ୟାଦିଙ୍କୁ ଗୁରୁତ୍ୱ ଦିଆଯାଇଛି ।
ତେବେ ମୋଦି ସରକାରଙ୍କ ଏହି ବଜେଟରେ ଅର୍ଥମନ୍ତ୍ରୀ ଅନେକ ବଡ଼ ଘୋଷଣା କରିଛନ୍ତି । ଯୁବ, ଶିକ୍ଷା, କୃଷି ଏବଂ ରୋଜଗାରର ଦକ୍ଷତା ବିକାଶ ଭଳି କ୍ଷେତ୍ରରେ ସେ ବଜେଟ୍ରେ ବିଶେଷ ଧ୍ୟାନ ଦେଇଛନ୍ତି । ଏଥି ସହ ବଜେଟ୍ରେ ଓଡ଼ିଶାକୁ ବିଶେଷ ଗୁରତ୍ୱ ଦିଆଯାଇଛି । ମନ୍ଦିର, ବନ୍ୟଜନ୍ତୁ, ସାମୁଦ୍ରିକ ସଂପଦ ପାଇଁ ଓଡ଼ିଶା ଜଣାଶୁଣା । ତେଣୁ ଓଡ଼ିଶାରେ ପର୍ଯ୍ୟଟନକୁ ବିଶେଷ ଗୁରୁତ୍ୱ ଦିଆଯିବ । ବଣ୍ୟପ୍ରାଣୀ ଅଭୟାରଣ୍ୟ ଓ ବେଳାଭୂମିର ବିକାଶ ପାଇଁ ସ୍ୱତନ୍ତ୍ର ଆର୍ôଥକ ସହାୟତା ଦିଆଯିବ ବୋଲି ଅର୍ଥମନ୍ତ୍ରୀ ଘୋଷଣା କରିଛନ୍ତି ।













Click it and Unblock the Notifications