ଉପ ମୁଖ୍ୟମନ୍ତ୍ରୀଙ୍କ ବଡ଼ ବୟାନ, ‘ଖୁବଶୀଘ୍ର ଓଡ଼ିଶା ଏକ ଯୌତୁକ ମୁକ୍ତ ରାଜ୍ୟ ହେବ’

ଭୁବନେଶ୍ୱର: ଏଣିକି ଆଉ କେହି ଯୌତୁକ ନେବେନି । ଯୌତୁକ ମୁକ୍ତ ହେବ ଆମ ରାଜ୍ୟ ଓଡ଼ିଶା । ଏନେଇ ନିର୍ଦ୍ଦେଶ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ସେ କହିଛନ୍ତି, ଯୌତୁକ ଏକ ପରମ୍ପରା ନୁହେଁ, ସଂସ୍କୃତି ନୁହେଁ କି ବ୍ୟକ୍ତିଗତ ବ୍ୟାପାର ନୁହେଁ, ଏହା ଏକ ସାମାଜିକ ବ୍ୟାଧି । ଯୌତୁକ ନିଷେଧ ଆଇନ ୧୯୬୧ ପ୍ରଣୟନର ୬୦ ବର୍ଷ ପରେ ମଧ୍ୟ ସମାଜରେ ଏବେ ବି ଯୌତୁକ ଦିଆନିଆ ହେଉଛି ବୋଲି ଏକଦିବସୀୟ ଯୌତୁକ ନିଷେଧ ଆଇନ ୧୯୬୧ ଉପଜିଲ୍ଲାପାଳ ସମ୍ମିଳନୀ କାର୍ଯ୍ୟକ୍ରମରେ ଦୃଢ ମତ ରଖିଛନ୍ତି ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା ।

ଉପ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଯୌତୁକ ଏକ ପରମ୍ପରା ନୁହେଁ, ସଂସ୍କୃତି ନୁହେଁ କି ବ୍ୟକ୍ତିଗତ ବ୍ୟାପାର ନୁହେଁ, ଏହା ଏକ ସାମାଜିକ ବ୍ୟାଧି ରୂପେ ଉଭା ହୋଇଛି । ଯୌତୁକ ନିଷେଧ ଆଇନ ୧୯୬୧ ପ୍ରଣୟନର ୬୦ ବର୍ଷ ପରେ ମଧ୍ୟ ସମାଜରେ ଏବେ ବି ଯୌତୁକ ପ୍ରଥା ଜାରି ରହିଛି । ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା ଆହୁରି କହିଛନ୍ତି ଯେ, ଆମ ନାଗରିକମାନଙ୍କୁ ସୁରକ୍ଷା ଦେବା ପାଇଁ ଉଦ୍ଦିଷ୍ଟ ଆଇନଗୁଡିକ ପ୍ରଭାବଶାଳୀ ଭାବରେ କାର୍ଯ୍ୟକାରୀ କରିବା ପ୍ରଶାସନିକ ଅଧିକାରୀଙ୍କ ଦାୟିତ୍ଵ । ତେଣୁ ଉପ ଜିଲ୍ଲାପାଳ ଭାବରେ, ଏହି ଯୌତୁକ ନିଷେଧ ଅଧିନିୟମ, ୧୯୬୧ ଆଇନକୁ କଡାକଡି ଭାବେ କାର୍ଯ୍ୟକରି କରିବା ସହ ଏହି ଆଇନର ଦୁରୂପୋଯୋଗକୁ ରୋକିବାରେ ଉପ ଜିଲାପାଳଙ୍କର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ।

deputy cm

ତେଣୁ କରି ଆଜିର ଏହି ଡିଜିଟାଲ ଯୁଗରେ ସୋସିଆଲ ମିଡିଆ ମାଧ୍ୟମରେ ଯୌତୁକ ଆଇନ ସମ୍ବନ୍ଧରେ ଜନସଚେତନତା ସୃଷ୍ଟି କରିବା ନିମନ୍ତେ ଶ୍ରୀମତି ପରିଡା, ଉପ-ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଏହି ଆଇନ ଅନୁଯାୟୀ ଯୌତୁକ ନିଷେଧ ଅଧିକାରୀମାନଙ୍କୁ ଯୌତୁକ ମାମଲାରେ ପ୍ରତିଷେଧକ ବ୍ୟବସ୍ଥା ଗ୍ରହଣ କରିବା, ଅନୁସନ୍ଧାନ କରିବା ଏବଂ ପ୍ରମାଣ ସଂଗ୍ରହ କରିବାକୁ କ୍ଷମତା ପ୍ରଦାନ କରାଯାଇଛି।

ପ୍ରତ୍ୟେକ ଅଧିନିୟମର ସଫଳତା ସଠିକ ଓ ସମୟୋଚିତ କାର୍ଯ୍ୟକାରିତା ତଥା ବ୍ୟାପକ ଜନସଚେତନତା ଉପରେ ନିର୍ଭର କରେ। ଆଜିର ଡିଜିଟାଲ ଯୁଗରେ ସୋସିଆଲ ମିଡିଆ ମାଧ୍ୟମରେ ଯୌତୁକ ଆଇନ ସମ୍ବନ୍ଧରେ ଜନସଚେତନତା ସୃଷ୍ଟି କରିବା ନିମନ୍ତେ ସେ ଉପ-ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ମହିଳାମାନଙ୍କ ସମ୍ମାନ ପାଇଁ ଏହା ଏକ ବଡ ପଦକ୍ଷେପ ହେବ ବୋଲି ସେ ଉଲ୍ଲେଖ କରିଛନ୍ତି।

ଏହି କାର୍ଯ୍ୟକ୍ରମରେ ମହିଳା ଓ ଶିଶୁ ବିକାଶ ବିଭାଗ ପ୍ରମୁଖ ଶାସନ ସଚିବ ଶୁଭା ଶର୍ମା ଓ ବିଭାଗୀୟ ନିର୍ଦ୍ଦେଶିକା ମୋନିଷା ବାନାର୍ଜୀ ଉପସ୍ଥିତ ଥିଲେ । ଏହି କାର୍ଯ୍ୟକ୍ରମରେ ୩୦ଟି ଜିଲାର ଉପ-ଜିଲାପାଳ ମାନେ ଯୋଗ ଦେବା ସହ ମୁଖ୍ୟ ବକ୍ତା ଭାବେ ଉଚ୍ଚ ନ୍ୟାୟାଳୟ ଆଇନଜୀବୀ ଦୀପକ ନରେନ୍ଦ୍ର ଯୋଗ ଦେଇଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+