ସମଲେଇ ପ୍ରକଳ୍ପ ଲୋକର୍ପଣ ପାଇଁ ଶ୍ରୀମନ୍ଦିରକୁ ନିମନ୍ତ୍ରଣ, ସବୁ ଘରୁ ମା'ଙ୍କ ପାଇଁ ଆସିବ ସିନ୍ଦୁର
ସମ୍ବଲପୁର: ପଶ୍ଚିମଓଡ଼ିଶାର ଅଧିଷ୍ଠାତ୍ରୀ ଦେବୀ ସମଲେଇ ମନ୍ଦିର ରୂପାନ୍ତରଣ ପ୍ରକଳ୍ପର ଲୋକାର୍ପଣ ଜାନୁଆରୀ 27 ରେ ହେବ । ଏନେଇ ମହାପ୍ରଭୁ ଜଗନ୍ନାଥଙ୍କୁ ମିଳିଛି ଦେବ ନିମନ୍ତ୍ରଣ । ମା' ସମଲେଶ୍ୱରୀ ପୀଠରୁ ଏକ ପ୍ରତିନିଧି ଦଳ ଶ୍ରୀମନ୍ଦିର ଆସି ନିମନ୍ତ୍ରଣ ପତ୍ର ପ୍ରଦାନ କରିଛନ୍ତି । ଏହା ପୂର୍ବରୁ ଭୁବନେଶ୍ୱରରେ ଶ୍ରୀଲିଙ୍ଗରାଜଙ୍କୁ ବି ନିମନ୍ତ୍ରଣ ପତ୍ର ପ୍ରଦାନ କରିଥିଲେ ସମଲେଇ ମନ୍ଦିର ଟ୍ରଷ୍ଟ ବୋର୍ଡର ସଦସ୍ୟ, ସଭାପତି ଓ ପୂଜାରୀ ।

ଏହା ପରେ ନବୀନ ନିବାସ ଆସି ମଙ୍ଗଳାଷ୍ଟକ ଗାନ କରି ମୁଖ୍ୟମନ୍ତ୍ରୀଙ୍କୁ ଆଶୀର୍ବାଦ କରିଥିଲେ ଏବଂ ପ୍ରକଳ୍ପର ଲୋକାର୍ପଣ ପାଇଁ ନିମନ୍ତ୍ରଣ ଦେଇଥିଲେ । ମାଆଙ୍କ ପୀଠର ରୂପାନ୍ତର ପାଇଁ ମୁଖ୍ୟମନ୍ତ୍ରୀ ଓ 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କୁ ଧନ୍ୟବାଦ ଦେଇଥିଲେ ।
ଲୋକାର୍ପଣ ପାଇଁ ଟ୍ରଷ୍ଟ ବୋର୍ଡ ପକ୍ଷରୁ ସବୁ ଘରକୁ ନଡିଆ ପଠାଯିବ ଏବଂ ସବୁ ଘରୁ ମାଆଙ୍କ ପାଇଁ ସିନ୍ଦୁର ଆସିବ । ରାଜ୍ୟ ସରକାର ମାଆଙ୍କ ପୀଠ ଓ ସମ୍ବଲପୁର ସହରର ଉନ୍ନତି ପାଇଁ ସବୁବେଳେ ଗୁରୁତ୍ବ ଦେଇ ଆସିଛନ୍ତି । ଆଗାମୀ ଦିନରେ ମଧ୍ୟ ଏହି କାର୍ଯ୍ୟ ଜାରି ରହିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ମାଆଙ୍କ ଆଶୀର୍ବାଦରୁ ସବୁ କାମ ଭଲରେ ଭଲରେ ଚାଲିଛି ଏବଂ ଆଗକୁ ମଧ୍ୟ ସବୁ କାମ ଭଲରେ ହେବ । ସମସ୍ତଙ୍କ ସହଯୋଗରେ ରୂପାନ୍ତର କାମ ଜାରି ରହିବ ବୋଲି କହିଛନ୍ତି 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ।
ଉଲ୍ଲେଖଥାଉକି, ଷୋଡ଼ଶ ଶତାବ୍ଦୀର ପ୍ରସିଦ୍ଧ ପୀଠ ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା' ସମଲେଶ୍ୱରୀଙ୍କ ମନ୍ଦିରର ରୂପାନ୍ତରଣ ପ୍ରକଳ୍ପ ପାଇଁ 200 କୋଟି ଟଙ୍କା ବ୍ୟୟ କରାଯାଇଛି । ମନ୍ଦିରର ସୌନ୍ଦର୍ଯ୍ୟକରଣ ସହିତ ଭକ୍ତମାନଙ୍କ ପାଇଁ ସମସ୍ତ ପ୍ରକାରର ସୁବିଧା କରାଯାଇଛି । ଜାନୁୟାରୀ 17 ରେ ପୁରୀ ମହାପ୍ରଭୁ ଶ୍ରୀଜଗନ୍ନାଥ ମନ୍ଦିରର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ପାଇଁ ସରକାରୀସ୍ତରରେ ଜୋରଦାର ପ୍ରଚାର-ପ୍ରସାର ସହ ପରିକ୍ରମା ରଥ ଘରକୁ ଘର ଗୁଆ ଓ ଅରୁଆ ଚାଉଳ ସଂଗ୍ରହ କରୁଛି । ଏହା ପରେ ଜାନୁୟାରୀ 27 ସମଲେଇ ପ୍ରକଳ୍ପର ଲୋକାର୍ପଣ ପାଇଁ ଅନୁରୂପ ଭାବେ ପଶ୍ଚିମଓଡ଼ିଶାରେ ମଧ୍ୟ ଘରକୁ ଘର ବୁଲିବା ପାଇଁ ବ୍ୟାପକ ଆୟୋଜନ କରାଯାଇଛି ।
-
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
କମିବ ତାପମାତ୍ରା, ଆଜିଠୁ ୩ ଦିନ ପ୍ରବଳ ବର୍ଷା -
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ଆଜି ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ୍ ;ମୁହାଁମୁହିଁ ହେବେ ଶକ୍ତିଶାଳୀ ଭାରତ ଓ ନ୍ୟୁଜିଲାଣ୍ଡ -
ରାଷ୍ଟ୍ରପତିଙ୍କ ପ୍ରୋଟୋକଲ୍ରେ ତ୍ରୁଟି ଅଭିଯୋଗ; ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କୁ ବିସ୍ତୃତ ରିପୋର୍ଟ ଦେବାକୁ କେନ୍ଦ୍ରର କଡ଼ା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ପ୍ରତିଦିନ ଖାଆନ୍ତୁ ଗଜାମୁଗ, ସ୍ୱାସ୍ଥ୍ୟରେ.... -
ଇସ୍ରାଏଲକୁ ୧୨ ହଜାର ବୋମା ବିକିବ ଆମେରିକା, ମିଳିଲା ମଞ୍ଜୁରୀ











Click it and Unblock the Notifications