ଆଜି ଦେବ ବିବାହ : ମହାଦେବ ଓ ମା' ପାର୍ବତୀଙ୍କ ବିବାହ ଉତ୍ସବ ପାଇଁ ଚଳଚଞ୍ଚଳ

ଆଜି ଦେବ ବିବାହ । ଶ୍ରୀଲିଙ୍ଗରାଜ ଓ ମା' ପାର୍ବତୀଙ୍କ ବିବାହ ଉତ୍ସବ ପାଇଁ ଏକାମ୍ର କ୍ଷେତ୍ର ଚଳଚଞ୍ଚଳ ହୋଇଉଠିଛି । ଶୁକ୍ରବାର ଦେବଦମ୍ପତିଙ୍କ ବିବାହ ଉତ୍ସବ ଅନୁଷ୍ଠିତ ହେବ । ଏଥିପୂର୍ବରୁ ଗୁରୁବାର ମଙ୍ଗଳକୃତ୍ୟ ସମ୍ପନ୍ନ ହୋଇଛି । ବିବାହ ଉତ୍ସବ ସହିତ ଶୀତଳଷଷ୍ଠୀ ଯାତ୍ରାକୁ ଧୁମ୍‌ଧାମ୍‌ରେ ପାଳନ କରିବାକୁ ଭୁବନେଶ୍ବର ଶୀତଳଷଷ୍ଠୀ କମିଟି ନିଷ୍ପତ୍ତି ନେଇଛି।

ଉତ୍ତରପ୍ରଦେଶର ଅଘୋରୀ ନୃତ୍ୟ, ଓଡ଼ିଶାର ଗୋଟିପୁଅ, ଘଣ୍ଟ, ବାରିପଦାର ଛଉ, ସମ୍ୱଲପୁରୀ, ଦୁଲ୍‌ଦୁଲି, ଗଞ୍ଜାମର ଯୋଡ଼ିଶଙ୍ଖ, ଢୋଲ ମହୁରି, ବନ୍ୟଜନ୍ତୁ ବେଶ, କଣ୍ଢେଇ, ଘୋଡ଼ା ନାଚ, ମୟୁରଭଞ୍ଜର ଛଉ, ଢୋଲ ମାଦଳ, ମହିଳା କଳସ ନୃତ୍ୟ, ଦେବଦେବୀ ବେଶ, ବନାଟି ଆଦି ପାରମ୍ପରିକ ବାଦ୍ୟ, ନୃତ୍ୟ ସହ ସଂଗୀତ ପରିବେଷଣ କରାଯାଇ ଶୋଭାଯାତ୍ରା ଆୟୋଜିତ ହେବ।

Dev Vivah today Mahadev and Maa Parvati s

ଶୀତଳଷଷ୍ଠୀ ଯାତ୍ରା ପୌରାଣିକ କଥାବସ୍ତୁ ଉପରେ ପର୍ଯ୍ୟବସିତ

ପ୍ରସିଦ୍ଧ ଶୀତଳଷଷ୍ଠୀ ଯାତ୍ରା ପୌରାଣିକ କଥାବସ୍ତୁ ଉପରେ ପର୍ଯ୍ୟବସିତ । ଶିବ ପୁରାଣ ଅନୁସାରେ ବ୍ରହ୍ମାଙ୍କୁ କଠୋର ତପସ୍ୟା କରି ଦକ୍ଷପ୍ରଜାପତି ମାତା ସତୀଙ୍କୁ ପୁତ୍ରୀ ରୂପେ ପ୍ରାପ୍ତ ହୁଅନ୍ତି । ସତୀ ବିବାହ ବୟସ ହେବା ଉତ୍ତାରୁ ପିତାଙ୍କ ଅନିଚ୍ଛା ସତ୍ତ୍ୱେ ଶ୍ମଶାନଚାରୀ ଶିବଙ୍କୁ ବିବାହ କରନ୍ତି । ଏଥିରେ କ୍ଷୁବ୍ଧ ହୋଇ ଦକ୍ଷପ୍ରଜାପତି ଝିଅ ଜ୍ୱାଇଁଙ୍କୁ ଆମନ୍ତ୍ରଣ କରନ୍ତି ନାହିଁ । ମହାଦେବଙ୍କ ଅନିଚ୍ଛା ସତ୍ତ୍ୱେ ଦେବୀ ପାର୍ବତୀ ପିତ୍ରାଳୟ ଯାଆନ୍ତି । ଯଜ୍ଞସ୍ଥଳରେ ଦକ୍ଷପ୍ରଜାପତି ଶିବଙ୍କର ଅପମାନ କଲେ ଏହାକୁ ସହି ନପାରି ସତୀ ଯଜ୍ଞକୁଣ୍ଡରେ ଝାସ ଦେଲେ । ସତୀଙ୍କ ଯଜ୍ଞକୁଣ୍ଡରେ ଝାସଦେବା ଶୁଣି ମହାଦେବ ଯଜ୍ଞସ୍ଥଳକୁ ଧ୍ୱଂସକରି ଦେଲେ । ସେଠାରୁ ସତୀଙ୍କ ଶବକୁ କାନ୍ଧରେ ପକାଇ ଚାରିଆଡେ ଘୁରିବୁଲିଲେ । ବିଷ୍ଣୁ ଚକ୍ରଦ୍ୱାରା ସତୀଙ୍କ ଶରୀରକୁ ଖଣ୍ଡ ଖଣ୍ଡ କରି ଶିବଙ୍କଠାରୁ ଅଲଗା କରିଦେଲେ ।

ପରବର୍ତ୍ତୀ ସମୟରେ ବ୍ରହ୍ମାଙ୍କ ବରରେ ବଳିୟାନ ହୋଇ ତାରକାସୁର ଅତ୍ୟାଚାର କଲା । ତାରକାସୁରର ଅତ୍ୟାଚାରରେ ଦେବତାମାନେ ଆତଙ୍କିତ ହୋଇ ବ୍ରହ୍ମାଙ୍କ ଶରଣ ପଶିଲେ । ମାତ୍ର ବ୍ରହ୍ମା, ଶିବଙ୍କ ଔରସରୁ ଜନ୍ମିତ ସନ୍ତାନ ତାରକାସୁରକୁ ବଧ କରିବ ବୋଲି ପ୍ରକାଶ ପରେ ଦେବତାମାନେ ଆଦିଶକ୍ତି ମାତା ପାର୍ବତୀଙ୍କୁ ତପସ୍ୟା କରନ୍ତି । ଦେବଗଣଙ୍କ କଠୋର ତପସ୍ୟା ଯୋଗୁଁ ମାତା ପାର୍ବତୀ ଗିରିରାଜ ହିମାଳୟଙ୍କ ଘରେ ଆବିର୍ଭାବ ହୁଅନ୍ତି । ଜ୍ୟେଷ୍ଠ ଶୁକ୍ଳପକ୍ଷ ପଞ୍ଚମୀ ଦିନ ଶିବ ଓ ମାତା ପାର୍ବତୀଙ୍କ ପୁନଃମିଳନ ହୁଏ । ମହାଦେବ ମାତା ପାର୍ବତୀଙ୍କୁ ପାଇବା ପରେ ରୁଦ୍ର ରୂପ ତ୍ୟାଗ କରି ହୋଇଯାନ୍ତି ଶାନ୍ତ ଶୀତଳ । ଦେବଦମ୍ପତିଙ୍କ ଏହି ମହାମିଳନକୁ ଲୋକାଚାରରେ ଶୀତଳଷଷ୍ଠୀ ଭାବେ ପାଳନ କରାଯାଏ ।

ଗ୍ରୀଷ୍ମଋତୁ ପୃଥିବୀ ପୃଷ୍ଠରୁ ବିଦାୟ ନେଉଥାଏ, ବର୍ଷାଋତୁ ଧରାବତରଣ ସମୟରେ ମହାଦେବ ଶିବ ଓ ସତୀଙ୍କ ବିବାହୋତ୍ସବକୁ ନେଇ ଅନୁଷ୍ଠିତ ହୁଏ ଶୀତଳ ଷଷ୍ଠୀ। ମହାପ୍ରଭୁ ଜଗନ୍ନାଥଙ୍କର ପରେ ପରେ ଶୀତଳଷଷ୍ଠୀ ବେଳକୁ ଆକାଶର ଅପରୂପ ସୌନ୍ଦର୍ଯ୍ୟ ବେଶ ଆକର୍ଷଣ ହେବା ସାଙ୍ଗକୁ ବର୍ଷାର ଆଗମନ ଧରାପୃଷ୍ଠରେ ଶୀତଳ ପରିବେଶ ସୃଷ୍ଟିକରେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+