ଆଜି ବିକଶିତ ଗାଁ ବିକଶିତ ଓଡ଼ିଶାର ଆଜି ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

ବିକଶିତ ଗାଁ ବିକଶିତ ଓଡ଼ିଶାର ଆଜି ଶୁଭାରମ୍ଭ। ଏନେଇ ପୂର୍ବରୁ ରାଜ୍ୟ ସରକାର ବିସ୍ତୃତ ମାର୍ଗଦର୍ଶିକା ଜାରି କରିସାରିଛନ୍ତି। ଜିଲ୍ଲାପାଳ ଓ ବିଡିଓଙ୍କୁ ଏହି ମାର୍ଗଦର୍ଶିକା ପଠାଯାଇସାରିଛି । ଫେବ୍ରୁଆରୀ ମାସ ୧୫ ତାରିଖ ସୁଦ୍ଧା ପ୍ରତି ଗାଁ ସେହି ଅନୁସାରେ ୫ ବର୍ଷିଆ ଯୋଜନା ତାଲିକା ପ୍ରସ୍ତୁତ କରି ପଠାଇବାକୁ କୁହାଯାଇଛି । ୨୦୨୪-୨୫ରେ ବିକଶିତ ଗାଁ, ବିକଶିତ ଓଡ଼ିଶା ପାଇଁ ସରକାର ବଜେଟ୍‌ରେ ୧୦୦୦ କୋଟି ଟଙ୍କାର ବ୍ୟୟବରାଦ ରଖିଛନ୍ତି । ନୂଆ ମାର୍ଗଦର୍ଶିକା ମୁତାବକ ଏହି ଟଙ୍କାକୁ ପ୍ରତି ପଞ୍ଚାୟତକୁ ଆବଣ୍ଟନ କରାଯିବ। ନୂଆ ବ୍ୟବସ୍ଥା ଅନୁସାରେ ପଛୁଆ ବା ଆଦିବାସୀ ବହୁଳ ଅଞ୍ଚଳକୁ ଏହି ଯୋଜନାରେ ସର୍ବାଧିକ ପ୍ରାଥମିକତା ଦିଆଯିବ ।

mohan majhi

ଏଥି ପାଇଁ ମୋଟ ପାଣ୍ଠିର ୪୦ ପ୍ରତିଶତ ବା ୪୦୦ କୋଟି କେବଳ ଆଇଟିଡିଏ ବା ଇଣ୍ଟିଗ୍ରେଟେଡ୍ ଟ୍ରାଇବାଲ ଡେଭଲପମେଣ୍ଟ ଏଜେନ୍ସି ଅଧୀନରେ ଥିବା ବ୍ଲକ୍‌ରେ ବ୍ଲକ୍‌ରେ ଖର୍ଚ୍ଚ ହେବ । ରାଜ୍ୟର ମୋଟ ୩୧୪ ବ୍ଳକ୍ ଭିତରୁ ୧୨୧ଟି ବ୍ଳକ୍ ଆଇଟିଡିଏ ଅଧୀନରେ ଆସୁଛି । ଏ ସବୁ ଅଞ୍ଚଳର ବିକାଶକୁ ସରକାର ଅଧିକ ଗୁରୁତ୍ବ ଦେବେ । ବାକି ୧୯୩ଟି ବ୍ଲକରେ ଥିବା ପଞ୍ଚାୟତକୁ ୬୦୦ କୋଟି ଟଙ୍କାର ପାଣ୍ଠି ଆବଣ୍ଟନ ହେବ । ପ୍ରତି ଗାଁରେ ଭଲ ରାସ୍ତା ନିର୍ମାଣ ପାଇଁ ଟଙ୍କା ଦିଆଯିବ । ଗାଁରେ ବ୍ଲକ ଟପ୍ ରୋଡ୍, କଂକ୍ରିଟ୍ ରୋଡ଼ ଓ ପେଭର ବ୍ଲକ ରାସ୍ତା ତିଆରି ହେବ। ଆବଶ୍ୟକ ସ୍ଥାନରେ ଡ୍ରେନ୍ ବି ନିର୍ମାଣ ହେବ। ଏହାସହ ଆହୁରି ଅନେକ ପ୍ରକାର ଉନ୍ନତି ପାଇଁ ଯୋଜନା ରଖାଯାଇଛି। ସବୁ ପଞ୍ଚାୟତ ଗ୍ରାମସଭା ଡାକି ବିକଶିତ ଗାଁ, ବିକଶିତ ଓଡ଼ିଶା ଯୋଜନା ପାଇଁ ପ୍ରକଳ୍ପ ଚୟନ କରିବେ । ଗ୍ରାମସଭାରେ ୫ ବର୍ଷିଆ ଯୋଜନା ତାଲିକା ପ୍ରସ୍ତୁତ କରାଯିବ। ଫେବ୍ରୁଆରୀ ୧୪ ସୁଦ୍ଧା ଗ୍ରାମସଭାରେ ପ୍ରକଳ୍ପ ତାଲିକା ଚୟନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସମସ୍ତ ପଞ୍ଚାୟତ ୧୫ ତାରିଖରେ ବ୍ଲକ ରେ ଏହି ପ୍ରକଳ୍ପ ତାଲିକା ଦାଖଲ କରିବେ । ୧୮ ତାରିଖ ସୁଦ୍ଧା ପଞ୍ଚାୟତ ସମିତିର ଟେକ୍ନିକାଲ କମିଟି ଏହାକୁ ଯଞ୍ଚ ସାରିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+