Get Updates
Get notified of breaking news, exclusive insights, and must-see stories!

ଆଜିଠୁ ଅଲରାନାଥଙ୍କ ଦର୍ଶନ: ଶ୍ରୀମନ୍ଦିରରେ ପୂଜା ପାଇବେ ପଟିଦିଅଁ

ଆଜିଠୁ ଶ୍ରୀ ଅଲରାନାଥଙ୍କ ଦର୍ଶନ: ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ନିଜ ଜନ୍ମତିଥିରେ ରତ୍ନବେଦୀରୁ ଓହ୍ଲାଇ ଆସି ଦେବସ୍ନାନ ମଣ୍ଡପରେ ଦୁର୍ଲଭ ହାତୀବେଶରେ ଦର୍ଶନ ଦେଇଛନ୍ତି ମହାବାହୁ। ସ୍ନାନବେଦୀରେ ଦାରୁବିଗ୍ରହଙ୍କ ଗଜାନନ ବା ହାତୀବେଶ ଦର୍ଶନ କରି କୃତାର୍ଥ ହୋଇଛନ୍ତି ଲକ୍ଷ ଲକ୍ଷ ଭକ୍ତ। ସ୍ନାନମଣ୍ଡପରେ ୧୦୮ରେ ଗଡ଼ୁ ଅଭିମନ୍ତ୍ରିତ ଜଳରେ ପ୍ରତ୍ୟକ୍ଷ ସ୍ନାନ ପରେ ଜ୍ୱରରେ ପଡ଼ିଛନ୍ତି କାଳିଆ ସାଆନ୍ତ। ବିଳମ୍ବିତ ରାତିରେ ଅଣସର ପିଣ୍ଡିକୁ ବିଜେ କରିଛନ୍ତି ଚତୁର୍ଦ୍ଧାବିଗ୍ରହ। ଉପଶମ ପାଇଁ ଆରମ୍ଭ ହୋଇଛି ଉପଚାର।

ଶ୍ରୀଅଙ୍ଗ ଲାଗି ସେବକ ଦଇତାପତି ମାନେ ଆଜିଠାରୁ ଆରମ୍ଭ କରିଛନ୍ତି ଗୁପ୍ତସେବା। ଆଜି ଠାରୁ ଆରମ୍ଭ ହୋଇଛି ମହାପ୍ରଭୁଙ୍କ ଅଣସର ବିଧି। ବିଭିନ୍ନ ଉପଚାରରେ ତାଙ୍କ ସେବା କରାଯିବ। ଏହି ସମୟରେ ରତ୍ନସିଂହାସନରେ ଦାରୁବିଗ୍ରହଙ୍କ ଦର୍ଶନ ବନ୍ଦ ରହିବ। ଅଣସର ତାଟିରେ ରହି ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ ପଟିଦିଅଁ। ମହାପ୍ରଭୁ ଶ୍ରୀଜଗନ୍ନାଥ ଅନନ୍ତ ନାରାୟଣ ରୂପରେ, ଦେବୀ ସୁଭଦ୍ରା ଭୂବନେଶ୍ୱରୀ ରୂପେ ଏବଂ ଶ୍ରୀବଳଭଦ୍ର ଅନନ୍ତ ବାସୁଦେବ ଭାବେ ମହାଅଣସର ପଟିରେ ସ୍ଥାନିତ ହୋଇ ଭକ୍ତଙ୍କୁ ଦର୍ଶନ ଦେବେ।

alarnath temple

ଅନନ୍ତ ନାରାୟଣ, ଅନନ୍ତ ବାସୁବେ, ଭୁବନେଶ୍ୱରୀ, ଦୋଳଗୋବିନ୍ଦ, ମଦନମୋହନ, ଶ୍ରୀଦେବୀ, ଭୂଦେବୀ, ରାମ, କୃଷ୍ଣ ଓ ନୃସିଂହ ଅଣସର ତାଟି ସମ୍ମୁଖରେ ରହି ପୂଜା ପାଇବେ। ମନ୍ଦିର ପ୍ରଶାସନ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଭୋରରୁ ଦ୍ବାର ଫିଟା, ମଙ୍ଗଳ ଆଳତି, ତଡପଲାଗି ପରେ ସାଧାରଣ ଦର୍ଶନ ଆରମ୍ଭ ହୋଇଛି । ଏହି ଦର୍ଶନ ଚତୁର୍ଦ୍ଧାମୂର୍ତ୍ତିଙ୍କ ନବ ଯୌବନ ଦର୍ଶନ ପର୍ଯ୍ୟନ୍ତ ଚାଲିବ । ଏହି ଅବସରରେ ଆଜି ଠାରୁ ବ୍ରହ୍ମଗିରି ସ୍ଥିତ ଶ୍ରୀଅଲାରନାଥଙ୍କ ଦର୍ଶନ ଆରମ୍ଭ ହୋଇଛି। ଅଣସର ସମୟରେ ଶ୍ରୀଅଲାରନାଥଙ୍କ ଦର୍ଶନ କୋଟି ପୂଣ୍ଣ୍ଯ ମିଳିଥାଏ। ଅଲରାନାଥ ଙ୍କ ଦର୍ଶନ ସହ କ୍ଷୀର ଭୋଗ ବିଶେଷ ମହାତ୍ମ୍ୟ ରହିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+