ଆଜି ହେବନି ରାତ୍ର ପହୁଡ଼, ବିଳମ୍ବିତ ରାତି ଯାଏଁ ମିଳିବ ମହାବାହୁଙ୍କ ଦର୍ଶନ
ପୁରୀ: କାର୍ତ୍ତିକ ମାସ ଲାଗି ଶ୍ରୀମନ୍ଦିରରେ ଲାଗି ରହିଛି ଶ୍ରଦ୍ଧାଳୁଙ୍କ ଭିଡ଼ । ପ୍ରତିଦିନ ଲକ୍ଷ ଲକ୍ଷ ଭକ୍ତ ପୂଣ୍ୟ କାର୍ତ୍ତିକ ମାସରେ ମହାପ୍ରଭୁଙ୍କ ଦର୍ଶନ କରୁଛନ୍ତି । ଏହି କ୍ରମରେ ଆଜି ମହାପ୍ରଭୁଙ୍କ ରାତ୍ର ପହୁଡ଼ ହେବନାହିଁ । ପ୍ରବଳ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନିଆଯାଇଛି ନିଷ୍ପତ୍ତି ।

ଫଳରେ ବିଳମ୍ବିତ ରାତି ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଦର୍ଶନ କରିପାରିବେ ଭକ୍ତ । ସେବାୟତଙ୍କ ସହ ଆଲୋଚନା ପରେ ଏହି ନିଷ୍ପତ୍ତି ନିଆଯାଇଛି । ସୋମବାର କାର୍ତ୍ତିକ ପୂର୍ଣ୍ଣିମାରେ ମହାପ୍ରଭୁଙ୍କ ରାଜରାଜେଶ୍ଵର ବା ସୁନାବେଶ ଅନୁଷ୍ଠିତ ହେବ । ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଚୂଡାନ୍ତ ହୋଇଛି । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସଙ୍କ ପକ୍ଷରୁ ଏହି ସୂଚନା ଦିଆଯାଇଛି ।
ଏହା ସହ ଆଜି ପବିତ୍ର ପଞ୍ଚକ ଚତୁର୍ଦ୍ଦଶୀରେ ଶ୍ରୀଜିଉଙ୍କ ଲକ୍ଷ୍ମୀ ନୃସିଂହ ବେଶ । ଗତକାଲି ଶ୍ରୀଜିଉ ତ୍ରିବିକ୍ରମ ବେଶରେ ଦର୍ଶନ ଦେଇଥିବା ବେଳେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିଲା । ଆସନ୍ତାକାଲି ସୋମବାର ଶ୍ରୀଜିଉଙ୍କର ରାଜରାଜେଶ୍ୱର ବେଶ ରହିଛି । ଏଥିଲାଗି ଭିଡ଼ ଆହୁରି ବଢ଼ିବା ଆଶଙ୍କା କରାଯାଉଛି ।
କାର୍ତ୍ତିକ ପୂର୍ଣ୍ଣିମା ଲାଗି ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଥିବା ବେଳେ ଟ୍ରାଫିକ୍ ନିୟନ୍ତ୍ରଣ ଲାଗି ମଧ୍ୟ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି ।
-
ଇରାନ ରାଷ୍ଟ୍ରପତିଙ୍କ ସହ କଥା ହେଲେ ମୋଦି, କହିଦେଲେ.. -
ଯୁଦ୍ଧ ବନ୍ଦ ପାଇଁ ଆମେରିକା ଆଗରେ ଏହି ୩ ସର୍ତ୍ତ ରଖିଲା ଇରାନ -
ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିରୋଧରେ ଥାନାରେ ଏତଲା -
ଟିଏମସି ପ୍ରତିନିଧିଙ୍କୁ ସମୟ ଦେଲେନି ରାଷ୍ଟ୍ରପତି -
ଆସନ୍ତା ଶିକ୍ଷା ବର୍ଷରୁ ତୃତୀୟରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ମିଳିବ ଶାରୀରିକ ଶିକ୍ଷା -
ଫାରୁକ୍ ଅବ୍ଦୁଲ୍ଲାଙ୍କ ବିରୋଧରେ ଜାମିନ ବିହୀନ ଗିରଫ ପରୱାନା -
ଆସନ୍ତା ୧୫ରୁ ରାଜ୍ୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା! -
ମିଳୁନି ସିଲିଣ୍ଡର ; ଘରେ ଲୁଚାଇ ରଖିଥିଲେ ୫୫ ଗ୍ୟାସ୍ ସିଲିଣ୍ଡର, ଜବତ କଲା ପ୍ରଶାସନ -
ଯୁଦ୍ଧ ପ୍ରଭାବ ; ମହଙ୍ଗା ହେବ ପାଣି, ବଢିଲା ଠିପି ଦର -
କ୍ରସ ଭୋଟିଂ ଭୟ: ବେଙ୍ଗାଳୁରୁ ଗଲେ କଂଗ୍ରେସ ବିଧାୟକ -
ପୁଣି ଆଫଗାନିସ୍ତାନ ଉପରେ ପାକିସ୍ତାନର ଆକ୍ରମଣ, ଅନେକ ମୃତାହତ -
ହର୍ମୁଜ ପ୍ରଣାଳୀ ବନ୍ଦ ରହିବା ଉଚିତ୍- ମୋଜତାବା












Click it and Unblock the Notifications