ବଡ଼ଦିନ ଓ ନୂଆବର୍ଷରେ କେବଳ ସିଂହଦ୍ୱାର ଦେଇ ଶ୍ରୀମନ୍ଦିରକୁ ପ୍ରବେଶ କରିବେ ଶ୍ରଦ୍ଧାଳୁ

ବଡ଼ଦିନ ଓ ନୂଆବର୍ଷରେ କେବଳ ସିଂହଦ୍ୱାର ଦେଇ ଶ୍ରଦ୍ଧାଳୁମାନେ ଶ୍ରୀମନ୍ଦିରକୁ ପ୍ରବେଶ କରିବେ । ଅନ୍ୟ ତିନି ଦ୍ୱାର ଦେଇ ପ୍ରସ୍ଥାନ କରିବେ । ଶ୍ରଦ୍ଧାଳୁମାନଙ୍କ ଶ୍ରୀଜିଉ ଦର୍ଶନ ସୁବିଧା ପାଇଁ ଏହା କରାଯିବ ବୋଲି ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା ସୂଚନା ଦେଇଛନ୍ତି । ମଙ୍ଗଳବାର ସର୍କିଟ ହାଉସ୍‌ଠାରେ ଅନୁଷ୍ଠିତ ପ୍ରଶାସନିକ ପ୍ରସ୍ତୁତି ବୈଠକ ପରେ ଜିଲ୍ଲାପାଳ ଏହା ଜଣାଇଛନ୍ତି । ଆସନ୍ତା ୨୫ ତାରିଖ ଗୁରୁବାର ବଡ଼ଦିନ ବା ଯୀଶୁଖ୍ରୀଷ୍ଟଙ୍କ ଜନ୍ମଦିନ । ସରକାରୀ ଛୁଟି ଥିବାରୁ ଶ୍ରୀମନ୍ଦିରରେ ପ୍ରବଳ ଭିଡ଼ ଜମିବା ସମ୍ଭାବନା ରହିଛି । ସେହିପରି ଏହା ପରବର୍ତ୍ତୀ ଗୁରୁବାର ଇଂରାଜୀ ନୂଆବର୍ଷ । ତେଣୁ ଶ୍ରୀମନ୍ଦିର ନୀତିକାନ୍ତିଠାରୁ ଆରମ୍ଭ କରି ଭିଡ଼ ନିୟନ୍ତ୍ରଣ ସହ ଶ୍ରଦ୍ଧାଳୁଙ୍କ ଶୃଙ୍ଖଳିତ ଦର୍ଶନ, ସୁରକ୍ଷା ବ୍ୟବସ୍ଥା, ଆଇନଶୃଙ୍ଖଳା, ଟ୍ରାଫିକ ନିୟନ୍ତ୍ରଣ ଆଦି ଅତ୍ୟାବଶ୍ୟକୀୟ ବ୍ୟବସ୍ଥା କରିବାକୁ ବୈଠକରେ ଆଲୋଚନା ହୋଇଥିଲା ।

puri

ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏସ୍‌ପି ପ୍ରତୀକ ସିଂ ଯୋଗଦେଇଥିଲେ । ସମୁଦ୍ରକୂଳରୁ ଶ୍ରୀମନ୍ଦିର, ରେଳ ଷ୍ଟେସନରୁ ବଡ଼ଦାଣ୍ଡ ଯାଏ ସବୁଠାରେ ଶ୍ରଦ୍ଧାଳୁ ସୁରକ୍ଷା ସୁନିଶ୍ଚିତ କରିବା, ସେମାନଙ୍କୁ ସୂଚନା ପ୍ରଦାନ କରିବା, ବିଭିନ୍ନ ସ୍ଥାନରେ ସାଇନ୍‌ଏଜ ଲଗାଇବାକୁ ପ୍ରାଶାସନିକ ଅଧିକାରୀ ଓ ପୁଲିସ ଅଧିକାରୀଙ୍କୁ ସେ କହିଥିଲେ । ବୈଠକରେ ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ ଦେବେନ୍ଦ୍ର ନାଥ ସାହୁ, ଅତିରିକ୍ତ ଜିଲ୍ଲାପାଳ (ପ୍ରଶାସନ) ଶରତ ଚନ୍ଦ୍ର ବେହେରା, ଅତିରିକ୍ତ ଜିଲ୍ଲାପାଳ (ପ୍ରୋଟୋକଲ) ନୀଳମାଧବ ଭୋଇ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରିୟରଞ୍ଜନ ପୃଷ୍ଟି, ପିକେଡିଏ ସଚିବ ଦିଲ୍ଲୀପ କୁମାର ମହାରଣା, ସିଡିଏମ୍‌ଓ ଡା. ଅକ୍ଷୟ କୁମାର ଶତପଥୀ, ଅତିରିକ୍ତ ଏସ୍‌ପି ଦେବୀଶଙ୍କର ପ୍ରତାପ, ସହକାରୀ ନୀତି ପ୍ରଶାସକ ରଞ୍ଜନ କୁମାର ବେହେରା, ଡେପୁଟି କଲେକ୍ଟର ପ୍ରିୟଦର୍ଶିନୀ ମଲ୍ଲିକ ଓ ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀମାନେ ଯୋଗଦେଇଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+