ପୁରୀରେ ସୁରକ୍ଷା ନେଇ ସ୍ଥିତି ଅନୁଧ୍ୟାନ କଲେ ଡିଜିପି ଅରୁଣ ଷଡ଼ଙ୍ଗୀ

ପୁରୀରେ ସୁରକ୍ଷା ନେଇ ସ୍ଥିତି ଅନୁଧ୍ୟାନ କରିଛନ୍ତି ଡିଜିପି । ପୁରୀରେ ପୋଲିସ ମହାନିର୍ଦ୍ଦେଶକ ଅରୁଣ ଷଡ଼ଙ୍ଗୀ ସମୀକ୍ଷା କରିଛନ୍ତି । ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ପୂର୍ବରୁ ସୁରକ୍ଷା ଅନୁଧ୍ୟାନ କରିଛନ୍ତି ଡିଜିପି । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ଆସନ୍ତା ୧୭ରେ ଲୋକାର୍ପଣ ଉତ୍ସବ ପୂର୍ବରୁ ଆଜି ପୁରୀରେ ସୁରକ୍ଷା ସ୍ଥିତି ଅନୁଧ୍ୟାନ କରିଛନ୍ତି ପୋଲିସ ମହାନିର୍ଦ୍ଦେଶକ ଅରୁଣ ଷଡ଼ଙ୍ଗୀ ।

ତାଙ୍କ ସହ ଅନ୍ୟ ବରିଷ୍ଠ ପୋଲିସ ଅଧିକାରୀମାନେ ଆଜି ଯଜ୍ଞ ସ୍ଥଳ, ଶ୍ରୀସେତୁ, ଶ୍ରୀମାର୍ଗ, ଜଗନ୍ନାଥ ବଲ୍ଲଭରେ ସୁରକ୍ଷା ସ୍ଥିତି ଅନୁଧ୍ୟାନ କରିଛନ୍ତି। ଗୁଇନ୍ଦା ନିର୍ଦ୍ଦେଶକ ସଂଜୀବ ପଣ୍ଡା, ଆଇନଶୃଙ୍ଖଳା ଏଡିଜି ସଞ୍ଜୟ କୁମାର, କେନ୍ଦ୍ରାଞ୍ଚଳ ଆଇଜି ଆଶିଷ ସିଂହ, ପୁରୀ ଏସ୍‌ପି କେ. ବିଶାଲ ସିଂହ ପ୍ରମୁଖ ଡିଜିପିଙ୍କ ସୁରକ୍ଷା ସ୍ଥିତି ଅନୁଧ୍ୟାନରେ ସାମିଲ ହୋଇଥିଲେ।

ଆସନ୍ତା ୧୭ ତାରିଖରେ ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ ପାଇଁ ୪ ଥାକିଆ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ସୁରକ୍ଷା ପାଇଁ ୪୪ ପ୍ଲାଟୁନ ପୋଲିସ ଫୋର୍ସ ସମେତ ବରିଷ୍ଠ ଅଧିକାରୀ ମୁତୟନ ହୋଇଛନ୍ତି । ୧୭ ତାରିଖ ଲୋକାର୍ପଣ ଦିନ ପାଇଁ ଅଧିକ ୨୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯିବ । ସାରା ପୁରୀ ସହର ସିସିଟିଭି ନଜରରେ ରହିବ । ୧୦୦ ସୁପରଭାଇଜର, ୨୫୦ SI ଓ ASI ଦାୟିତ୍ୱରେ ରହିବେ ବୋଲି ସେ କହିଛନ୍ତି ।

Arun sarangi l

ବୋମା ନିଷ୍କ୍ରିୟକାରୀ ଟିମ୍‌, କେନାଇନ୍‌ ସ୍କ୍ୱାଡ୍‌ ମୁତୟନ ରହିବେ ବୋଲି ଡିଜିପି କହିଛନ୍ତି । ସୁରୁଖୁରୁରେ ସବୁ କାର୍ଯ୍ୟ ସମ୍ପାଦନ ପାଇଁ ବ୍ୟବସ୍ଥା ହୋଇଛି ବୋଲି ଡିଜିପି କହିଛନ୍ତି ।

ଜାନୁଆରୀ ୧୭ ତାରିଖ ପୌଷ ଶୁକ୍ଳ ସପ୍ତମୀ ତିଥିରେ ଲୋକାର୍ପିତ ହେବ ବହୁପ୍ରତୀକ୍ଷିତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ । ଏଥିପାଇଁ ଆରମ୍ଭ ହୋଇଛି ପୂଜାକାର୍ଯ୍ୟ । ସମସ୍ତ ପ୍ରସ୍ତୁତି ଶେଷ ହୋଇଛି ।

୧୬ ତାରିଖରେ ସୂର୍ଯ୍ୟପୂଜା, ଧରିତ୍ରୀ ପୂଜା, ଗୋପୂଜା, ଶାଳ ପ୍ରବେଶ, ପଞ୍ଚକର୍ମ, ମଣ୍ଡଳପୂଜା, ହବନ, ଆରତି, ପୁଷ୍ପାଞ୍ଜଳି ପ୍ରଦକ୍ଷିଣ କରାଯିବ । ୧୭ ତାରିଖରେ ସୂର୍ଯ୍ୟପୂଜା, ଧରିତ୍ରୀପୂଜା, ଗୋପୂଜା, ପଞ୍ଚକର୍ମ, ବାସ୍ତୁ ଶୋଧନ, ଅଧିବାସ, ଫଳକ ପୂଜା କରାଯିବ । ପରେ ଅପରାହ୍ନ ୧:୧୫ ରୁ ୧:୩୦ ମଧ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ବାରା ପରିକ୍ରମା ପ୍ରକଳ୍ପର ଫଳକ ଉନ୍ମୋଚନ କରାଯିବ । ଅପରାହ୍ନ ୧:୩୦ ରୁ ୨ଟା ମଧ୍ୟରେ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଦ୍ବାରା ଯଜ୍ଞ ପୂର୍ଣ୍ଣାହୁତି, ଆରତି ଓ ପୁଷ୍ପାଞ୍ଜଳି ପ୍ରଦାନ କରାଯିବ । ଅପରାହ୍ନ ୨ ରୁ ୨:୩୦ ମଧ୍ୟରେ ଅନ୍ତଃ ପ୍ରଦକ୍ଷିଣ ପଥରେ ନାମ ସଂକୀର୍ତ୍ତନ ସହ ଶୋଭାଯାତ୍ରା କରାଯିବ । ଅପରାହ୍ନ ୨:୩୦ ରୁ ୩ଟା ପର୍ଯ୍ୟନ୍ତ ସଭାଗୃହରେ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହେବ । ଅପରାହ୍ନ ୩ଟା ପରେ ସର୍ବସାଧାରଣ ପରିକ୍ରମା ମାର୍ଗକୁ ଯାଇପାରିବେ । ସନ୍ଧ୍ୟାରେ ଶ୍ରଦ୍ଧାଳୁଙ୍କ ପାଇଁ ଲାଇଟ୍ ଏବଂ ସାଉଣ୍ଡ ସୋର ବ୍ୟବସ୍ଥା କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+