ଆଜିଠୁ ଭୁବନେଶ୍ୱରରେ ଡିଜିପି ସମ୍ମିଳନୀ: ଉଦଘାଟନ କରିବେ ଅମିତ ଶାହ

DGP-IGP Conference: ଆଜିଠୁ ଭୁବନେଶ୍ୱରରେ ଆରୟୋଜିତ ହେବାକୁ ଯାଉଛି ସର୍ବଭାରତୀୟ ଡିଜିପି ସମ୍ମିଳନୀ । ଏହି ସମ୍ମିଳନୀକୁ ଉଦଘାଟନ କରିବେ ଗୃହମନ୍ତ୍ରୀ ଅମିତ ଶାହ । ସେହିପରି ଏହି କାର୍ଯ୍ୟକ୍ରମରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ମୋଦି ଏବଂ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ୍ । ଏହି ସମ୍ମିଳନୀରେ ଯୋଗ ଦେବେ ବିଭିନ୍ନ ରାଜ୍ୟର ପୋଲିସ ମୁଖିଆ, ଯେଉଁମାନେ ଭୁବନେଶ୍ୱରରେ ପହଞ୍ଚି ସାରିଥିବା ନେଇ ସୂଚନା ରହିଛି ।

DGP-IGP Conference

ତେବେ ପ୍ରଥମଥର ପାଇଁ ଓଡ଼ିଶା ଆୟୋଜିତ ହେଉଛି ଡିଜିପ ସମ୍ମିଳନୀ । ଯେଉଁଥି ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡି କରାଯାଇଛି ।

ରାଜଧାନୀ ଭୁବନେଶ୍ୱରରେ ୩ ଦିନିଆ ମହାନିର୍ଦ୍ଦେଶକ ପୋଲିସ(ଡିଜିପି) ଏବଂ ଇନ୍ସପେକ୍ଟର ଜେନେରାଲ ପୋଲିସ (ଆଇଜିପି) ସମ୍ମିଳନୀ ଅନୁଷ୍ଠିତ ହେବ। ଏନେଇ କମିଶନରେଟ୍‌ ପୋଲିସ ପକ୍ଷରୁ ଭୁବନେଶ୍ୱରର ବିଭିନ୍ନ ସ୍ଥାନ ପାଇଁ ଗୁରୁବାର କଟକଣା ଜାରି କରାଯାଇଛି । ଭିଭିଆଇପିଙ୍କ ଗସ୍ତକୁ ନେଇ ରାସ୍ତାରେ ଯାନବାହାନ ଚଳାଚଳା ଉପରେ କଟକଣା କରାଯାଇଛି। ବିଶେଷକରି ଏୟାରପୋର୍ଟ ଛକରୁ ପିଏମ୍‌ ଛକ, ରାଜଭବନ ଛକରେ ଟ୍ରାଫିକ କଟକଣା ଜାରି ହୋଇଛି। ଏପରିକି ରବୀନ୍ଦ୍ର ମଣ୍ଡପ ଛକରୁ ୧୨୦ ବାଟାଲିୟନ ଓ ଜୟଦେବ ବିହାର, ନାଲକୋ ଛକ ରାସ୍ତାରେ ମଧ୍ୟ ଟ୍ରାଫିକ କଟକଣା ରହିବ। ଯେଉଁ ଦିନ ଯେଉଁ ସମୟରେ ଭିଭିଆଇପିଙ୍କ ଗସ୍ତ ରହିଛି, ସେହି ଅନୁସାରେ କଟକଣା ରହିବ ବୋଲି କମିଶନରେଟ୍‌ ପୋଲିସ ପକ୍ଷରୁ କୁହାଯାଇଛି।

ସମ୍ମିଳନୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏନେଇ ପ୍ରଧାନମନ୍ତ୍ରୀ ୨୯ରୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ୪୮ଘଣ୍ଟିଆ ଅବସ୍ଥାନ ସମୟରେ ପ୍ରଧାନମନ୍ତ୍ରୀ ଉଭୟ ଦଳୀୟ ଓ ସରକାରୀ କାର୍ଯ୍ୟକ୍ରମର ସମୀକ୍ଷା କରିବେ। ଏହି ସମୟ ମଧ୍ୟରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ମଧ୍ୟ ରହିବେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+