ମରଣାନ୍ତକ ଆକ୍ରମଣର ଶିକାର ହୋଇଥିବା କନଷ୍ଟେବଳଙ୍କୁ ଭେଟିଲେ ଡିଜିପି ଯୋଗେଶ ବାହାଦୂର ଖୁରାନିଆ
ଜଣେ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ମରଣାନ୍ତକ ଆକ୍ରମଣର ଶିକାର ହୋଇଥିବା ବୁର୍ଲା ଥାନାର କନଷ୍ଟେବଳ ସରୋଜ ଭୋଇଙ୍କୁ ଡିଜିପି ଯୋଗେଶ ବାହାଦୂର ଖୁରାନିଆ ଏସ୍ସିବି ମେଡିକାଲରେ ଭେଟିଛନ୍ତି। ତାଙ୍କୁ ଚିକିତ୍ସା କରୁଥିବା ପ୍ଲାଷ୍ଟିକ ସର୍ଜରୀ ବିଭାଗର ମୁଖ୍ୟ ବିଭୂତି ଭୂଷଣ ନାୟକଙ୍କ ସହ ଆଲୋଚନା କରି ସରୋଜଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ଖୁରାନିଆ। ଏଥିସହିତ ସେ ସରୋଜଙ୍କୁ ଫଳ ବଣ୍ଟନ କରି ମହାନତା ଦେଖାଇଛନ୍ତି।

ଓଡ଼ିଶା ପୋଲିସ ପକ୍ଷରୁ ସୋସିଆଲ ମିଡିଆ 'ଏକ୍ସ'ରେ ଫଟୋ ଶେୟାର କରାଯାଇ ଏ ସମ୍ପର୍କରେ ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, କନଷ୍ଟେବଳ ସରୋଜଙ୍କୁ ହାଣି ପାପୁଲି ଛିଡ଼ାଇ ଦେଇଥିଲେ ଦୁର୍ବୃତ୍ତ। ଏଭଳି ଅଭାବନୀୟ ଘଟଣା ଘଟଣା ଶୁକ୍ରବାର ସମ୍ବଲପୁର ଜିଲା ବୁର୍ଲା ଥାନା ଝରାପାଲି ଗାଁରେ ଘଟିଥିଲା। ଏକ ଗଣ୍ଡଗୋଳ ଘଟଣାର ତଦନ୍ତ ପାଇଁ ଯାଇଥିବା ବେଳେ ପୋଲିସ ଉପରକୁ ଆକ୍ରମଣ ହୋଇଥିଲା। ଆହତ କନଷ୍ଟେବଳ ସରୋଜ ପ୍ରଥମେ ବୁର୍ଲା ମେଡିକାଲରେ ଭର୍ତ୍ତି ହୋଇଥିବା ବେଳେ ପରେ କଟକ ସ୍ଥାନାନ୍ତର ହୋଇଥିଲେ।












Click it and Unblock the Notifications