ପିପିଲି ବଳଙ୍ଗା ନାବାଳିକା ପୋଡ଼ି ଘଟଣାରେ ଡିଜିପିଙ୍କ ପ୍ରତିକ୍ରିୟା; ତୁରନ୍ତ ଅଭିଯୁକ୍ତଙ୍କୁ ଧରିବୁ

ପିପିଲି ବଳଙ୍ଗା ନାବାଳିକା ପୋଡ଼ି ଘଟଣାରେ ଡିଜିପିଙ୍କ ପ୍ରତିକ୍ରିୟା । ଏସ୍‌ପି ନିଜେ ଅନୁଧ୍ୟାନ କରୁଛନ୍ତି, ତୁରନ୍ତ ଅଭିଯୁକ୍ତଙ୍କୁ ଧରିବୁ । ଅଭାବନୀୟ ଘଟଣା, ଆଇନ ଅନୁସାରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ।ପୁରୀ ଜିଲା ପିପିଲି ବଳଙ୍ଗାରେ ଜଣେ ନାବାଳିକା ଦେହରେ ନିଆଁ ଲଗାଇଦେବା ଘଟଣାରେ ପୁରୀ ଏସ୍‌ପି ପିନାକ ମିଶ୍ର ଘଟଣାସ୍ଥଳରେ ପହଞ୍ଚିଛନ୍ତି।

DGP s response to Pipili Balanga minor girl burning incident

ଘଟଣାସ୍ଥଳ ଦେଖିବା ପରେ ଏସ୍‌ପି ନିଜ ପ୍ରତିକ୍ରିୟାରେ କହିଛନ୍ତି ଯେ, ଏନେଇ ଏକ ସ୍ପେଶାଲ ଟିମ୍‌ ଗଠନ କରାଯାଇ ତଦନ୍ତ କରାଯାଉଛି। ଘଟଣାଟି ଅତ୍ୟନ୍ତ ସମ୍ବେଦନଶୀ, ସ୍ପର୍ଶକାତର। ତେଣୁ ଏହାକୁ ଗୁରୁତର ସହ ନେଇ ତଦନ୍ତ ଆରମ୍ଭ କରିଛୁ।

ଉକ୍ତ ଘଟଣାରେ କାହାରିକୁ ଅଟକ କରାଯାଇନି, କେବଳ ପଚରାଉଚରା ଜାରି ରହିଛି। ଫୋରେନସିକ୍‌ ଟିମ୍‌ ମଧ୍ୟ ଯାଞ୍ଚ ଆରମ୍ଭ କରି ସାରିଛି। ଦହନଶୀଳ ସାମଗ୍ରୀ ବ୍ୟବହାର ହୋଇଛି, ମାତ୍ର ତାହା କ'ଣ ସ୍ପଷ୍ଟ ହୋଇନି। ଏଥିରେ କେତେଜଣ ସମ୍ପୃକ୍ତ, ପୀଡ଼ିତା ସେଠାକୁ କିପରି ଆସିଲେ ତଦନ୍ତ ଚାଲିଛି। ପୀଡ଼ିତା ଚିକିତ୍ସାଧୀନ ଥିବାରୁ ପଚରାଉଚରା ହୋଇପାରିନି। ପ୍ରମାଣ ମିଳିଲେ ଦୋଷୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ପିନାକ ମିଶ୍ର କହିଛନ୍ତି। ପୁରୀ ଜିଲା ବଳଙ୍ଗା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କ ଦେହରେ ନିଆଁ ଲଗାଇଦେବା ଘଟଣାରେ କ୍ଷୋଭ ପ୍ରକାଶ କରିବା ସହ ଏକ ବଡ଼ ବୟାନ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।

ସେ କହିଛନ୍ତି, ଏହି ଖବର ଶୁଣି ମୁଁ ବ୍ୟଥିତ ଓ ମର୍ମାହତ, ଝିଅଟିକୁ AIIMS ସ୍ଥାନାନ୍ତର କରାଯାଇଛି। ତା' ଚିକିତ୍ସାର ସମସ୍ତ ଖର୍ଚ୍ଚ ସରକାର ବହନ କରିବେ। ଏଥିସହିତ ଦୋଷୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ଦୋଷୀଙ୍କୁ ତୁରନ୍ତ ଗିରଫ କରିବାକୁ ଉପମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+