ଧାମନଗର ଉପନିର୍ବାଚନ: ଅବନ୍ତୀ ଦାସ ବିଜେଡି ପ୍ରାର୍ଥୀ
ଧାମନଗର ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି । ତିହିଡି ବ୍ଲକ ଅଧ୍ୟକ୍ଷା ଅବନ୍ତୀ ଦାସ ବିଜେଡିର ପ୍ରାର୍ଥୀ ହୋଇଛନ୍ତି । ପୂର୍ବରୁ ବିଜେପି ଦିବଙ୍ଗତ ବିଧାୟକ ବିଷ୍ଣୁ ସେଠୀଙ୍କ ପୁଅ ସୂର୍ଯ୍ୟବଂଶୀ ସୂରଜଙ୍କୁ ପ୍ରାର୍ଥୀ ଘୋଷଣା କରିଥିବା ବେଳେ କଂଗ୍ରେସ ବା
ଭୁବନେଶ୍ବର: ଧାମନଗର ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି । ତିହିଡି ବ୍ଲକ ଅଧ୍ୟକ୍ଷା ଅବନ୍ତୀ ଦାସ ବିଜେଡିର ପ୍ରାର୍ଥୀ ହୋଇଛନ୍ତି । ପୂର୍ବରୁ ବିଜେପି ଦିବଙ୍ଗତ ବିଧାୟକ ବିଷ୍ଣୁ ସେଠୀଙ୍କ ପୁଅ ସୂର୍ଯ୍ୟବଂଶୀ ସୂରଜଙ୍କୁ ପ୍ରାର୍ଥୀ ଘୋଷଣା କରିଥିବା ବେଳେ କଂଗ୍ରେସ ବାବା ହରେକୃଷ୍ଣ ଦାସଙ୍କୁ ପ୍ରାର୍ଥୀ କରିଥିଲା ।

ପ୍ରାର୍ଥୀ ଭାବେ ମନୋନୀତ ହେବା ପରେ ହରେକୃଷ୍ଣ ଦଳ ହାଇକମାଣ୍ଡ ସୋନିଆ ଗାନ୍ଧି, କଂଗ୍ରେସ ନେତା ରାହୁଲ ଗାନ୍ଧି, ପିସିସି ସଭାପତି ଓ ଭଦ୍ରକ ଜିଲ୍ଲା ସଭାପତିଙ୍କୁ କୃତଜ୍ଞତା ଜଣାଇଛନ୍ତି । ଅନ୍ୟପଟେ ବିଜେପି ପକ୍ଷରୁ ସର୍ବ ପ୍ରଥମେ ପ୍ରାର୍ଥୀ ଘୋଷଣା କରାଯାଇଛି । ସ୍ୱର୍ଗତ ବିଜେପି ନେତା ବିଣ୍ଣୁ ସେଠିଙ୍କ ପୁଅ ସୂର୍ଯ୍ୟବଂଶୀ ସୂରଜଙ୍କୁ ବିଜେପି ପ୍ରାର୍ଥୀ କରିଛି । ଏହାରି ଭିତରେ ସେ ନାମାଙ୍କନ ମଧ୍ୟ ଦାଖଲ କରିସାରିଛନ୍ତି । ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ରଣକ୍ଷେତ୍ରକୁ ବିଦ୍ଧିବଦ୍ଧ ଭାବେ ଓହ୍ଲାଇ ସାରିଛନ୍ତି ।












Click it and Unblock the Notifications