ଧାମନଗର ଉପନିର୍ବାଚନ: ନାମାଙ୍କନ ଭରିଲେ ବିଜେଡି ପ୍ରାର୍ଥୀ ଅବନ୍ତୀ ଦାସ
ଧାମନଗର ଉପନିର୍ବାଚନ ପାଇଁ ଆଜି ବିଜେଡି ପକ୍ଷରୁ ଅବନ୍ତୀ ଦାସ ନିଜର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ଅବନ୍ତୀ ଆଜି ସକାଳୁ ନିଜ ବାସଭବନରୁ ପୂଜାର୍ଚ୍ଚନା କରି ଦଳୀୟ ସମର୍ଥକଙ୍କ ଗହଣରେ ଏକ ଶୋଭାଯାତ୍ରାରେ ତିହିଡ଼ିରୁ ବାହାରି ଧାମନଗର ଓ ସେଠାରୁ ଭଦ୍ରକ ଆସିଥିଲେ।
ଭଦ୍ରକ: ଧାମନଗର ଉପନିର୍ବାଚନ ପାଇଁ ଆଜି ବିଜେଡି ପକ୍ଷରୁ ଅବନ୍ତୀ ଦାସ ନିଜର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ଅବନ୍ତୀ ଆଜି ସକାଳୁ ନିଜ ବାସଭବନରୁ ପୂଜାର୍ଚ୍ଚନା କରି ଦଳୀୟ ସମର୍ଥକଙ୍କ ଗହଣରେ ଏକ ଶୋଭାଯାତ୍ରାରେ ତିହିଡ଼ିରୁ ବାହାରି ଧାମନଗର ଓ ସେଠାରୁ ଭଦ୍ରକ ଆସିଥିଲେ। ଭଦ୍ରକର ନେହେରୁ ଷ୍ଟାଡିୟମ୍ ଠାରୁ ଏକ ବିଶାଳ ଶୋଭାଯାତ୍ରାରେ ଆସି ଭଦ୍ରକ ସହର ପରିକ୍ରମା କରିଥିଲେ।

ଏହି ଶୋଭାଯାତ୍ରାରେ ବିଜେଡ଼ିର ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ପର୍ଯ୍ୟବେକ୍ଷକ ପ୍ରଣବ ବଳବନ୍ତ ରାୟ, ମନ୍ତ୍ରୀ ପ୍ରୀତିରଞ୍ଜନ ଘଡାଇ, ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ବିଧାୟକ ପ୍ରଫୁଲ୍ଲ ସାମଲ, ବିଧାୟକ ଅମର ଶତପଥୀ, ସାଂସଦ ସୁଲତା ଦେ, ସାଂସଦ ମୁନା ଖାନ, ସାଂସଦ ମଞ୍ଜୁଲତା ମଣ୍ଡଳ, ବିଧାୟକ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ, ବିଧାୟକ ବ୍ୟୋମକେଶ ରାୟ, ବିଧାୟକ ସଞ୍ଜୀବ ମଲ୍ଲିକ, ବିଧାୟକ ବିଷ୍ଣୁ ବ୍ରତ ରାଉତରାୟ, ବିଧାୟକ ଅଶୋକ ବଳ, ବିଧାୟକ ସୁନନ୍ଦା ଦାସ, ବିଜେଡି ଜିଲ୍ଲା ସଭାପତି ଜଗନ୍ନାଥ ସ୍ୱାଇଁ, ଜିଲ୍ଲା ପରିଷଦ ସଭାପତି ପ୍ରଫୁଲ୍ଲ ଜେନା, ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଧାମନଗର ବ୍ଲକର ପୂର୍ବତନ ଅଧ୍ୟକ୍ଷ ଅଶୋକ ନାୟକ, ରଘୁ ଲେଙ୍କା, ହରେକୃଷ୍ଣ ପାଢ଼ୀ, ଶରତ ଦାସ , ପ୍ରିନ୍ସ ରାକେଶ ନାୟକଙ୍କ ସମେତ ଭଦ୍ରକ ଜିଲ୍ଲାର ବହୁ ବରିଷ୍ଠ ବିଜେଡି ନେତା ଓ କର୍ମୀ ଯୋଗ ଦେଇଥିଲେ।
ଭଦ୍ରକର ବିଜେଡି ପର୍ଯ୍ୟବେକ୍ଷକ ପ୍ରଣବ ବଳବନ୍ତରାୟ କହିଛନ୍ତି, ରାଜେନ୍ଦ୍ର ଦାସ ସ୍ୱାଧୀନ ଭାବେ ନାମାଙ୍କନ ପତ୍ର ଦାଖଲ କରିବା ପରେ ମଧ୍ୟ ଦଳ ଉପରେ କୌଣସି ପ୍ରଭାବ ପଡ଼ିବନି। ଆପଣ ବିଗତ ଦିନରେ ଏପରି ବହୁତ କିଛି ଦେଖିଛନ୍ତି। ନିର୍ବାଚନ ଫଳାଫଳ ପ୍ରକାଶ ପାଇବା ପରେ ଆପଣ ମଧ୍ୟ ଦେଖିବେ।
ଧାମନଗନର ଉପନିର୍ବାଚନ ପାଇଁ ଆଜି ହେଉଛି ନାମାଙ୍କନ ଦାଖଲର ଶେଷ ଦିନ। ବିଜେପି ପକ୍ଷରୁ ସୂର୍ଯ୍ୟବଂଶୀ ସୂରଜଙ୍କୁ ପ୍ରାର୍ଥୀ କରାଯାଇଥିବା ବେଳେ କଂଗ୍ରେସରୁ ବାବା ହରେକୃଷ୍ଣ ସେଠୀଙ୍କୁ ପ୍ରାର୍ଥୀ କରାଯାଇଛି। ବିଜେଡି ପକ୍ଷରୁ ଅବନ୍ତୀ ଦାସଙ୍କୁ ପ୍ରାର୍ଥୀ ହୋଇଛନ୍ତି।












Click it and Unblock the Notifications