ଆଜି ବିଧାନସଭାରେ ନବନିର୍ବାଚିତ ଧାମନଗର ବିଧାୟକ ସୂର୍ଯ୍ୟବଂଶୀ ସୂରଜଙ୍କ ପ୍ରଥମ ଦିନ

ଆଜିଠୁ ଆରମ୍ଭ ହୋଇଛି ବିଧାନସଭା ଶୀତ ଅଧିବେଶନ । ଧାମନଗର ଉପନିର୍ବାଚନରେ ବିଜୟ ପରେ ଆଜି ପ୍ରଥମ ଥର ପାଇଁ ବିଧାନସଭା ଆସିଛନ୍ତି ନବନିର୍ବାଚିତ ଧାମନଗର ବିଧାୟକ ସୂର୍ଯ୍ୟବଂଶୀ ସୂରଜ ।

ଭୁବନେଶ୍ୱର: ଆଜିଠୁ ଆରମ୍ଭ ହୋଇଛି ବିଧାନସଭା ଶୀତ ଅଧିବେଶନ । ଧାମନଗର ଉପନିର୍ବାଚନରେ ବିଜୟ ପରେ ଆଜି ପ୍ରଥମ ଥର ପାଇଁ ବିଧାନସଭା ଆସିଛନ୍ତି ନବନିର୍ବାଚିତ ଧାମନଗର ବିଧାୟକ ସୂର୍ଯ୍ୟବଂଶୀ ସୂରଜ । ତେବେ ପ୍ରଥମ ଦିନରେ ଟିକିଏ ଭାବବିହ୍ୱଳ ହୋଇ ପଡିଥିଲେ ସୂରଜ । ସେ କହିଥିଲେ ପ୍ରଥମ ଦିନ ହୋଇଥିବାରୁ ଏହା ମୋ ପାଇଁ ସ୍ମରଣୀୟ ଦିନ ।

Dhamnagar MLA

ଦିବଙ୍ଗତ ସଦସ୍ୟଙ୍କୁ ଗୃହରେ ଶୋକ ପ୍ରସ୍ତାବ ଆଗତ ହେଉଥିବା ବେଳେ ତନ୍ମ ମଧ୍ୟରେ ମୋ ପିତା ସ୍ୱର୍ଗତଃ ବିଷ୍ଣୁ ସେଠୀଙ୍କୁ ମଧ୍ୟ ଶ୍ରଧାଞ୍ଜଳୀ ଜ୍ଞାପନ ମୋ ପାଇଁ ଚିର ସ୍ମରଣୀୟ । ମୁଁ ଆଜି ଗୃହରେ ଭାଗ ନେଇ ଗର୍ବିତ । ମୁଁ ମଧ୍ୟ ଅନେକ ପ୍ରଶ୍ନ ରଖିଛି ଗୃହରେ । କିନ୍ତୁ ତା ମଧ୍ୟରୁ ଅନ୍ୟତମ ପ୍ରଶ୍ନ ହେଉଛି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ଅନେକ ନିର୍ବାଚନ ମଣ୍ଡଳୀକୁ ମୋର ବୋଲି କହୁଛନ୍ତି ,କିନ୍ତୁ ତାହାର କଣ ବିକାଶ ହୋଇଛି ବୋଲି ପ୍ରଶ୍ନ କରୁଥିଲି କିନ୍ତୁ ଉତ୍ତର ମିଳିଲା ନାହିଁ । ସମୟ ପରିବର୍ତ୍ତନ କରି ଉତ୍ତର ଦେବା ନିମନ୍ତେ ୨୮ ତାରିଖକୁ ରଖିଛନ୍ତି । ମୁଁ ଉତ୍ତରକୁ ରାଜ୍ୟବାସୀଙ୍କ ତରଫରୁ ଅପେକ୍ଷା କରିଛି । ବାପାଙ୍କ ସ୍ଥାନ ମୁ ପୁରଣ କରିପାରିବିନି ସତ କିନ୍ତୁ ଚେଷ୍ଟା କରିବି ବୋଲି ସେ କହିଛନ୍ତି ।

ଉଲ୍ଲେଖଥାଉ କି, ଗୃହକାର୍ଯ୍ୟ ଆରମ୍ଭରେ ଦିବଙ୍ଗତ ସଦସ୍ୟଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶୋକ ପ୍ରସ୍ତାବ ଆଗତ କରିବା ପରେ ଏହି ଶ୍ରଦ୍ଧାଞ୍ଜଳି ଦିଆଯାଇଥିଲା ।

ପୂର୍ବତନ ମନ୍ତ୍ରୀ ବିଜୟ ରଞ୍ଜନ ସିଂ ବରିହା, ବିରୋଧୀ ଦଳର ଉପନେତା ବିଷ୍ଣୁ ସେଠୀ, ପୂର୍ବ ମନ୍ତ୍ରୀ ଗୋଲକ ବିହାରୀ ନାୟକ, ସ୍ୱର୍ଗତ କପିଳ ତିୱାରୀ, ଗୋପନାରାୟଣ ଦାସ ଏବଂ ପୂର୍ବତନ ସଦସ୍ୟ ସ୍ୱର୍ଗତଃ ଆଦିକନ୍ଦ ସେଠୀଙ୍କ ଉଦ୍ଦେଶ୍ୟରେ ଏହି ଶୋକ ପ୍ରସ୍ତାବ ଆଗତ ହୋଇଥିଲା । ଯାହାକୁ ବିରୋଧୀ ଦଳ ସମର୍ଥନ ଜଣାଇଥିଲେ । ଗୃହରେ ଦିବଙ୍ଗତଙ୍କ ଉଦ୍ଦେଶ୍ୟରେ ୧ ମିନିଟ୍ ନୀରବ ପ୍ରାର୍ଥନା କରାଯାଇଥିଲା । ପରେ ଗୃହକୁ ମୁଲତବୀ ରଖାଯାଇଛି । ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଗୃହ ମୁଲତବୀ ରହିଛି ।

ଚଳିତ ଅଧିବେଶନରେ ମୋଟ୍ ୩୩ଟି କାର୍ଯ୍ୟଦିବସ ରହିଛି । ଅଧିବେଶନର ପ୍ରଥମ ଦିନରେ ଆଜି ୨୦୨୨-୨୩ ଆର୍ଥିକ ବର୍ଷର ପ୍ରଥମ ଅତିରିକ୍ତ ବଜେଟ୍ ଆଗତ କରାଯିବ । ୩୦ ଓ ୧ ତାରିଖ ଦୁଇ ଦିନ ଧରି ଖର୍ଚ୍ଚଦାବି ଉପରେ ଆଲୋଚନା ହେବ । ୨ ତାରିଖରେ ବ୍ୟୟମଞ୍ଜୁରି ବିଲ୍ ପାରିତ ହେବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+