DHANU YATRA: ଅଧର୍ମ ଉପରେ ଧର୍ମର ଜୟ; ମହାପ୍ରଭୁଙ୍କୁ କ୍ଷମା ମାଗିଲେ କଂସ, ମହୋଦଧିରେ ବୁଡ ପକାଇଲେ
ବରଗଡ଼ ଧନୁଯାତ୍ରା ମହୋତ୍ସବ ସୋମବାର ଉଦଯାପିତ ହୋଇଛି । ଦୀର୍ଘ ୧୧ଦିନ ବ୍ୟାପି ହୋଇଥିବା ଏହି ମହୋତ୍ସବରେ ଗତକାଲି କଂସବଧ ହୋଇଛି । କଂସବଧ ପରେ ଉଗ୍ରସେନଙ୍କ ରାଜ୍ୟାଭିଷେକ ହୋଇଥିଲା ଏବଂ ଚଳିତବର୍ଷ ଧନୁଯାତ୍ରା ମହୋତ୍ସବ ସରିଥିଲା । ତେବେ ଏହାପରେ ପୁରୀରେ ପହଞ୍ଚଛନ୍ତି କଂସ ।
ପୁରୀରେ କଂସ ମହାରାଜ। ପାପମୋଚନ ପାଇଁ ମହୋଦଧିରେ ବୁଡ଼ ପକାଇଛନ୍ତି। ଏଥିସହ ଧନୁଯାତ୍ରାରେ ଅଭିନୟ ବେଳେ ଭଗବାନ କୃଷ୍ଣ-ବଳରାମଙ୍କ ପ୍ରତି କଟୁକ୍ତି କରିଥିବାରୁ ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କରି କ୍ଷମା ପ୍ରାର୍ଥନା କରିଛନ୍ତି।
କୃଷ୍ଣଙ୍କ ହାତରେ କଂସ ବଧ ହେବାପରେ ମଥୁରାରେ ଦେଖା ଯାଇଥିଲା ଉତ୍ସବର ମାହୋଲ । କୃଷ୍ଣବଳରାମ ଅଷ୍ଟମଲ୍ଲଙ୍କ ସହ ମହାରାଜ କଂସକୁ ବଦ୍ଧ କରି ମଥୁରାବାସୀଙ୍କୁ କଂସର ଅତ୍ୟାଚାରରୁ ମୁକ୍ତ କରାଇଥିଲେ । ଏହାପରେ ଭଗବାନ ଶ୍ରୀକୃଷ୍ଣ ଓ ବଳରାମ ମଥୁରା କାରାଗୃହକୁ ଯାଇ ଦେବକୀ ଓ ବାସୁଦେବଙ୍କୁ ମୁକ୍ତ କରିଥିବା ବେଳେ ମହାରାଜା ଉଗ୍ରସେନଙ୍କ ରାଜ୍ୟାଭିଷେକ କରାଇଛନ୍ତି ।

ଦୀର୍ଘ ୧୧ ଦିନ ଧରି ଚାଲିଥିବା ବରଗଡ଼ ଧନୁଯାତ୍ରା ଜନସାଧାରଣଙ୍କୁ ଅନେକ କିଛି ଶିକ୍ଷା ଦେଇଥିବା ବେଳେ ଯୁଗେ ଯୁଗେ ସର୍ବଦା ଧର୍ମର ହିଁ ଜୟ ହୋଇଥାଏ, ତାହା ପ୍ରମାଣିତ କରିଛି ।
ଧନୁଯାତ୍ରାର ଅନ୍ତିମ ଦିବସରେ କୃଷ୍ଣ ବଳରାମ ମଥୁରାର ଭ୍ରମଣ କରି ମହାରାଜ କଂସଙ୍କ ଧନୁଯାତ୍ରାରେ ପହଞ୍ଚିଥିଲେ । ମହାରାଜ କଂସଙ୍କ ଆଦେଶ ଅନୁଯାୟୀ ରାଜଦରବାରର ସମସ୍ତ ଦ୍ୱାରରେ ନିୟୋଜିତ ଥିଲେ ବଡ଼ ବଡ଼ ଯୋଦ୍ଧା । ପ୍ରଥମ ଦ୍ୱାରରେ ଥିଲା ଶକ୍ତିଶାଳୀ କୁବଳୟା ହସ୍ତୀ । କୁବଳୟା ସହିତ ଗୋଟେ ପରେ ଗୋଟେ ସମସ୍ତ ଯୋଦ୍ଧାଙ୍କୁ ବଧ କରିଥିଲେ କୃଷ୍ଣ ବଳରାମ ଦୁଇଭାଇ । ଶେଷରେ ମହାରାଜ କଂସ ଓ ମହାମନ୍ତ୍ରୀ ଶକ୍ରାଜିତ ଭଗବାନ କୃଷ୍ଣଙ୍କ ପାଖରେ ଆତ୍ମସମର୍ପଣ କରିବା ଦୃଶ୍ୟ ଥିଲା ବେଶ ମନୋରମ । ଯାହା ଦର୍ଶକଙ୍କୁ ମଧ୍ୟ ଆଚମ୍ବିତ କରିଥିବା ବେଳେ ପ୍ରବଳ ପ୍ରତାପୀ କଂସ ମଧ୍ୟ କୃଷ୍ଣ ଭକ୍ତ ତାହା ପ୍ରମାଣିତ ହୋଇଥିଲା ଏବଂ ସବୁବେଳେ ଅଧର୍ମ ଉପରେ ଧର୍ମର ଜୟ, ଅସତ୍ୟ ଉପରେ ସତ୍ୟର ବିଜୟ ହୋଇଥାଏ ତାହା ପ୍ରମାଣିତ ହୋଇଥିଲା ।
-
କ୍ରସ୍ ଭୋଟିଂକୁ ନେଇ ନବୀନଙ୍କ ପ୍ରତିକ୍ରିୟା, କହିଲେ ବିଜେପି... -
ବିଧାୟିକା ଉପାସନାଙ୍କ ଭୋଟ୍କୁ ନେଇ ନବୀନଙ୍କ ଅଭିଯୋଗ -
ଅଣ୍ଡା ପ୍ରେମୀଙ୍କ ପାଇଁ ଖୁସି ଖବର ; କମିଲା ରେଟ, ଜାଣନ୍ତୁ କେତେ? -
୨ ମାସ ତଳୁ ଯୋଜନା ପ୍ରସ୍ତୁତ ହୋଇଥିଲା, ଜିତିବା ପାଇଁ ଲଢୁଥିଲୁ;ବିଜୟ ମହାପାତ୍ର -
ଉଚ୍ଚସ୍ତରୀୟ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ -
ଘଡ଼ଘଡ଼ି ବିଜୁଳି ସହିତ ପ୍ରବଳ ଝଡ଼ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ -
ସାବଧାନ ! ଖାଉଛନ୍ତି କଞ୍ଚା ଆମ୍ବ ତେବେ ନିହାତି ଜାଣନ୍ତୁ ଏହି କଥା, ନଚେତ୍... -
ଯୁଦ୍ଧ ଭିତରେ ଖସିଲା ସୁନା ରୂପା ଦାମ, ଜାଣନ୍ତୁ କେତେ ? -
୨୧ ଯାଏଁ କୁଆପଥର ବର୍ଷା ସମ୍ଭାବନା, ଆଜି ପାଇଁ ଆଲର୍ଟ ଜାରି -
SCB ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨୫ ଲକ୍ଷ କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ -
ଦିଲ୍ଲୀ ହାଇକୋର୍ଟରେ ୧୦କୋଟି ଟଙ୍କାର କେସ୍ ଦାଏର କଲେ କେନ୍ଦ୍ର ମନ୍ତ୍ରୀ ହରଦୀପ ସିଂହ ପୁରୀଙ୍କ ଝିଅ, ଜାଣନ୍ତୁ ପୁରା ଘଟଣା -
ନିର୍ବାଚନ ପୂର୍ବରୁ ମମତାଙ୍କୁ ଝଟକା, ଆକ୍ସନ ମୁଡକୁ ଆସିଲେ ନିର୍ବାଚନ କମିଶନ












Click it and Unblock the Notifications