'ବିକଶିତ ଭାରତ’ ପାଇଁ ସମସ୍ତେ ଗୋଟିଏ ଗୋଟିଏ ପାଦ ଆଗକୁ ବଢାଇବା- ଧର୍ମେନ୍ଦ୍ର

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଗାମୀ ୨୫ ବର୍ଷରେ 'ବିକଶିତ ଭାରତ' ଗଠନ ପାଇଁ ଦେଶବାସୀଙ୍କୁ ଆହ୍ୱାନ କରିଛନ୍ତି । ବିକଶିତ ଭାରତ ଗଢିବା ପାଇଁ ହେଲେ ଆମେ ସମସ୍ତେ ନିଜ ନିଜର ସାମର୍ଥ୍ୟ ଅନୁସାରେ ଯୋଗଦାନ ରଖିବା । ନିଜ ନିଜ କ୍ଷେତ୍ରରେ ଗୋଟିଏ ଗୋଟିଏ ପାଦ ଆଗକୁ ବଢାଇବା ତଥା ସମସ୍ତଙ୍କୁ ଏହି ଆହ୍ୱାନରେ ଯୋଡି ବିକଶିତ ଭାରତର ସଂକଳ୍ପକୁ ସାକାର ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ଶନିବାର ସମ୍ବଲପୁର ଜିଲ୍ଲା ମାନେଶ୍ୱର ବ୍ଲକ ତବଲା ପଞ୍ଚାୟତର ମାଲଗୁଣ୍ଡ ଠାରେ "ବିକଶିତ ଭାରତ ସଂକଳ୍ପ ଯାତ୍ରା"ରେ ସାମିଲ ହେବା ଅବସରରେ ଶ୍ରୀ ପ୍ରଧାନ କହିଛନ୍ତି ଯେ ପ୍ରଧାନମନ୍ତ୍ରୀଙ୍କ ଅମୃତ କାଳର ଚାରିଟି ଅମୃତ ସ୍ତମ୍ଭ ଅର୍ଥାତ୍ ଭାରତର ନାରୀ ଶକ୍ତି, ଯୁବ ଶକ୍ତି, କୃଷି ଶକ୍ତି ଏବଂ ଆମର ଗରିବ ଓ ମଧ୍ୟବିତ୍ତଙ୍କ ଶକ୍ତି ଭାରତକୁ ଶିଖରକୁ ନେବା ସହ ଏକ ବିକଶିତ ରାଷ୍ଟ୍ରରେ ପରିଣତ କରିବ । ମୋଦିଙ୍କ ଗ୍ୟାରେଣ୍ଟି ଜନତାଙ୍କ ଆସ୍ଥାଭାଜନ ହୋଇଥିବା ବେଳେ ଆମେ ସମସ୍ତେ ନିଜ ନିଜ କ୍ଷେତ୍ରରେ 'ବିକଶିତ ଭାରତ' ପାଇଁ ଯୋଗଦାନ ରଖିବା ଦରକାର । ସମସ୍ତଙ୍କୁ ସାଙ୍ଗରେ ନେଇ ଗାଁରୁ ପଞ୍ଚାୟତ ପର୍ଯ୍ୟନ୍ତ, ବ୍ଲକରୁ ସହର ପର୍ଯ୍ୟନ୍ତ ତଥା ସହରରୁ ଜିଲ୍ଲା ଏବଂ ରାଜ୍ୟ ସହ ଦେଶକୁ ସାମଗ୍ରିକ ଭାବରେ ମଜଭୂତ କରିବାକୁ ହେବ ।

DHARMENDRA_PRADHAN

ବିକଶିତ ଭାରତ ସଂକଳ୍ପ ଯାତ୍ରା ଅନ୍ତର୍ଗତ ମୋଦି ଗ୍ୟାରେଣ୍ଟି ଗାଡି ଭାରତବର୍ଷର ଅନେକ ପଞ୍ଚାୟତରେ ପହଞ୍ଚିଲାଣି । ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର, ଉଜ୍ଜ୍ୱଳା ଯୋଜନାରେ ଗ୍ୟାସ, ଗରିବ କଲ୍ୟାଣ ଅନ୍ନ ଯୋଜନାରେ ୨୦୨୯ ପର୍ଯ୍ୟନ୍ତ ମାଗଣା ଚାଉଳ, ସୌଭାଗ୍ୟ ଯୋଜନାରେ ପ୍ରତି ଘରକୁ ବିଜୁଳି, ଜନଧନ ଜରିଆରେ ବ୍ୟାଙ୍କଖାତାକୁ ଟଙ୍କା ଦେବାର ଗ୍ୟାରେଣ୍ଟି ମୋଦି ଦେଇଛନ୍ତି । ସମସ୍ତ କଲ୍ୟାଣକାରୀ ଯୋଜନା ଗୁଡ଼ିକର ସୁଫଳ ଯେପରି ନିର୍ଦ୍ଧାରିତ ସମୟରେ ସମସ୍ତ ହିତାଧିକାରୀଙ୍କ ପାଖରେ ପହଂଚି ପାରିବ ସେଥିପାଇଁ ସରକାରଙ୍କ ପ୍ରମୁଖ ଯୋଜନାଗୁଡ଼ିକୁ ଉପଲବ୍ଧ କରାଇବା ପ୍ରଧାନମନ୍ତ୍ରୀଙ୍କ ନିରନ୍ତର ପ୍ରୟାସ ରହିଛି ।

ସମସ୍ତଙ୍କୁ ସାଙ୍ଗରେ ନେଇ ସମସ୍ତ ବର୍ଗର ଲୋକଙ୍କୁ ସ୍ୱାବଲମ୍ବୀ କରିବା ସହ ସ୍ୱାଭିମାନ ସହକାରେ ବଞ୍ଚିବାର ସ୍ୱପ୍ନକୁ ସାକାର କରିବା । ଏହା ସହ କେନ୍ଦ୍ରମନ୍ତ୍ରୀ ଲୋକମାନଙ୍କୁ ନମୋ ଆପ୍, ମାଇ ଭାରତ ସଂଗଠନରେ ଯୋଡିହେବା ପାଇଁ ଶ୍ରୀ ପ୍ରଧାନ ଆହ୍ୱାନ କରିଥିଲେ । ସେହିପରି ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ସମବେତ ଜନତାଙ୍କୁ ୨୦୪୭ ସୁଦ୍ଧା ବିକଶିତ ଭାରତ ଗଠନ କରିବା ପାଇଁ ସଂକଳ୍ପ କରାଇଥିଲେ । ମୋଦି ସରକାରଙ୍କ ଦ୍ୱାରା ବିଭିନ୍ନ ଯୋଜନାର ଲାଭାର୍ଥୀଙ୍କୁ ଭେଟି ଆଲୋଚନା କରିଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+