For Quick Alerts
Turn On Notification  
For Daily Alerts
Oneindia App Download

କେନ୍ଦ୍ର ଖଣି ଓ କୋଇଲା ମନ୍ତ୍ରୀଙ୍କୁ ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଠି

କେନ୍ଦ୍ର ଖଣି ଓ କୋଇଲା ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର ପ୍ରଧାନ । ଅନୁଗୁଳ ନାଲକୋ ପ୍ଲାଣ୍ଟର କ୍ଷମତା ବୃଦ୍ଧି ନେଇ ଲେଖିଲେ ଚିଠି ।

|

ଭୁବନେଶ୍ୱର: କେନ୍ଦ୍ର ଖଣି ଓ କୋଇଲା ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର ପ୍ରଧାନ । ଅନୁଗୁଳ ନାଲକୋ ପ୍ଲାଣ୍ଟର କ୍ଷମତା ବୃଦ୍ଧି ନେଇ ଲେଖିଲେ ଚିଠି । ବାର୍ଷିକ କ୍ଷମତା ୧ ମିଲିଅନ୍ ଟନ୍ ବୃଦ୍ଧି କରିବାକୁ ଚିଠିରେ ଉଲ୍ଲେଖ । ଫିଡର କ୍ୟାପିଟିଭ ପାୱାର ପ୍ଲାଣ୍ଟ ଆରମ୍ଭ ପାଇଁ ଧର୍ମେନ୍ଦ୍ରଙ୍କ ପ୍ରସ୍ତାବ ।

ତେବେ ଅନୁଗୁଳ ନ୍ୟାସନାଲ ଆଲୁମିନିୟମ କମ୍ପାନି(ନାଲକୋ) ଆଲୁମିନିୟମ ଉତ୍ପାଦନ କ୍ଷମତା ବାର୍ଷିକ ୦.୪୬ ମିଲିୟନ ଟନରୁ ବାର୍ଷିକ କ୍ଷମତା ୧ ମିଲିୟନ ଟନ୍ ବୃଦ୍ଧି କରିବା ପାଇଁ ଧର୍ମେନ୍ଦ୍ର ଅନୁରୋଧ କରିଛନ୍ତି । ସେହିପରି ଅନୁଗୁଳ ଜିଲ୍ଲାର ବ୍ରାଉନଫିଲ୍ଡ ସମ୍ପ୍ରସାରଣ ପ୍ରକଳ୍ପ ପାଇଁ ଫିଡର କ୍ୟାପଟିଭ୍ ପାୱାର ପ୍ଲାଂଟ (ସିପିପି) ଆରମ୍ଭ କରିବାକୁ ମଧ୍ୟ ଧର୍ମେନ୍ଦ୍ର ପ୍ରସ୍ତାବ ମଧ୍ୟ ଦେଇଛନ୍ତି ।

Dharmendra Pradhan

ସେ ଚିଠିରେ ଲେଖିଛନ୍ତି, ସନାଲ ଆଲୁମିନିୟମ କମ୍ପାନି (ନାଲକୋ) ଏହାର ଉତ୍ପାଦନ କ୍ଷମତା ବାର୍ଷିକ ୦.୪୬ ମିଲିୟନ ଟନରୁ ୧ ମିଲିୟନ ଟନ୍ ବୃଦ୍ଧି କରିବା ପାଇଁ ଓଡିଶାର ଅନୁଗୁଳ ଜିଲ୍ଲାରେ ସେମାନଙ୍କ ଆଲୁମିନିୟମ ସ୍ମେଲଟର ପ୍ଲାଂଟ ପାଇଁ ଏକ ବ୍ରାଉନଫିଲ୍ଡ ସମ୍ପ୍ରସାରଣ ପ୍ରକଳ୍ପ ଆରମ୍ଭ କରୁଛି । ଏହି ପ୍ରକଳ୍ପରେ ୧୪୦୦ ମେଗାୱାଟ ଫିଡର କ୍ୟାପଟିଭ୍ ପାୱାର ପ୍ଲାଂଟ ନିର୍ମାଣ ଅନ୍ତର୍ଭୁକ୍ତ ରହିଛି । ଏହି ପ୍ରକଳ୍ପର ଆନୁମାନିକ ମୂଲ୍ୟ ୨୨ ହଜାର କୋଟି ଥିବା ବେଳେ ଏହା ବର୍ତମାନ ଜମି ଅଧିଗ୍ରହଣ ପର୍ଯ୍ୟାୟରେ ରହିଛି ।

ସେ ଆହୁରୀ ଲେଖିଛନ୍ତି, ପଟ୍ଟାଙ୍ଗୀ ଖଣି କାର୍ଯ୍ୟକ୍ଷମ ହେବା ପରେ ନାଲକୋର ବକ୍ସାଇଟ୍ ଉତ୍ପାଦନ କ୍ଷମତା ବାର୍ଷିକ ୭.୩ ମିଲିୟନ ଟନରୁ ବାର୍ଷିକ କ୍ଷମତା ୧୦.୫ ମିଲିୟନ ଟନକୁ ବୃଦ୍ଧି ପାଇବ । ଏହା ମଧ୍ୟରୁ ଆଲୁମିନାର ବାର୍ଷିକ କ୍ଷମତା ୩.୧ ମିଲିୟନ ଟନ ଧାରଣ କରିଥିବା ବେଳେ ଏହି ଆଲୁମିନାରୁ ବାର୍ଷିକ ୧.୫ ମିଲିୟନ ଟନ୍ ଆଲୁମିନିୟମ ଉତ୍ପାଦନ ହେବାର ସମ୍ଭାବନା ରହିଛି ।

ସୂଚନାଯୋଗ୍ୟ ଯେ ଆଲୁମିନିୟମ ତରଳିବା ଏକ ଅତ୍ୟଧିକ ଶକ୍ତି ନିବାରଣ ପ୍ରକ୍ରିୟା ଏବଂ ଏହି ବ୍ରାଉନଫିଲ୍ଡ ସମ୍ପ୍ରସାରଣ ପ୍ରକଳ୍ପର ସମ୍ଭାବ୍ୟ ୧୪୦୦ ମେଗାୱାଟ ଫିଡର ସିପିପିରେ ନିରନ୍ତର କୋଇଲା ଯୋଗାଣ ଉପରେ ନିର୍ଭରଶୀଳ । ଏହି ପରିପ୍ରେକ୍ଷୀରେ ଅନୁଗୁଳରେ ଆଲୁମିନାର ପ୍ରଚୁର ଉପଲବ୍ଧିକୁ ଦୃଷ୍ଟିରେ ରଖି ଅନୁଗୁଳ ଜିଲ୍ଲା ସ୍ଥିତ ନାଲକୋର ଆଲୁମିନିୟମ୍ ସ୍ମେଲଟର ପ୍ଲାଂଟର ଉତ୍ପାଦନ କ୍ଷମତା ବାର୍ଷିକ ୦.୪୬ ମିଲିୟନ ଟନରୁ ବାର୍ଷିକ ଉତ୍ପାଦନ କ୍ଷମତା ୧ ମିଲିୟନ ଟନ୍ କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ଯୋଶୀଙ୍କୁ ପ୍ରସ୍ତାବ ଦେଇଛନ୍ତି ।

ଆମକୁ ଫୋଲୋ କରନ୍ତୁ
Instagram Youtube
English summary
Dharmendra Pradhan's letter to the Union Minister of Mines and Coal
ସର୍ବଶେଷ ସମ୍ବାଦ ପ୍ରାପ୍ତ କରନ୍ତୁ
Enable
x
Notification Settings X
Time Settings
Done
Clear Notification X
Do you want to clear all the notifications from your inbox?
Settings X