କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ନେଲେ ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲ: ଇତିହାସକୁ ଦ୍ୱିତୀୟଥର ପାଇଁ ଦୋହରାଇଛନ୍ତି ନରେନ୍ଦ୍ର ମୋଦୀ । ଜବାହରଲାଲ ନେହରୁଙ୍କ ପରେ ପ୍ରଥମଥର ପାଇଁ କ୍ରମାଗତ ଭାବେ ତୃତୀୟ ଥର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ନରେନ୍ଦ୍ର ମୋଦୀ । ଦୁଇପାଳିରେ ବିଜେପି ଏକକ ବହୁମତ ହାସଲ କରିଥିଲେ ବି ଏଥର ଏନଡିଏ ମେଣ୍ଟ ସହଯୋଗୀଙ୍କ ଭରସାରେ ସରକାର ଗଠନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ପ୍ରଧାନମନ୍ତ୍ରୀ ମୋଦିଙ୍କ ଶପଥ ଗ୍ରହଣ ଉତ୍ସବ ପରେ ଶପଥ ନେଇଥିଲେ ରାଜନାଥ ସିଂ, ଅମିତ ଶାହ, ନୀତିନ ଗଡକରି, ଧର୍ମେନ୍ଦ୍ର ପ୍ରଧାନ ନେଇଛନ୍ତି ଶପଥ ।

dharmendra pradhan

ଧର୍ମେନ୍ଦ୍ର ପ୍ରଧାନ ସମ୍ବଲପୁର ଲୋକସଭାରୁ ନିର୍ବାଚିତ ହୋଇଛନ୍ତି । ପୂର୍ବରୁ ବିହାର ଏବଂ ମଧ୍ୟପ୍ରଦେଶରୁ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ । ପେଟ୍ରୋଲିୟମ ଏବଂ ଶିକ୍ଷା ଭଳି ଗୁରୁତ୍ୱପୂର୍ଣ୍ଣ ମନ୍ତ୍ରଣାଳୟର ମନ୍ତ୍ରୀ ଭାବେ ଅଭିଜ୍ଞତା ତାଙ୍କ ପାଖରେ ରହିଛି । ଧର୍ମେନ୍ଦ୍ର ପ୍ରଧାନ ମୋଦୀ-ଶାହଙ୍କର ବିଶ୍ୱସ୍ତ ବୋଲି କୁହାଯାଏ । ଆଉ ଓଡିଶା ବିଜେପିର ପୋଷ୍ଟର ବୟ

ମୋଦୀଙ୍କ ତୃତୀୟ ପାଳିରେ କ୍ୟାବିନେଟ୍‌ ମନ୍ତ୍ରୀ ଭାବେ ରାଜନାଥ ସିଂହ, ଅମିତ ଶାହ, ନିତିନ ଗଡ଼କରୀ, ଜଗତ ପ୍ରକାଶ ନଡ୍ଡା, ଶିବରାଜ ସିଂହ ଚୌହାନ, ନିର୍ମଳା ସୀତାରମଣ, ଡ. ସୁବ୍ରମଣ୍ୟମ୍‌ ଜୟଶଙ୍କର, ମନୋହର ଲାଲ ଖଟ୍ଟର, ଏଚ୍‌ଡି କୁମାର ସ୍ବାମୀ, ପୀୟୂଷ ଗୋୟଲ, ଜୀତନ ରାମ ମାଂଝୀ, ରାଜୀବ ରଂଜନ ସିଂହ (ଲଲନ ସିଂହ), ସର୍ବାନନ୍ଦ ସୋନୱାଲ, ଧୀରେନ୍ଦ୍ର କୁମାର, କେ ରାମ ମୋହନ ନାଇଡୁ, ପ୍ରହ୍ଲାଦ ଯୋଶୀ, ଜୁଏଲ୍‌ ଓରାମ , ଅଶ୍ୱନୀ ବୈଷ୍ଣବ ପ୍ରମୁଖ ଶପଥ ଗ୍ରହଣ କରିଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+