ଦେଶ ସମେତ ଓଡ଼ିଶାର ଯୁବ ପ୍ରତିଭାଙ୍କୁ ଅଧିକ ଦକ୍ଷ କରିବା ପାଇଁ ମେଟା ଟେକ୍ନୋଲୋଜିର ଉପଯୋଗ ଉପରେ ଗୁରୁତ୍ୱ - ଧର୍ମେନ୍ଦ୍ର

ନୂଆଦିଲ୍ଲୀ : ଫେସବୁକ, ହ୍ୱାଟ୍ସଆପ ଏବଂ ଇନଷ୍ଟାଗ୍ରାମକୁ ସଂଚାଳିତ କରୁଥିବା ମେଟା ଗ୍ଲୋବାଲ ଆଫେୟାର୍ସର ସଭାପତି ନିକ୍ କ୍ଲେଗ ବୁଧବାର ନୂଆଦିଲ୍ଲୀ ଠାରେ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ତାଙ୍କ ବାସଭବନରେ ସାକ୍ଷାତ୍ କରିଛନ୍ତି ।

ଭାରତର ଦକ୍ଷତା ବିକାଶ ଏବଂ ଉଦ୍ୟମିତା କ୍ଷେତ୍ରରେ ମେଟା ଟେକ୍ନୋଲୋଜିକୁ କିପରି ବ୍ୟବହାର କରାଯାଇପାରିବ ସେ ବିଷୟରେ କେନ୍ଦ୍ରମନ୍ତ୍ରୀ ଏହି ବୈଠକ କାଳରେ ବିସ୍ତୁତ ଭାବେ ଆଲୋଚନା କରିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୂରଦୃଷ୍ଟି ଜାତୀୟ ଶିକ୍ଷା ନୀତି ଟେକ୍ନୋଲୋଜି ଆଧାରିତ ଶିକ୍ଷାକୁ ପ୍ରୋତ୍ସାହନ ଦେଉଛି ।

dharmendra_pradhan

ଷ୍ଟାର୍ଟଅପରେ ନିୟୋଜିତ ଥିବା ଯୁବ ଉଦ୍ୟୋଗୀମାନେ କିପରି ସେମାନଙ୍କର ବ୍ୟବସାୟକୁ ଟେକ୍ନୋଲୋଜି ମାଧ୍ୟମରେ ବଢାଇପାରିବେ ସେ ବାବଦରେ ଅବଗତ କରାଇଥିଲେ । ସେହିପରି ଟେକ୍ନୋଲୋଜି ଇନୋଭେସନ, ଉଦ୍ୟମିତା କ୍ଷେତ୍ରକୁ ଉପଯୋଗ କରିବା ଉପରେ ଚର୍ଚ୍ଚା ସହ ଡିଜିଟାଲ ଇଣ୍ଡିଆ ଏବଂ ସ୍କିଲ୍ ଇଣ୍ଡିଆ ମିଶନ ସଶକ୍ତ କରିବା ପାଇଁ ମେଟାକୁ ନିମନ୍ତ୍ରଣ କରିଥିଲେ କେନ୍ଦ୍ରମନ୍ତ୍ରୀ ।

କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ନିକ୍ କ୍ଲେଗଙ୍କୁ ଓଡ଼ିଶାର ପାରମ୍ପରିକ ପଟ୍ଟଚିତ୍ର ପ୍ରଦାନ କରିବା ସମୟରେ ଓଡ଼ିଶାର ପ୍ରତିଭାସମ୍ପନ୍ନ ବ୍ୟକ୍ତି ଓ କଳାକାରଙ୍କ ସମେତ ରାଜ୍ୟର କଳା, ସଂସ୍କୃତି, ପରମ୍ପରା ଉପରେ ଚର୍ଚ୍ଚା କରିଥିଲେ ।

ଦେଶ ସମେତ ଓଡ଼ିଶା ଭଳି ରାଜ୍ୟରେ ମେଟା ଟେକ୍ନୋଲୋଜି କିଭଳି ଯୁବ ପ୍ରତିଭାଙ୍କୁ ଅଧିକ ଦକ୍ଷ କରିବା ସହ ସ୍କିଲ୍ କ୍ଷେତ୍ରକୁ ମଜଭୂତ୍ କରିବ, ତାହା ଉପରେ କାମ କରିବା ପାଇଁ କେନ୍ଦ୍ରମନ୍ତ୍ରୀ ପରାମର୍ଶ ଦେଇଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+