ଓଡ଼ିଶାରେ ପିଏମ ଶ୍ରୀ ସ୍କୁଲ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ପତ୍ର ଲେଖିଲେ କେନ୍ଦ୍ରମନ୍ତ୍ରୀ

ଓଡ଼ିଶାରେ ପିଏମ୍ ଶ୍ରୀ ଯୋଜନା ଲାଗୁ କରିବା ପାଇଁ ଦୁଇ ଦୁଇ ଥର ପତ୍ର ଲେଖାଯିବା ପରେ ମଧ୍ୟ ଓଡ଼ିଶା ସରକାର ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରଣାଳୟର ସ୍କୁଲ ଶିକ୍ଷା ଓ ସାକ୍ଷରତା ବିଭାଗ (ଡିଓଏସଇଏଲ) ସହ ବୁଝାମଣା ପତ୍ର ସ୍ୱାକ୍ଷରିତ (ଏମୟଓୁ) କରିନାହାନ୍ତି । ଏହି ମର୍ମରେ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ତୃତୀୟ ଥର ପାଇଁ ପତ୍ର ଲେଖି ରାଜ୍ୟରେ ପିଏମ ଶ୍ରୀ ଯୋଜନା ଲାଗୁ କରିବା ତଥା ଏମଓୟୁ ସ୍ୱାକ୍ଷରିତ କରିବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେବା ପାଇଁ ଅନୁରୋଧ କରିଛନ୍ତି ।

କେନ୍ଦ୍ରମନ୍ତ୍ରୀ ପତ୍ରରେ ଉଲ୍ଲେଖ କରିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କଳ୍ପନାରେ ସମଗ୍ର ଦେଶରେ ୧୪ ହଜାର ୫୦୦ ରୁ ଅଧିକ ପ୍ରଧାନମନ୍ତ୍ରୀ ସ୍କୁଲ ଫର୍ ରାଇଜିଂ ଇଣ୍ଡିଆ (ପିଏମ ଶ୍ରୀ ସ୍କୁଲ) ପ୍ରତିଷ୍ଠାର ଲକ୍ଷ୍ୟ ନେଇ ୨୦୨୨ ସେପ୍ଟେମ୍ବର ୭ରେ ପିଏମ ଶ୍ରୀ ଯୋଜନାର ଶୁଭାରମ୍ଭ ହୋଇଥିଲା । ଏହି ସ୍କୁଲ ଗୁଡିକ ଜାତୀୟ ଶିକ୍ଷା ନୀତିର ପୂର୍ଣ୍ଣ ଭାବନାକୁ ନେଇ କାର୍ଯ୍ୟ କରିବ ତଥା ସମସ୍ତ ମୌଳିକ ଉପାଦାନକୁ ପ୍ରଦର୍ଶିତ କରିବ । ଏହା, ସବୁ ବିଦ୍ୟାଳୟ ପାଇଁ ଏକ ଉଦାହରଣ ଭାବରେ କାର୍ଯ୍ୟ କରିବ । ପିଏମଶ୍ରୀ ସ୍କୁଲ ଗୁଡିକ ଉତ୍ସାହଭରା ପରିବେଶରେ ଛାତ୍ରଛାତ୍ରୀଙ୍କୁ ଗୁଣାତ୍ମକ ଶିକ୍ଷା ସହ ସର୍ବବ୍ୟାପୀ ଓ ସର୍ବସ୍ପର୍ଶୀ ଶିକ୍ଷା ପ୍ରଦାନ କରିବ ।

dharmendra_naveen

ଏହି ପରିପ୍ରେକ୍ଷୀରେ ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରଣାଳୟର ସ୍କୁଲ ଶିକ୍ଷା ଓ ସାକ୍ଷରତା ବିଭାଗ ସହ ଏମୟଓୁ ସ୍ୱାକ୍ଷର କରିବା ପାଇଁ ସମସ୍ତ ରାଜ୍ୟ ଏବଂ କେନ୍ଦ୍ର ଶାସିତ ଅଞ୍ଚଳକୁ ଅନୁରୋଧ କରାଯାଇଥିଲା । ବର୍ତ୍ତମାନ ସୁଦ୍ଧା ପ୍ରାୟ ଅଧିକାଂଶ ରାଜ୍ୟ ଏବଂ କେନ୍ଦ୍ର ଶାସିତ ଅଞ୍ଚଳ ଏହି ଏମଓୟୁ ସ୍ୱାକ୍ଷରିତ କରିସାରିଥିବା ବେଳେ ପ୍ରଥମ ପର୍ଯ୍ୟାୟରେ ସ୍କୁଲ ଚୟନ ସମ୍ପୂର୍ଣ୍ଣ ହୋଇସାରିଛି । ପିଏମ ଶ୍ରୀ ସ୍କୁଲ ଯୋଜନାର କ୍ରିୟାନ୍ୱୟନ ପାଇଁ ପ୍ରଥମ କିସ୍ତି ମଧ୍ୟ ଜାରି ହୋଇଛି । ଦ୍ୱିତୀୟ ପର୍ଯ୍ୟାୟରେ ପିଏମ ଶ୍ରୀ ସ୍କୁଲ ପାଇଁ ଚୟନ ପ୍ରକ୍ରିୟା ଜାରି ରହିଥିବା ବେଳେ ଓଡ଼ିଶା ଏପର୍ଯ୍ୟନ୍ତ ଏହି ବୁଝାମଣା ପତ୍ର ସ୍ୱାକ୍ଷରିତ କରିନାହିଁ । ଏଥିପାଇଁ ପୂର୍ବରୁ ଗତ ଅକ୍ଟୋବର ୯ ଏବଂ ମାର୍ଚ୍ଚ ୧୩ରେ ମୁଖ୍ୟମନ୍ତ୍ରୀଙ୍କୁ ପତ୍ର ଲେଖି ଅନୁରୋଧ କରାଯିବା ସତ୍ତ୍ୱେ ଏମଓୟୁ ସ୍ୱାକ୍ଷରିତ ହୋଇନାହିଁ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+