ଓଡ଼ିଶାରେ ପିଏମ୍-ଉଷା ଯୋଜନାକୁ କାର୍ଯ୍ୟକାରୀ କରିବା ପାଇଁ ସହଯୋଗ କରିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କଲେ ଧର୍ମେନ୍ଦ୍ର

ନୂଆଦିଲ୍ଲୀ/ଭୁବନେଶ୍ୱର: ଓଡ଼ିଶାରେ ଉଚ୍ଚ ଶିକ୍ଷାନୁଷ୍ଠାନର ସାମଗ୍ରିକ ବିକାଶ ପାଇଁ ପିଏମ୍-ଉଷା ଯୋଜନାକୁ କାର୍ଯ୍ୟକାରୀ କରିବା ତଥା ଏହି ଯୋଜନାର ଲାଭ ନେବା ପାଇଁ ନିରନ୍ତର ସମର୍ଥନ ଓ ସହଯୋଗ ଦେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖି ଅନୁରୋଧ କରିଛନ୍ତି ଧର୍ମେନ୍ଦ୍ର ପ୍ରଧାନ ।

ରାଷ୍ଟ୍ରୀୟ ଉଚ୍ଚତର ଶିକ୍ଷା ଅଭିଯାନ (ରୁସା)କୁ ପ୍ରଧାନମନ୍ତ୍ରୀ ଉଚ୍ଚତର ଶିକ୍ଷା ଅଭିଯାନ (ପିଏମ-ଉଷା) ନାମରେ ଶୁଭାରମ୍ଭ କରାଯାଇଛି । ରାଷ୍ଟ୍ରୀୟ ଉଚ୍ଚତର ଶିକ୍ଷା ଅଭିଯାନକୁ ଜାରି ରଖିବା ପାଇଁ ୨୦୨୬ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ସୁଦ୍ଧା କେନ୍ଦ୍ରୀୟ ଅନୁଦାନ ପ୍ରାପ୍ତ ଯୋଜନା ପିଏମ ଉଷାକୁ ଅନୁମୋଦନ ମିଳିଥିବା ବେଳେ ୧୨ ହଜାର ୯୨୬ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୂରଦୃଷ୍ଟିପୂର୍ଣ୍ଣ ନୂଆ ଜାତୀୟ ଶିକ୍ଷା ନୀତିର କ୍ରିୟାନ୍ୱୟନ ସମୟରେ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳରେ ଉଚ୍ଚ ଶିକ୍ଷା କ୍ଷେତ୍ରରେ ସର୍ବବ୍ୟାପୀ ଓ ସର୍ବସ୍ପର୍ଶୀ ଶିକ୍ଷା ପ୍ରଦାନ ଦିଗରେ ପିଏମ-ଉଷା କେନ୍ଦ୍ର ସରକାରଙ୍କ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ । ନୂଆ ଶିକ୍ଷାନୁଷ୍ଠାନ ସ୍ଥାପନ କରିବା ଏବଂ ଉଚ୍ଚତର ଶିକ୍ଷାନୁଷ୍ଠାନ ଗୁଡିକର ସାମଗ୍ରିକ ଉନ୍ନତି କରିବା ଏହି ଯୋଜନାର ଲକ୍ଷ୍ୟ ରହିଛି । ବିଶେଷ ଭାବରେ ଦୁର୍ଗମ, ଜନଜାତି ଅଧ୍ୟୁଷିତ, ମାଓ ପ୍ରଭାବିତ ଅଞ୍ଚଳରେ ଉଚ୍ଚତର ଶିକ୍ଷା ପାଇଁ ସୁଯୋଗ ସୃଷ୍ଟି କରିବାର ଉଦ୍ଦେଶ୍ୟ ରହିଛି । ସେହିପରି ଉଚ୍ଚତର ଶିକ୍ଷା କ୍ଷେତ୍ରରେ ଆଞ୍ଚଳିକ ବୈଷମ୍ୟ ଦୂର କରିବା ଦିଗରେ ଏହି ଯୋଜନା ସହାୟକ ହେବ ।

dharmendra_naveen

ଶ୍ରୀ ପ୍ରଧାନ ପତ୍ରରେ ଉଲ୍ଲେଖ କରିଛନ୍ତି ଯେ ଯୋଜନାର ଗାଇଡଲାଇନ ଅନୁସାରେ ପିଏମ ଉଷା ଯୋଜନାକୁ କ୍ରିୟାନ୍ୱୟନ କରିବା ପାଇଁ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳ ଗୁଡିକ ବୁଝାମଣା ସ୍ୱାକ୍ଷରିତ(ଏମଓୟୁ) କରିବା ଦରକାର । ଏମଓୟୁର ଫର୍ମାଟ୍ ଗତ ବର୍ଷ ଜୁନ ୨୪ ତାରିଖରେ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳକୁ ଦିଆଯାଇସାରିଛି । ପିଏମ୍ -ଉଷା ନିର୍ଦ୍ଦେଶାବଳୀ ଅଧୀନରେ ନିର୍ଦ୍ଧାରିତ ବୁଝାମଣାପତ୍ର ସ୍ୱାକ୍ଷର କରିବା ଓଡ଼ିଶା ଭଳି ରାଜ୍ୟ ପାଇଁ ପ୍ରାଥମିକତା ଅଟେ । ଏମଓୟୁରେ ପିଏମ ଉଷାର ସଠିକ୍ ଯୋଜନା, କାର୍ଯ୍ୟକାରିତା ଏବଂ ତଦାରଖ ସମ୍ପର୍କିତ ବିବରଣୀ ପ୍ରଦାନ କରାଯାଇଛି । ମଲଟିପୁଲ ଏଣ୍ଟ୍ରି-ଏକଜିଟ୍, ଏକାଡେମିକ୍ ବ୍ୟାଙ୍କ ଅଫ୍ କ୍ରେଡିଟ୍, ଏନଏଚଇକ୍ୟୁଏଫ, ଭାରତୀୟ ଜ୍ଞାନ ବ୍ୟବସ୍ଥା ଭଳି ସଂସ୍କାର ସହିତ ଯୋଡ଼ି ଓଡ଼ିଶା ରାଜ୍ୟ ଦ୍ୱାରା ପ୍ରସ୍ତାବ ଗୁଡ଼ିକର ଯୋଜନା ଏବଂ ଡ୍ରାଫ୍ଟ ପ୍ରସ୍ତୁତ କରିବାର କରିବାର ପ୍ରତିବଦ୍ଧତା ଦେଶର ଉଚ୍ଚଶିକ୍ଷାର ଉନ୍ନତି ପାଇଁ ସରକାରଙ୍କ ନୀତି ଏବଂ ଯୋଜନା ମଧ୍ୟରେ ଉତ୍ତମ ସମନ୍ୱୟ ଆଣିବ ।

ରୁସାର ପୂର୍ବ ପର୍ଯ୍ୟାୟରେ ଓଡ଼ିଶା ସକ୍ରିୟ ଅଂଶଗ୍ରହଣ କରି ରାଜ୍ୟରେ ଉଚ୍ଚଶିକ୍ଷାର ଉନ୍ନତି ପାଇଁ ଯୋଜନା ଅନ୍ତର୍ଗତ ଆସିଥିବା ଆର୍ଥିକ ସହାୟତାକୁ ଉପଯୋଗ କରିବାରେ ସଫଳ ହୋଇଛି । ତେବେ ପିଏମ ଉଷାର ନୂତନ ପର୍ଯ୍ୟାୟରେ ଓଡ଼ିଶା ଏ ପର୍ଯ୍ୟନ୍ତ ଏମଓୟୁ ସ୍ୱାକ୍ଷର କରିନାହିଁ । ଏହି ଯୋଜନାରେ ଅନୁଦାନ ପାଇବା ପାଇଁ ପ୍ରସ୍ତାବ ଗୁଡିକର ଦାଖଲ ପ୍ରକ୍ରିୟା ଗତ ବର୍ଷ ଅକ୍ଟୋବର ୨୧ ତାରିଖରୁ ଆରମ୍ଭ ହୋଇସାରିଛି । ତେଣୁ ଏହାକୁ ଦୃଷ୍ଟିରେ ରଖି ଓଡ଼ିଶାରେ ପିଏମ ଉଷା ଯୋଜନାର କ୍ରିୟାନ୍ୱୟନ ପାଇଁ ସହଯୋଗ ଏବଂ ନିରନ୍ତର ସମର୍ଥନ ଦେବା ପାଇଁ ବ୍ୟକ୍ତିଗତ ଭାବେ ହସ୍ତକ୍ଷେପ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଶ୍ରୀ ପ୍ରଧାନ ଅନୁରୋଧ କରିଛନ୍ତି । ଏହି ଯୋଜନାର ଲାଭ ନେବାରେ ଓଡ଼ିଶା ଯେପରି ବଞ୍ଚିତ ନ ହେବ, ସେଥିପାଇଁ ତୁରନ୍ତ ଏହା ଉପରେ ଧ୍ୟାନ ଦେବା ପାଇଁ ସେ ପତ୍ରରେ ଉଲ୍ଲେଖ କରିଛନ୍ତି ।

ଉଲ୍ଲେଖନୀୟ ଯେ, କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଗତ ବର୍ଷ ୧୫ ଜୁନରେ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ପିଏମ-ଉଷା ଯୋଜନାର ଶୁଭାରମ୍ଭ ହେବା ନେଇ ପତ୍ର ମାଧ୍ୟମରେ ଅବଗତ ମଧ୍ୟ କରାଇଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+