ଦିଗପହଣ୍ଡି ବସ୍ ଦୁର୍ଘଟଣା : 12 ଜଣ ମଧ୍ୟରୁ ଗୋଟିଏ ପରିବାରର 7 ଜଣ ମୃତ
ଦିଗପହଣ୍ଡି: ଗଞ୍ଜାମ ଜିଲ୍ଲା ଦିଗପହଣ୍ଡିରେ ଦୁଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ଏଥିରେ 12 ଜଣଙ୍କର ମୃତ୍ୟୁ ହୋଇଛି । 8 ଜଣ ଆହତ ହୋଇଛନ୍ତି । ମୃତକଙ୍କ ମଧ୍ୟରେ 4 ଜଣ ମହିଳା ଓ 2 ଶିଶୁ ଅଛନ୍ତି ।
ମୃତକ 12 ଜଣ ମଧ୍ୟରେ ଗୋଟିଏ ପରିବାରର 7 ଜଣଙ୍କ ମୃତ୍ୟୁ ହୋଇଛି । ପୂର୍ବତନ ସାଂସଦ ରେଣୁବାଳା ପ୍ରଧାନଙ୍କ 11 ଜଣ ସମ୍ପର୍କୀୟହ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ଏମାନଙ୍କ ମଧ୍ୟରେ ରେଣୁବାଳାଙ୍କ ଦିଅର, 2 ଝିଆରୀ ଓ ନାତି ଥିବା କୁହାଯାଉଛି । ମୃତକଙ୍କ ମଧ୍ୟରେ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖଙ୍କ ସମ୍ପର୍କୀୟ ଥିବା ମଧ୍ୟ କୁହଯାଉଛି ।

ଗୁରୁତରଙ୍କୁ ଉଦ୍ଧାର କରାଯାଇ ବ୍ରହ୍ମପୁର ଏମକେସିଜି ମେଡିକାଲରେ ଚିକିତ୍ସା ଲାଗି ଭର୍ତ୍ତି କରାଯାଇଛି । ମିଳିଥିବା ସୂଚନା ଅନୁସାରେ, ଗୁଡାରିଠାରୁ ଭୁବନେଶ୍ୱର ଯାଉଥିବା ଓଏସ୍ଆର୍ଟିସି ବସଟି ଗଞ୍ଜାମ ଜିଲ୍ଲାର ଦିଗପହଣ୍ଡି ଅନ୍ତର୍ଗତ ଖେମୁଣ୍ଡି କଲେଜ ଛକଠାରେ ବିବାହ ଭୋଜି ସାରି ଫେରୁଥିବା ଏକ ଘରୋଇ ବସ୍କୁ ଧକ୍କା ଦେବାରୁ ଏହି ଅଘଟଣ ଘଟିଛି ବୋଲି ଖବର ମିଳିଛି । ଦୁର୍ଘଟଣା ଏତେ ଭୟାନକ ଥିଲା ଯେ ବସ୍ ଟି ଓଲଟି ପଡ଼ିଥିଲା । ବସ୍ ତଳେ ଅନେକ ଯାତ୍ରୀ ଚାପି ହୋଇ ପ୍ରାଣ ହରାଇଛନ୍ତି ।
ଘଟଣା ସଂପର୍କରେ ଖବର ପାଇ ସ୍ଥାନୀୟ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ବ୍ରହ୍ମପୁର ଏମ୍କେସିଜି ମେଡିକାଲରେ ଭର୍ତ୍ତି କରିଛନ୍ତି । ସେଠାରେ ସେମାନଙ୍କର ଚିକିତ୍ସା ଜାରି ରହିଛି । ଅନେକଙ୍କ ଅବସ୍ଥା ଗୁରୁତର ଥିବା କୁହାଯାଉଛି । ଜିଲ୍ଲା ପ୍ରଶାସନ ପକ୍ଷରୁ ଆହତମାନଙ୍କୁ 30 ହଜାର ଟଙ୍କାର ସହାୟତା ଯୋଗାଇ ଦିଆଯାଇଥିବା ସୂଚନା ରହିଛି ।
ଦିଗପହଣ୍ଡିରେ ହୋଇଥିବା ମର୍ମନ୍ତୁଦ ବସ୍ ଦୁର୍ଘଟଣା ରେ 12 ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ 15 ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି । ମୃତକଙ୍କ ପରିବାର ପାଇଁ ସହାୟତା ରାଶି ଘୋଷଣା କରାଯାଇଛି । ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ପ୍ରତି ମୃତକଙ୍କ ସଂପର୍କୀୟଙ୍କୁ 3 ଲକ୍ଷ ଟଙ୍କା ସହାୟତା ଦିଆଯିବ । ଏହା ବାଦ୍ ପ୍ରତି ଆହତଙ୍କ ଚିକିତ୍ସା ପାଇଁ 30 ହଜାର ଟଙ୍କା ସହାୟତା ଘୋଷଣା କରାଯାଇଛି ।
ଦୁର୍ଘଟଣା ସମ୍ପର୍କରେ ଶୋକ ବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୃତକଙ୍କ ପରିବର ପ୍ରତି ସମବେଦନା ଜଣାଇବା ସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।












Click it and Unblock the Notifications