ଦୀଘା ଜଗନ୍ନାଥ ମନ୍ଦିର ପ୍ରସଙ୍ଗ; ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ
ଦୀଘାରେ ଜଗନ୍ନାଥ ଧାମ ବିବାଦ ନେଇ ପ୍ରଧାନମନ୍ତ୍ରୀଙ୍କୁ ଚିଠି । ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ। ଏନେଇ ଉପଯୁକ୍ତ ପଦକ୍ଷେପ ଗ୍ରହଣ ପାଇଁ କଲେ ଅନୁରୋଧ । ଦୀଘାକୁ ଜଗନ୍ନାଥ ଧାମ କହିବା ଧାର୍ମିକ ଭାବନାକୁ ଆଘାତ' କରୁଛି ।

ଦୀଘାରେ ଜଗନ୍ନାଥ ମନ୍ଦିର ସମ୍ମୁଖରେ ପୁଣି ବଡ ବଡ ଅକ୍ଷରରେ ଜଗନ୍ନାଥ ଧାମ ପୋଷ୍ଟର ମରାଯାଇଛି । ଦୀଘା ଜଗନ୍ନାଥ ମନ୍ଦିର ଉଦ୍ଘାଟନ ସମୟରେ ଯେଉଁ ଅସ୍ଥାୟୀ କାଗଜ ଓ ଥର୍ମାକୋଲରେ ସେଲ୍ଫି ପଏଣ୍ଟ କରାଯାଇଥିଲା ସେଥିରେ ଦୀଘା ଜଗନ୍ନାଥ ଧାମ ଲେଖାଥିଲା । ୩୦ ତାରିଖ ଉଦ୍ଘାଟନ ପରେ ୧ ତାରିଖ ଦିନ ଟେଣ୍ଡ ମାଲିକ ଖୋଲି ନେଇଥିଲା । କିନ୍ତୁ ପରବର୍ତ୍ତୀ ସମୟରେ ଜଗନ୍ନାଥ ଧାମ ଶବ୍ଦକୁ ହଟାଇବା ପାଇଁ ଜୋରଦାର ପ୍ରତିବାଦ ଓ ବିବାଦ ଦେଖିବାକୁ ମିଳିଥିଲା । ଏହାରି ଭିତରେ ଗତକାଲି ବିଜେପିର ଆଇଟି ସେଲ ମୁଖ୍ୟ ଅମିତ ମାଲବ୍ୟ ଟୁଇଟ କରି ମମତା ଜଗନ୍ନାଥ ଧାମ ଉଠାଇ ନେଇଥିବା ପୋଷ୍ଟ କରିଥିଲେ । କିନ୍ତୁ ପ୍ରକୃତରେ ତାହା ସ୍ଥାୟୀ ନଥିଲା, କେବଳ ଦୁଇ ଦିନ ପାଇଁ ଟେଣ୍ଡ୍ ମାଲିକ ସେଲ୍ଫି ପାଇଁ ଲଗାଇ ଥିଲେ । ତେବେ ଦିଦି ମୁଣ୍ଡ ନୁଆଁଇ ଜଗନ୍ନାଥ ଧାମ ଉଠାଇ ନେଇଥିବା ନେଇ ସୋସିଆଲ ମିଡିଆରେ ଚର୍ଚ୍ଚା ପରେ ଗତକାଲି ରାତିରେ ପୁଣି ସ୍ଥାୟୀ ଭାବେ ମନ୍ଦିର ସମ୍ମୁଖରେ ଜଗନ୍ନାଥ ଧାମ ବୋଲି ହୋର୍ଡିଂ ଲଗା ଯାଇଛି । ଖାଲି ସେତିକି ନୁହେଁ ପୂର୍ବରୁ ଯେଉଁ ସେଲ୍ଫି ପଏଣ୍ଟ କରାଯାଇଥିଲା ପୁଣି ତାକୁ ତିଆରି ପାଇଁ ବ୍ୟବସ୍ଥା ଚାଲିଛି ।












Click it and Unblock the Notifications