ଦିଗପହଣ୍ଡି ଦୁର୍ଘଟଣା: ୨ ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା
ଗଞ୍ଜାମ ଜିଲା ଦିଗପହଣ୍ଡି ଜରଡାରେ ମର୍ମନ୍ତୁଦ ଦୁର୍ଘଟଣାରେ ୨ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଥିଲା । ଏହି ଦୁଇ ମୃତକଙ୍କ ପରିବାରକୁ ୪ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଏହି ୪ଲକ୍ଷ ଟଙ୍କା ପ୍ରଦାନ କରାଯିବ ।
ମୁଖ୍ୟମନ୍ତ୍ରୀ କହିଛନ୍ତି ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲର ରାହୁଲ ନାଏକ ଏବଂ ପିତା ପଞ୍ଚ ନାଏକଙ୍କର ପ୍ରାଣହାନି ଘଟିଥିବା ଖବର ଜାଣି ଗଭୀର ଶୋକ ପ୍ରକାଶ କରୁଛି । ଏହସହିତ ମୃତକଙ୍କ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି ।













Click it and Unblock the Notifications