ନାମାଙ୍କନ ପରେ ଜିତିବା ନେଇ ଦୃଢ଼ୋକ୍ତି ପ୍ରକାଶ କଲେ ଦିଲ୍ଲୀପ ରାୟ, କହିଲେ ୨୦୦୨ ପରି ଜିତାପଟ ହାସଲ କରିବି
ରାଜ୍ୟସଭା ଆସନ ପାଇଁ ନାମାଙ୍କନ ଦାଖଲ। ରାଜ୍ୟସଭା ପାଇଁ ଆଜି ବିଜେପି ପ୍ରାର୍ଥୀ ନାମାଙ୍କନ ଭରିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ବିଜେପିରୁ ମନମୋହନ ସାମଲ ଏବଂ ସୁଜିତ୍ କୁମାର ନାମାଙ୍କନ ଦାଖଲ କରିଛନ୍ତି। ସ୍ଵାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟ ମଧ୍ୟ ନାମାଙ୍କନ ଭରିଛନ୍ତି। ତେବେ ନାମାଙ୍କନ ଦାଖଲ କରିବା ପରେ ଜିତିବା ନେଇ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି ଦିଲ୍ଲୀପ ରାୟ। ସେ କହିଛନ୍ତି ପ୍ରଧାନମନ୍ତ୍ରୀ, ଗୃହ ମନ୍ତ୍ରୀ, ରାଷ୍ଟ୍ରୀୟ ଅଧ୍ୟକ୍ଷ, ମୁଖ୍ୟମନ୍ତ୍ରୀଙ୍କ ସମର୍ଥନ ରହିଛି। ବିଜେପି ନାମାଙ୍କନ ଭରିବା ପାଇଁ ପୂରା ସମର୍ଥନ ଯୋଗାଇ ଦେଇଛି। କାଲିଠୁ ପ୍ରଚାର ରହିଛି। ୨୦୦୨ ପରି ଜିତାପଟ ହାସଲ କରିବି। ସେପଟେ କଂଗ୍ରେସ-ବିଜେଡି ହାତ ମିଶାଇବା ପ୍ରଶ୍ନରେ ପ୍ରତିକ୍ରିୟା ରଖି କହିଛନ୍ତି ଆମେ ବି ହାତ ମିଶାଇ ଦେବୁ ।













Click it and Unblock the Notifications