‘ଆଉ ୪ କିମ୍ବା ୫ ଦିନରେ ଜଣା ପଡ଼ିଯିବ ରାଜ୍ୟର କରୋନା ସ୍ଥିତି’

ରାଜ୍ୟରେ କୋଭିଡ ସଂକ୍ରମଣ କମିବା ନେଇ ପ୍ରତିକ୍ରିୟା ରଖିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର । ସେ କହିଛନ୍ତି, " ଆମେ ଟେଷ୍ଟିଂ କମାଇନୁ । ଗାଇଡଲାଇନ ଅନୁସାରେ ଟେଷ୍ଟିଂ କରାଯାଉଛି । ଟେଷ୍ଟିଂର ଧାର୍ଯ୍ୟ ଲକ୍ଷ୍ୟ ଅନୁସାରେ ଟେଷ୍ଟ କରାଯାଉଛି । "

ଭୁବନେଶ୍ୱର: ରାଜ୍ୟରେ କୋଭିଡ ସଂକ୍ରମଣ କମିବା ନେଇ ପ୍ରତିକ୍ରିୟା ରଖିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର । ସେ କହିଛନ୍ତି, " ଆମେ ଟେଷ୍ଟିଂ କମାଇନୁ । ଗାଇଡଲାଇନ ଅନୁସାରେ ଟେଷ୍ଟିଂ କରାଯାଉଛି । ଟେଷ୍ଟିଂର ଧାର୍ଯ୍ୟ ଲକ୍ଷ୍ୟ ଅନୁସାରେ ଟେଷ୍ଟ କରାଯାଉଛି । "

Director of Health

ସୂଚନାଥାଉ କି, ରାଜ୍ୟରେ କିଛି ଦିନ ଧରି କରୋନାର ୧୦ ହଜାର ଟ୍ରେଣ୍ଡ ଚାଲୁଥିବା ବେଳେ ଆଜି ସେଥିରେ ଲାଗିଛି ସାମାନ୍ୟ ବ୍ରେକ୍‌। ଆଜି ଦଶ ହଜାର ତଳେ ରହିଛି ଦୈନିକି କରୋନା ସଂକ୍ରମଣ । ଫଳରେ ରାଜ୍ୟରେ ଏବେଠୁ ଡାଉନ ଟ୍ରେଣ୍ଡ ଆରମ୍ଭ ହେଲା କି ? ଏହି ପ୍ରଶ୍ନର ଜବାବରେ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି, ପ୍ରକୃତରେ ଏହା ଏହାର ସ୍ଥିତି ଜାଣିବାକୁ ଆଉ ୪/୫ ଦିନ ଲାଗିବ । ଏ ନେଇ ଏବେ କିଛି କହି ହେବନି ବୋଲି କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର।

ଓଡ଼ିଶାରେ ଅକ୍ଟିଭ୍ କେସ୍ ବଢ଼ିବା ନେଇ ସେ ଆହୁରି କହିଛନ୍ତି ଯେ, ଏହାର ମୁଖ୍ୟତଃ ଦୁଇଟି କାରଣ ରହିଛି । ପ୍ରଥମଟି ହେଉଛି ଆମେ ଅଧିକ ରୋଗୀ ଚିହ୍ନଟ କରୁଛୁ । ସେଥିପାଇଁ ଅଧିକ ପଜିଟିଭ ବାହାରୁଛି । ସର୍ଭେଲାନ୍ସ, ଟେଷ୍ଟିଂ ଆମ ରାଜ୍ୟରେ ଭଲ ଅଛି । ଦ୍ଵିତୀୟତଃ ଧୀରେ ଧୀରେ ଆମେ ତଳମୁହାଁ ହେଉଛୁ । ଏହି ତଳମୁହାଁ କେତେଦିନ ରହୁଛି, ଆଉ ୪-୫ ଦିନ ନଜର ରଖିବାକୁ ପଡ଼ିବ । ଏବେଠୁ କହି ହେବନି ପିକରେ ପହଞ୍ଚି ଗଲେ ବୋଲି । ଏବେ ଯେଉଁ ତଳମୁହାଁ ହେଉଛି, ତାହାକୁ ସମାନ୍ତରାଳ ସ୍ଥିତିରେ ଗତି କରୁଛି ବୋଲି କହିପାରିବା । ଏହା ନିରନ୍ତର ତଳମୁହାଁ ପ୍ରକ୍ରିୟା ନୁହେଁ । ଯାହାର ବି ସାମାନ୍ୟ ଲକ୍ଷଣ ଦେଖା ଦେଉଛି ଟେଷ୍ଟ କରାନ୍ତୁ । ଅଧିକ ପଜିଟିଭ ବାହାରିଲେ ଭଲ, ଡରିବାର ନାହିଁ । ସେମାନଙ୍କୁ ଆଇସୋଲସେନରେ ରଖି ସଂକ୍ରମଣକୁ କମାଇ ପାରିବା ।

ରାଜ୍ୟରେ ଏବେ ବି ୬ ପ୍ରତିଶତ ରୋଗୀ ଭେଣ୍ଟିଲେଟରରେ ଅଛନ୍ତି । ସେମାନଙ୍କ ମଧ୍ୟରୁ ୮୦ରୁ ୯୦ ପ୍ରତିଶତ ରୋଗୀଙ୍କର ମୃତ୍ୟୁ ଆଶଙ୍କା ରହିଛି ବୋଲି କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର।

ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟାରେ ରାଜ୍ୟରେ ୯ ,୮୩୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୧୮ ବର୍ଷରୁ କମ୍ ବର୍ଗର ୯୭୨ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧତ୍କ ୨ ହଜାର ୯୪୬ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୧ ହଜାର ୧୩୪ ଏବଂ କଟକରୁ ୭୭୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+