ପ୍ରକାଶ ପାଇଲା ବିଜ୍ଞପ୍ତି; ଅବସରପ୍ରାପ୍ତ ଅଗ୍ନିବୀରଙ୍କ ପାଇଁ ବଡ ଘୋଷଣା କଲେ ସରକାର

ଓଡ଼ିଶା ୟୁନିଫର୍ମ (ପୋଷାକ) ସେବାରେ ଅବସରପ୍ରାପ୍ତ ଅଗ୍ନିବୀରଙ୍କ ନିଯୁକ୍ତି ଲାଗି ନିୟମାବଳି ଜାରି କରିଛନ୍ତି ରାଜ୍ୟ ସରକାର। ୟୁନିଫର୍ମ ସେବାରେ ସଂରକ୍ଷଣ ଏବଂ ବୟସ ସୀମାରେ କୋହଳକୁ ନେଇ ନିୟମାବଳି ସମ୍ପର୍କିତ ଅଧିସୂଚନା ଜାରି କରିଛି ସାଧାରଣ ପ୍ରଶାସନ ବିଭାଗ।

Agnibir

ପୂର୍ବରୁ ଗତ ଜୁଲାଇ ୨୬ ତାରିଖରେ କାରଗିଲ ବିଜୟ ଦିବସ ଅବସରରେ ରାଜ୍ୟରେ ଅଗ୍ନିବୀରଙ୍କ ପାଇଁ ସଂରକ୍ଷଣ ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ୟୁନିଫର୍ମ ସେବା କ୍ଷେତ୍ରରେ ଓଡ଼ିଶାର ଅଗ୍ନିବୀରଙ୍କୁ ୧୦ ପ୍ରତିଶତ ସଂରକ୍ଷଣ ଦିଆଯିବା ସହ ୫ ବର୍ଷ ବୟସସୀମା କୋହଳ କରିବା ନିମନ୍ତେ ନିଷ୍ପତ୍ତି ନିଆଯାଇଥିବା ସେ ସୂଚନା ଦେଇଥିଲେ। ଏହି ଅନୁସାରେ ଅଧିସୂଚନା ଜାରି ହୋଇଛି।

ଅଧିସୂଚନା ଅନୁସାରେ, ଓଡ଼ିଶାର ୟୁନିଫର୍ମ ସେବା ଅର୍ଥାତ୍ ପୁଲିସ, ଜଙ୍ଗଲ, ଅବକାରୀ, ଅଗ୍ନିଶମ ସେବାରେ ଅବସରପ୍ରାପ୍ତ ଅଗ୍ନିବୀରଙ୍କ ନିଯୁକ୍ତି ଲାଗି ୧୦ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା ରହିବ। ଅବସରପ୍ରାପ୍ତ ସୈନିକଙ୍କ ପାଇଁ ଥିବା ସଂରକ୍ଷଣ ବ୍ୟବସ୍ଥା ସହିତ ଅଗ୍ନିବୀରଙ୍କ ପାଇଁ ଅତିରିକ୍ତ ୧୦ ପ୍ରତିଶତ ସଂରକ୍ଷଣ ରହିବ।

ସେହିପରି ରାଜ୍ୟର 'ଗ' ଓ 'ଘ' ବର୍ଗର ୟୁନିଫର୍ମ ସେବାରେ ଅବସରପ୍ରାପ୍ତ ଅଗ୍ନିବୀରଙ୍କ ଲାଗି ନିର୍ଦ୍ଧାରିତ ବୟସ ସୀମାକୁ ୩ ବର୍ଷ କୋହଳ କରାଯିବ। ଏଥିସହ ଅବସରପ୍ରାପ୍ତ ଅଗ୍ନିବୀରଙ୍କୁ ଶାରୀରିକ ଦକ୍ଷତା ପରୀକ୍ଷାରୁ ଅବ୍ୟାହତି ଦିଆଯିବ।

କାରଗିଲ ବିଜୟ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଥିଲେ,ଭାରତୀୟ ସେନାରେ ଯୋଗ ଦେଇଥିବା ସବୁ ସୈନିକମାନେ ଆମର ଗର୍ବ ଓ ଗୌରବ। ଆମର ଅଗ୍ନିବୀରମାନେ ମଧ୍ୟ ସେନାବାହିନୀରେ ଦକ୍ଷ ପ୍ରଶିକ୍ଷଣ ପାଇ ବିଭିନ୍ନ ସୁରକ୍ଷା କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବାର ଯୋଗ୍ୟତା ହାସଲ କରିଛନ୍ତି।

ଏହି ଯୋଜନା ପ୍ରଧାନମନ୍ତ୍ରୀଙ୍କ ଏକ ଯୁଗାନ୍ତକାରୀ ଯୋଜନା। ଏହି ଯୋଜନା ଦେଶର ଯୁବସମାଜକୁ ଦକ୍ଷ, ସାହସୀ ଓ ଯୋଗ୍ୟ କରିବାରେ ସହାୟକ ହୋଇଛି।

ଜୀବନର ସବୁ କ୍ଷେତ୍ରରେ ଆହ୍ୱାନକୁ ଗ୍ରହଣ କରିପାରୁଥିବା ଯୁବସମାଜ ଗଠନରେ ଏହି ଯୋଜନାର ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ସେଥିପାଇଁ ରାଜ୍ୟ ସରକାର ଓଡ଼ିଶାର ୟୁନିଫର୍ମ ସେବାରେ ସେମାନଙ୍କୁ ଗ୍ରହଣ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି ବୋଲି ସେ ଘୋଷଣା କରିଥିଲେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+