ବିଶ୍ଵକର୍ମା ମୂର୍ତ୍ତୀ ବିସର୍ଜନ ବେଳେ ଅଘଟଣ ; ଦୁଇ ଛାତ୍ର ମୃତ ଦେହ ଉଦ୍ଧାର

ବାରିପଦା ସହର ଉପକଣ୍ଠ କାଠପାଳ ବନ୍ଧରେ ବୁଡି ୨ ଜଣ ଯୁକ୍ତ ଦୁଇ ବିଜ୍ଞାନ ଦ୍ୱିତୀୟ ବର୍ଷ ଛାତ୍ରଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ମଞ୍ଚାବନ୍ଧା ସ୍ଥିତ ଏକ ଘରୋଇ ଆବାସିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଏହି ଛାତ୍ର ଦ୍ବୟ ବୋଲି ଜଣାପଡିଛି ।

death

ସୂଚନାଯୋଗ୍ୟ ଯେ, ମଙ୍ଗଳବାର ବିଶ୍ବକର୍ମା ମୂର୍ତ୍ତି ବିସର୍ଜନ ପାଇଁ ଯାଇଥିବା ବେଳେ ଅଘଟଣ ଘଟିଛି । ନଦୀରେ ବୁଡ଼ି ଦୁଇ ଜଣ ଛାତ୍ରଙ୍କ ମୃତ୍ୟୁ ହୋଇଛି । ମୃତ ଦୁଇ ଜଣ ହେଲେ ବାଦାମପାହାଡ଼ ଅଞ୍ଚଳର ଭଣ୍ଡନ ଗ୍ରାମର ଠାକୁର ସୋରେନ ଓ ଟାଟୋ ଅଞ୍ଚଳର ବଡ଼ଗାଁ ଗ୍ରାମର ଭାଗ୍ୟ ପ୍ରକାଶ ପାତ୍ର । ସେମାନେ ହଷ୍ଟେଲରେ ରହି ପାଠ ପଢୁଥିଲେ । ଦୁଇ ଜଣ ଛାତ୍ରୀଙ୍କ ଶରୀର ଅସୁସ୍ଥତା ପାଇଁ ହଷ୍ଟେଲ ଦାୟିତ୍ୱରେ ଥିବା ଶିକ୍ଷକ ସେମାନଙ୍କୁ ଡାକ୍ତରଖାନା ନେଇ ଯାଇଥିବା ବେଳେ ଛାତ୍ରମାନେ ମୂର୍ତ୍ତି ବିସର୍ଜନ ପାଇଁ ବନ୍ଧକୁ ଆସିଥିଲେ । ଏହି ଛାତ୍ର ଦ୍ବୟ ସାଙ୍ଗମାନଙ୍କ ସହିତ ବିଶ୍ବକର୍ମା ମୂର୍ତ୍ତି ବିସର୍ଜନ ପାଇଁ ଯାଇଥିବା ବେଳେ ଅଘଟଣ ଘଟିଛି । ତେବେ ମୂର୍ତ୍ତି ଭସାଇବା ବେଳେ ଭାଗ୍ୟ ପ୍ରକାଶ ଅସାବଧାନତା କାରଣରୁ ପାଣିରେ ବୁଡି ଯାଇଥିଲେ । ତାଙ୍କୁ ଉଦ୍ଧାର କରିବା ପାଇଁ ଠାକୁର ସୋରେନ ପାଣିରେ ପଶି ଯାଇଥିଲେ । ଲଘୁଚାପଜନିତ ବର୍ଷା ପାଇଁ ଅଧିକ ପାଣି ଥିବାରୁ ଦୁଇ ଜଣ ଭାସି ଯାଇଥିଲେ । ଘଟଣାସ୍ଥଳରେ ବାରିପଦା ଅଗ୍ନିଶମ ବାହିନୀ ପହଞ୍ଚି ମୃତଦେହ ଉଦ୍ଧାର କରିଛି ।

ଉଲ୍ଲେଖଯୋଗ୍ୟ ଯେ, ଗଣେଶ ପୂଜା ମୂର୍ତ୍ତି ବିସର୍ଜନ ସମୟରେ ବାରିପଦା ସଦର ଥାନା ଅଧୀନ ଲକ୍ଷ୍ମୀପୋଷି ନିକଟ ସୁବର୍ଣ୍ଣରେଖା କେନାଲରେ ୨ ଜଣ ଛାତ୍ର ବୁଡିବାର ୪ ଦିନ ପରେ ପୁଣି ଏଭଳି ଘଟଣା ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି କରିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+