୩୪ଟି ଦେଶର ରାଷ୍ଟ୍ରଦୂତଙ୍କ ସହ ଓ୍ବାନ୍ ଟୁ ଓ୍ବାନ୍ ଆଲୋଚନା, ଓଡ଼ିଶାରେ ହେବ ଶିଳ୍ପ ହବ୍: ମୁଖ୍ୟମନ୍ତ୍ରୀ
ଉତ୍କର୍ଷ ଓ କନ୍କ୍ଲେଭ ପାଇଁ ଦିଲ୍ଲୀ ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ୩୪ଟି ଦେଶର ରାଷ୍ଟ୍ରଦୂତଙ୍କ ସହ ଓ୍ବାନ୍ ଟୁ ଓ୍ବାନ୍ ଆଲୋଚନା କରିଥିଲେ। ବୈଠକରେ ଶିଳ୍ପମନ୍ତ୍ରୀଙ୍କ ସହ ମୁଖ୍ୟ ଶାସନ ସଚିବ ଉପସ୍ଥିତ ଥିଲେ । ହାଇକମିଶନର, ବାଣିଜ୍ୟ କମିଶନର ଓ କୂଟନୀତିଜ୍ଞ ମଧ୍ୟ ଏହି ବୈଠକରେ ସାମିଲ ଥିଲେ। ତେବେ ଓଡ଼ିଶାରେ ପୁଞ୍ଜି ବିନିଯୋଗ ସୁଯୋଗ ନେଇ ମୁଖ୍ୟମନ୍ତ୍ରୀ ନିବେଶକଙ୍କ ସହ ଆଲୋଚନା ପରେ ବଡ଼ ସୂଚନା ଦେଇଛନ୍ତି ।
ମୁଖ୍ୟମନ୍ତ୍ରୀ କହିଛନ୍ତି, ପୁଞ୍ଜି ବିନିଯୋଗ ନେଇ ସକାରାତ୍ମକ ଆଲୋଚନା ହୋଇଛି । କିପରି ଅଧିକ ବିଦେଶୀ ପୁଞ୍ଜି ନିବେଶ ହେବ ସେନେଇ ଆଲୋଚନା ହୋଇ ଛି। ଆଲୋଚନା ଫଳପ୍ରଦ ହୋଇଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି, ୨୦୨୫ରେ ଓଡ଼ିଶାରେ ସର୍ବବୃହତ ଶିଳ୍ପ କନକ୍ଲେଭ ହେବାକୁ ଯାଉଛି । ସେମିକଣ୍ଡକ୍ଟର, ପେଟ୍ରୋ କେମିକାଲ୍ସ,ଆଇଟିରେ ବିନିଯୋଗ ସମ୍ଭାବନା ଅଧିକ ରହିଛି । ୨୦୪୭ରେ ବିକଶିତ ଓଡ଼ିଶା ଗଠନରେ ଏହା ଦୃଢ଼ ମୂଳଦୁଆ ପକାଇବ। କେନ୍ଦ୍ର ଓ ରାଜ୍ୟର ମିଳିତ ସହଯୋଗରେ ଓଡ଼ିଶାରେ ଶିଳ୍ପ ହବ୍ ହେବାକୁ ଯାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଏହି କାର୍ଯ୍ୟକ୍ରମରେ ବିଭିନ୍ନ ଦେଶର ଆମ୍ବାସାଡର, ହାଇ କମିଶନର, ଟ୍ରେଡ୍ କମିଶନର, କନ୍ସଲ୍ଟ ଜେନେରାଲଙ୍କ ସହ ଆଲୋଚନା ହେବ। ବିଭିନ୍ନ ଶିଳ୍ପପତିଙ୍କ ସହ ଓ୍ବାନ୍ ଟୁ ଓ୍ବାନ୍ ଆଲୋଚନା ହେବା କାର୍ଯ୍ୟକ୍ରମ ମଧ୍ୟ ରହିଛି। ଶେଷରେ ଏକ ରୋଡ୍ ଶୋ ଆୟୋଜିତ ହେବ। ଆସନ୍ତା ଜାନୁଆରୀ ୨୮ ଏବଂ ୨୯ରେ ମେକ୍ ଇନ୍ ଓଡ଼ିଶା କାର୍ଯ୍ୟକ୍ରମ ଆୟୋଜନ ହେବ। ତେଣୁ ଏହା ପୂର୍ବରୁ ରାଜ୍ୟକୁ ନିବେଶ ଆଣିବାକୁ ନିବେଶକଙ୍କ ସହ ମୁଖ୍ୟମନ୍ତ୍ରୀ ଆଲୋଚନା କରିବେ। ତେବେ ମୁଖ୍ୟମନ୍ତ୍ରୀଙ୍କ ୨ଦିନିଆ ଝାଡ଼ଖଣ୍ଡ ଗସ୍ତ କାର୍ଯ୍ୟକ୍ରମ ଶେଷ ହୋଇଛି












Click it and Unblock the Notifications