ବାୟୂ ପ୍ରଦୂଷଣରେ ଦିଲ୍ଲୀକୁ ଟପିଲା ଓଡ଼ିଶା; ୬ଟି ସହରରେ AQI ୩ ଶହ ପାର
ବାୟୂ ପ୍ରଦୂଷଣରେ ଦିଲ୍ଲୀକୁ ଟପିଗଲା ଓଡ଼ିଶା । ଭୁବନେଶ୍ୱର, କଟକ,ବାରିପଦା, ବାଲେଶ୍ୱର ଓ କେନ୍ଦୁଝର ଆଦି ସ୍ଥାନରେ ୩ ଶହ ପାର କରିଛି ଇଣ୍ଡେକ୍ସ ।

ବାଲେଶ୍ୱରରର AQI ସର୍ବାଧିକ ୩୩୪ ରହିଛି। ସେହିପରି କଟକରେ ୩୨୦, ବାରିପଦାରେ ୩୧୬, ଭୁବନେଶ୍ୱରରେ ୩୧୧, କେନ୍ଦୁଝରରେ ୩୧୪, ରାଇରଙ୍ଗପୁରରେ ୩୦୮ ରହିଛି । ସେହିପରି ଅନୁଗୋଳରେ ୩ଶହ ଏବଂ ତାଳଚେରରେ AQI ଭାଲ୍ୟୁ ୨୫୧ ରହିଛି । ଗତକାଲି ଅପରାହ୍ଣରେ ଦିଲ୍ଲୀର AQI ୩୩୩ ରହିଥିଲା। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ଏନେଇ ସୂଚନା ରହିଛି ।
୬ ଟି ସହରରେ AIR QUALITY INDEX ବା AQI ୩ ଶହ ପାର କରିଛି । ଅଧିକ ମାତ୍ରାରେ ଯାନବାହାନ ଚଳାଚଳ, ନିର୍ମାଣ କାମ ଭଳି କାରଣ ହେତୁ ଓଡ଼ିଶାରେ ବାୟୁ ପ୍ରଦୂଷଣ ଖରାପ ସ୍ଥିତିରେ ପହଞ୍ଚିଛି। ଦ୍ରୁତ ଶିଳ୍ପାୟନ, ଗଛ କଟା ଓ ଗ୍ରୀନ ହାଉସ୍ ପ୍ରଭାବ ଯୋଗୁ ପରିବେଶ ପ୍ରଦୂଷଣ ବଢୁଥିବା ପରିବେଶବିତ୍ କହିଛନ୍ତି ।
AQI କ୍ୟାଟାଗୋରୀ ଅନୁଯାୟୀ, ୨୦୧ରୁ ୩୦୦ ମଧ୍ୟରେ ରହିଲେ ନିମ୍ନମାନର, ୩୦୧ରୁ ୪୦୦ ମଧ୍ୟରେ ରହିଲେ ଅତି ନିମ୍ନମାନର, ୪୦୧ରୁ ୫ଶହ ମଧ୍ୟରେ ଭାଲ୍ୟୁ ରହିଲେ ସିଭିୟର ବୋଲି ଧରାଯାଏ।












Click it and Unblock the Notifications