ଖାରବେଳ ଭବନଠାରେ ଆଜି ଜିଲ୍ଲାପାଳ ସମ୍ମିଳନୀ ଅନୁଷ୍ଠିତ

ଭୁବନେଶ୍ୱର: ସ୍ଥାନୀୟ ଖାରବେଳ ଭବନଠାରେ ଆଜି "ଜିଲ୍ଲାପାଳ ସମ୍ମିଳନୀ" ଅନୁଷ୍ଠିତ ହୋଇଯାଇଛି । ସରକାରଙ୍କ ବିଭିନ୍ନ ପ୍ରମୁଖ କାର୍ଯ୍ୟକ୍ରମର କାର୍ଯ୍ୟାନ୍ୱୟନ ସଂପର୍କରେ ଏହି ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା ।

ଉନ୍ନୟନ କମିଶନର-ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସମ୍ମିଳନୀରେ ଅନ୍ୟ ସଂପୃକ୍ତ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପ୍ରମୁଖ ଶାସନ ସଚିବ ଓ କମିଶନର-ତଥା ଶାସନ ସଚିବ ଏବଂ ରାଜ୍ୟର ସମସ୍ତ ଜିଲ୍ଲାର ଜିଲ୍ଲାପାଳମାନେ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ ।

District Council Conference

ଜିଲ୍ଲାସ୍ତରରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଯୋଜନା ଓ କାର୍ଯ୍ୟକ୍ରମର ସ୍ଥିତି ସମ୍ପର୍କରେ ସମୀକ୍ଷା କରି ଉନ୍ନୟନ କମିଶନର କହିଥିଲେ ଯେ ରାଜ୍ୟ ସରକାର ଅନେକ ଜନହିତକର ଓ ଉନ୍ନୟନମୂଳକ କାର୍ଯ୍ୟକ୍ରମକୁ ପ୍ରାଥମିକତା ଦେଇଛନ୍ତି । ସେ ସବୁର ତ୍ୱରିତ କାର୍ଯ୍ୟକାରିତା ଉପରେ ସେ ଜିଲ୍ଲାପାଳମାନଙ୍କୁ ଆବଶ୍ୟକ ନିର୍ଦ୍ଦେଶ ଓ ପରାମର୍ଶ ଦେଇଥିଲେ।

ରାଜ୍ୟ ସରକାରଙ୍କ ଦ୍ୱାରା ଧାର୍ଯ୍ୟ କରାଯାଇଥିବା ବିଭିନ୍ନ ଲକ୍ଷ୍ୟ ହାସଲ କରିବା ପାଇଁ ରାଜ୍ୟ ତଥା ଜିଲ୍ଲାଗୁଡ଼ିକ ଟିମ୍ ଭାବରେ କାର୍ଯ୍ୟ କରିବା ଆବଶ୍ୟକ ବୋଲି ସେ କହିଥିଲେ । ପଞ୍ଚାୟତିରାଜ ଏବଂ ପାନୀୟ ଜଳ ବିଭାଗ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପ୍ରମୁଖ ଶାସନ ସଚିବ ନିୟମିତ ବାର୍ଦ୍ଧକ୍ୟ ଭତ୍ତା ପ୍ରଦାନ ଉପରେ ଗୁରୁତ୍ୱାରୋପ କରିଥିଲେ । ସେ ମଧ୍ୟ "ମୋ ଘର ଯୋଜନା" ଏବଂ ପିଏମଏୱାଇ(ଜି)ରେ ଗ୍ରାମୀଣ ଗୃହ ନିର୍ମାଣ ଯୋଜନାରେ ସ୍ଥିତି ସମୀକ୍ଷା କରିଥିଲେ ।

ଅର୍ଥ ବିଭାଗର ପ୍ରମୁଖ ଶାସନ ସଚିବ ଅଦ୍ୟାବଧି ବ୍ୟାଙ୍କି ସେବା ଉପଲବ୍ଧ ନଥିବା ଗ୍ରାମ ପଂଚାୟତଗୁଡ଼ିକରେ ବ୍ୟାଙ୍କିଙ୍ଗ୍ ଆଉଟ୍ ଲେଟ୍ ଖୋଲିବାର ସ୍ଥିତି ସମ୍ପର୍କରେ ସୂଚନା ଦେଇଥିଲେ । ଏହା ଫଳରେ ଗ୍ରାମାଞ୍ଚଳର ଲୋକମାନେ ନିଜ ଘର ନିକଟରେ ବ୍ୟାଙ୍କିଂ ସେବାର ଲାଭ ପାଇବେ ।

ବାଣିଜ୍ୟ ଓ ପରିବହନ ବିଭାଗ, ଦକ୍ଷତା ବିକାଶ ତଥା ବୈଷୟିକ ଶିକ୍ଷା ବିଭାଗ ପ୍ରମୁଖ ଶାସନ ସଚିବ "ଲକ୍ଷ୍ମୀ" ଯୋଜନାରେ ଆମ ବସ୍ ଷ୍ଟାଣ୍ଡ ନିର୍ମାଣ ଓ ଏହାର ଅଗ୍ରଗତି ସମ୍ପର୍କରେ ବୁଝାଇଥିଲେ । ଏହି ଯୋଜନାରେ ପ୍ରଥମ ପର୍ଯ୍ୟାୟରେ ୫୫ଟି ଆମ ବସଷ୍ଟାଣ୍ଡ ପ୍ରତିଷ୍ଠା ହୋଇଥିବା ବେଳେ ୧୨୪ଟି ନିର୍ମାଣାଧିନ ରହିଛି । ପୂର୍ବରୁ କାର୍ଯ୍ୟକ୍ଷମ ଥିବା ଆମ ବସଷ୍ଟାଣ୍ଡଗୁଡିକର ରକ୍ଷଣାବେକ୍ଷଣ ଓ ନିୟମିତ କାର୍ଯ୍ୟକାରିତା ଦିଗ ପ୍ରତି ଦୃଷ୍ଟି ଦେବାକୁ ସେ ଜିଲ୍ଲାପାଳମାନଙ୍କୁ ପରାମର୍ଶ ଦେଇଥିଲେ ।

ସେ ମଧ୍ୟ ବିଭିନ୍ନ ବିଭାଗ ସମନ୍ୱୟରେ ଜିଲ୍ଲାସ୍ତରରେ ଦକ୍ଷତା ବିକାଶ କାର୍ଯ୍ୟକ୍ରମ କରାଯାଉଥିବା ସଂପର୍କରେ ବିସ୍ତୃତ ଉପସ୍ଥାପନା କରିଥିଲେ । କୃଷି ଓ କୃଷକ ସଶକ୍ତୀକରଣ ବିଭାଗର ପ୍ରମୁଖ ଶାସନ ସଚିବ ଚଳିତ ଖରିଫ ଋତୁରେ ଫସଲ ପାଣିପାଗ ସ୍ଥିତି ଓ ଆପଦକାଳୀନ ଯୋଜନା ଏବଂ ରବି ଚାଷ ପାଇଁ ପ୍ରସ୍ତୁତି ସହ ଓଡ଼ିଶା ମିଲେଟ୍ ମିଶନ କାର୍ଯ୍ୟକଳାପ ସମ୍ପର୍କରେ ଉପସ୍ଥାପନା କରିଥିଲେ ।

ଶକ୍ତି ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ମହିଳା ଓ ଶିଶୁ ବିକାଶ ବିଭାଗର କମିଶନର ତଥା ଶାସନ ସଚିବ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ଏବଂ ମହିଳା ଓ ଶିଶୁ ବିକାଶ ବିଭାଗ କମିଶନର ତଥା ଶାସନ ସଚିବ ବିଦ୍ୟାଳୟ ଏବଂ ଅଙ୍ଗନୱାଡି କେନ୍ଦ୍ର ଗୁଡିକରେ ଦ୍ରୁତ ବିଦ୍ୟୁତିକରଣ ସଂପର୍କରେ ଜିଲ୍ଲାପାଳମାନଙ୍କୁ ପରାମର୍ଶ ଦେଇଥିଲେ । ଏଥି ସହିତ ଖଣି ପ୍ରଭାବିତ ଜିଲ୍ଲାଗୁଡ଼ିକରେ ମୌଳିକ ସୁବିଧାସୁଯୋଗ ଏବଂ ଜୀବିକା ନିର୍ବାହ କାର୍ଯ୍ୟକଳାପକୁ ପ୍ରୋତ୍ସାହିତ କରିବା ପାଇଁ ଡିଏମ୍ଏଫ୍ ଏବଂ ଓଏମ୍ବିଏଡିସି ପାଣ୍ଠିର ଉପଯୋଗ ଉପରେ ବିସ୍ତୃତ ଆଲୋଚନା କରାଯାଇଥିଲା ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+