Diwali 2024: ଦୀପାବଳିର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ

ରାଜ୍ୟବାସୀଙ୍କୁ ଦୀପାବଳିର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସମସ୍ତଙ୍କ ଜୀବନରେ ଅଜ୍ଞାନ ଓ ଦୁଃଖର ଅନ୍ଧକାର ଦୂର ହେଉ ।
ଜ୍ଞାନ ଓ ସମୃଦ୍ଧିର ଆଲୋକ ବିଚ୍ଛୁରିତ ହେଉ। ବିକଶିତ ଓଡ଼ିଶା ପାଇଁ ସମସ୍ତେ ସଂକଳ୍ପବଦ୍ଧ ହୋଇ କାମ କରିବା । ଓଡ଼ିଶାର ଗୌରବକୁ ନୂତନ ଶିଖରରେ ପହଞ୍ଚାଇବା।


ଦୀପାବଳି ଅବସରରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ଶୁଭେଚ୍ଛା ।
ସମସ୍ତଙ୍କ ଉତ୍ତମ ସ୍ୱାସ୍ଥ୍ୟ ସହ ସୁଖମୟ, ସୌଭାଗ୍ୟପୂର୍ଣ୍ଣ ଜୀବନ କାମନା କଲେ । ମାଆ ଲକ୍ଷ୍ମୀ ଓ ଶ୍ରୀଗଣେଶଙ୍କ କୃପାରୁ ସମସ୍ତଙ୍କ କଲ୍ୟାଣ ହେଉ ।

ଆଜି ପବିତ୍ର ଦୀପାବଳି ଅମାବାସ୍ୟା । ଶ୍ରୀକ୍ଷେତ୍ରରେ ପୟାଶ୍ରାଦ୍ଧ ବା ବଡ଼ବଡୁଆଙ୍କୁ ଡାକିବେ ଶ୍ରଦ୍ଧାଳୁ । ଏଥିପାଇଁ ପୁରୀରେ ଜମିଛି ଶ୍ରଦ୍ଧାଳୁଙ୍କ ଭିଡ଼ । ଜଗା ଦର୍ଶନ ସହ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ଶ୍ରୀମନ୍ଦିର ନିକଟରେ କାଉଁରିଆ କାଠି ଜାଳିବେ ଦର୍ଶନାର୍ଥୀ ।

ଗାଁ ଠାରୁ ସହର ସବୁଆଡ଼େ ଉତ୍ସବର ମାହୋଲ୍ । ଅନ୍ଧାର ଉପରେ ଆଲୋକର ଓ ଅଧର୍ମ ଉପରେ ଧର୍ମର ବିଜୟର ପ୍ରତୀକ ଦୀପାବଳି । କାର୍ତ୍ତିକ ମାସର କୃଷ୍ଣ ପକ୍ଷ ଅମାବାସ୍ୟାରେ ପ୍ରତିବର୍ଷ ଦୀପାବଳି ପର୍ବ ପାଳନ କରାଯାଏ । ଦୀପାବଳିର କିଛି ଦିନ ପୂର୍ବରୁ ହିଁ ପ୍ରତ୍ୟକ ଘରେ ଏହାର ପ୍ରସ୍ତୁତି ଆରମ୍ଭ ହୋଇଯାଇଥାଏ । ଆଜିର ଦିନରେ ଦୀପ ଜାଳିବା ସହ ରଙ୍ଗବେରଙ୍ଗ ଆଲୋକମାଳାରେ ଝଲସି ଉଠେ ପ୍ରତ୍ୟକ ଘର । ଦୀପାବଳି ଦିନ ଦେବୀ ଲକ୍ଷ୍ମୀ ଏବଂ ଭଗବାନ ଗଣେଶଙ୍କ ପୂଜାର୍ଚ୍ଚନା କରାଯାଏ ।

Diwali 2024

ତେବେ ଚଳିତ ବର୍ଷ ଅକ୍ଟୋବର ୩୧ ଓ ନଭେମ୍ବର ୧ ତାରିଖ, ଦୁଇ ଦିନ ରହିଛି ଅମାବାସ୍ୟା ତିଥି । ତେଣୁ କେଉଁ ଦିନ ଦୀପାବଳୀ ପାଳନ କରାଯିବ ସେ ନେଇ ଦେଖାଦେଇଛି ଦ୍ଵନ୍ଦ । କୋହେନୂର କ୍ୟାଲେଣ୍ଡରରେ ସ୍ପଷ୍ଟ ଭାବେ ଉଲ୍ଲେଖ ରହିଛି ଯେ, ଅକ୍ଟୋବର ୩୧ ତାରିଖରେ ପଡୁଛି ଦୀପାବଳି। ସେହିପରି ବିରଜା ପାଞ୍ଜିରେ ମଧ୍ୟ ଅକ୍ଟୋବର ୩୧ ତାରିଖରେ ଦୀପାବଳି ପଡୁଥିବା ଉଲ୍ଲେଖ ରହିଛି। ତେବେ ଅସଲି ଖଡ଼ିରତ୍ନ ପଞ୍ଜିକାରେ ୩୧ରେ ଶ୍ୟାମାକାଳୀ ପୂଜା ଉଲ୍ଲେଖ ରହିଛି। ଆଉ ନଭେମ୍ବର ୧ ତାରିଖରେ ବଡ଼ବଡ଼ିଆ ଡାକ ଓ ଦୀପାବଳି ପାଳନ ହେବା ନେଇ ସୂଚନା ରହିଛି।

ଶ୍ରୀମନ୍ଦିର ସଂସ୍କୃତି ଅନୁଯାୟୀ ସୂର୍ଯ୍ଯୋଦୟ ପରେ ତିଥି ରହିଲେ ସେଦିନ ଏହାକୁ ପାଳନ କରାଯାଇଥାଏ । ତେଣୁ କାଳୀପୂଜା ମଧ୍ଯରାତ୍ରୀରୁ କରାଯାଉଥିବାରୁ ୩୧ ତାରିଖ ରାତିରେ ଦେବୀ ପୂଜା କରାଯିବ । ସେହିପରି ୧ ତାରିଖରେ ଶ୍ରୀମନ୍ଦିରେ ଦୀପାବଳି ପାଳନ କରାଯିବ । ସେହିଦିନ ଶ୍ରୀମନ୍ଦିର ନିକଟରେ ଶ୍ରଦ୍ଧାଳୁ ମାନେ ପ୍ରୟା ଶ୍ରାଦ୍ଧ ପାଳନ କରି ସହ ବଡୁ ବଡୁଆ ଡାକିବେ l

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+