୪ ଦିନ ପରେ ରାଜ୍ୟରେ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ; ଭୁବନେଶ୍ବର ସମେତ ବିଭିନ୍ନ ସ୍ଥାନରେ ଗଡ଼ିଲା ବସ୍

ରାଜ୍ୟରେ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ । ଭୁବନେଶ୍ବର ସମେତ ବିଭିନ୍ନ ସ୍ଥାନରେ ଗଡ଼ିଲା ବସ୍। ୪ ଦିନ ପରେ ଘରୋଇ ବସ୍‌ ଚଳାଚଳ ସ୍ବାଭାବିକ ହେଲା ।

Domestic bus services return to normal in the state after 4 days

ଗତ ୮ ତାରିଖରୁ ଡ୍ରାଇଭର ମହାସଂଘ ଆନ୍ଦୋଳନ ଯୋଗୁ ରାଜ୍ୟବ୍ୟାପୀ ବସ୍ ଚଳାଚଳ ବନ୍ଦ ରହିଛି। ଡ୍ରାଇଭରଙ୍କ ଆନ୍ଦୋଳନ ଯୋଗୁଁ ୪ ଦିନ ହେଲା ଯାତ୍ରୀ ପରିବହନ ଠପ ହୋଇ ଯାଇଛି। ଯାତ୍ରୀ ପରିବହନ କ୍ଷେତ୍ରରେ ସମସ୍ତ ବସ ମାଲିକ ଓ କର୍ମଚାରୀମାନଙ୍କୁ ସମସ୍ତ ରୁଟରେ ବସ ଚଳାଚଳ ଆରମ୍ଭ କରିବା ପାଇଁ ରାଜ୍ୟ ବସ୍ ମାଲିକ ସଂଘ ପକ୍ଷରୁ ନିବେଦନ କରାଯାଇଛି । ଅନ୍ୟପଟେ ସମ୍ବଲପୁର ଡ୍ରାଇଭର ମହାସଂଘର ସଭାପତି କହିଛନ୍ତି, ସବୁ ଜିଲ୍ଲାରେ ଡ୍ରାଇଭର ଆନ୍ଦୋଳନ ଜାରି ରହିଛି । ବସ୍ କିଏ ଚଲାଇବ ? ସେପଟେ ଘରୋଇ ବସ୍ ମାଲିକ ସଂଘର ଘୋଷଣା ପରେ ରାଜ୍ୟ ଡ୍ରାଇଭର ମହାସଂଘ ସଭାପତି ପ୍ରଶାନ୍ତ ମେଣ୍ଡୁଲିଙ୍କ ପ୍ରତିକ୍ରିୟା ମିଳିପାରି ନାହିଁ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+