ସୁଭଦ୍ରାକୁ ନେଇ କୌଣସି ଗୁଜବରେ ବିଶ୍ୱାସ କରନ୍ତୁ ନାହିଁ , ଡିଜିଟାଲ ମୁଡ଼ରେ ଖର୍ଚ୍ଚ କରି ଅଧିକ ୫୦୦ ଲାଭ ପାଆନ୍ତୁ
ସୁଭଦ୍ରାକୁ ନେଇ ବଡ ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସୁଭଦ୍ରାକୁ ନେଇ ଭ୍ରମିତ ନହେବାକୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି। ସେ କହିଛନ୍ତି, ସୁଭଦ୍ରାକୁ ନେଇ ଅନେକ ଗୁଜବ ସୃଷ୍ଟି କରାଯାଉଛି, ଭ୍ରମିତ ହୁଅନ୍ତୁନି। ବ୍ୟାଙ୍କରୁ ଟଙ୍କା ନ ଉଠାଇଲେ ସରକାର ନେଇଯିବା ନେଇ ଗୁଜବ କରାଯାଉଛି। ବାସ୍ତବରେ ସେଭଳି କିଛି ନାହିଁ, ଏଭଳି ମିଥ୍ୟା ପ୍ରଚାର ଶୁଣନ୍ତୁନି। ଯେଉଁମାନେ ଟଙ୍କା ପାଇଛନ୍ତି, ସେ ଟଙ୍କା ତାଙ୍କର, ଖର୍ଚ୍ଚ କରିପାରିବେ। ଡିଜିଟାଲ ମୋଡରେ ଖର୍ଚ୍ଚକରି ଅଧିକ ୫୦୦ ଟଙ୍କା ଲାଭବାନ ହୁଅନ୍ତୁ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।

ଅନ୍ୟପଟେ ସରକାରର ୧୦୦ ଦିନ ପୂର୍ତ୍ତିରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଅଭିଭାଷଣ ଦେଇ କହିଥିଲେ, ମହିଳାଙ୍କୁ ଶକ୍ତିଶାଳୀ କରିବା ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ। ସୁଭଦ୍ରା ସହାୟତା ମିଳିବ ବୋଲି କୁହାଯାଉଥିଲା। ତାହା ହୋଇଛି। ୨୫ ଲକ୍ଷ ମହିଳାଙ୍କୁ ସୁଭଦ୍ରା ମିଳିଛି, ଅନ୍ୟ ମହିଳାଙ୍କୁ ଖୁବଶୀଘ୍ର ମିଳିବ। ମୋଦି ଗ୍ୟାରେଣ୍ଟିରେ ଯାହା ଲେଖିଛୁ, ସବୁ ଗୋଟିଏ ଗୋଟିଏ ପୂରଣ କରାଯିବ ବୋଲି ପ୍ରଭାତୀ ପରିଡା କହିଛନ୍ତି।
ସେପ୍ଟେମ୍ବର ୧୭ରେ ନିଜ ଜନ୍ମଦିନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାରେ ଜନତା ମଇଦାନରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ ମହିଳାଙ୍କ ଆକାଉଣ୍ଟକୁ ୫ ହଜାର ଟଙ୍କା ଯାଇଛି। ଓଡ଼ିଶାର ପ୍ରାୟ ୨୫ ଲକ୍ଷ ୧୧ ହଜାର ହିତାଧିକାରୀଙ୍କ ଖାତାକୁ ଯାଇଛି ସୁଭଦ୍ରା ଟଙ୍କା। ହେଲେ ଅଧିକାଂଶ ମହିଳାଙ୍କ ଖାତାକୁ ସୁଭଦ୍ରା ଟଙ୍କା ଯାଇନାହିଁ। ଯାହାକୁ ନେଇ ସେମାନେ ଦ୍ୱନ୍ଦ୍ୱରେ ହିତାଧିକାରୀ।












Click it and Unblock the Notifications