ପୁରୀରେ ପହଞ୍ଚିଲା ଡବଲ ଡେକର ବସ୍‌; ଭୁବନେଶ୍ବରରୁ ଟ୍ରାଏଲ୍‌ ରନ୍‌ରେ ଯାଇ ପହଞ୍ଚିଲା

ପୁରୀରେ ପହଞ୍ଚିଲା ଡବଲ ଡେକର ବସ୍‌ । ଭୁବନେଶ୍ବରରୁ ଟ୍ରାଏଲ୍‌ ରନ୍‌ରେ ଯାଇ ପହଞ୍ଚିଲା । ପ୍ରବାସୀ ଭାରତୀୟ ଦିବସରେ ବ୍ୟବହାର ପୂର୍ବରୁ ଟ୍ରାଏଲ୍‌ ରନ୍‌ ।

ଏହି ବସ୍‌ ସର୍ବ ଭାରତରେ ପ୍ରଥମ ବୋଲି ଜଣାଯାଇଛି । ଥରେ ବିଦ୍ୟୁତ୍‌ ସଂଯୋଗ କଲେ ଏହା ପ୍ରାୟ ୨୫୦ରୁ ୩ଶହ କିମି ପର୍ଯ୍ୟନ୍ତ ଯାଇ ପାରିବ । ବସ୍‌ଟି ୫୫ ସିଟ୍‌ ବିଶିଷ୍ଟ ହୋଇଥିବା ବେଳେ ଏହାର ବେଗ ୪୫ କିମି ରହିଛି । ଏହା ଶୀତତାପ ନିୟନ୍ତ୍ରୀତ ବସ୍‌ ହୋଇଥିବା ବେଳେ ତାହା ସବୁବେଳେ ସିସିଟିଭି ନଜରରେ ରହିବ । ଏଥିସହ ଏହାର ସିଟ୍‌କୁ ବି ଯାତ୍ରୀଙ୍କ ନିମନ୍ତେ ଆରାମଦାୟକ କରାଯାଇଛି ।

ପ୍ରଥମେ ପ୍ରବାସୀଙ୍କୁ ବୁଲାଇବ ପରେ ଏହି ବସ୍‌ ଭୁବନେଶ୍ୱର, କଟକ, ଖୋର୍ଦ୍ଧା, ପୁରୀରେ ଚାଲିବ । ଡବଲ ଡେକର ବସ୍ରେ ଓଡ଼ିଆ କଳା ସଂସ୍କୃତିର ଚିହ୍ନ ରହିଛି । ସାମ୍ନା ପଟରେ ରହିଛି କୋଣାର୍କ ଚକ ଚିହ୍ନ । ଶ୍ରୀମନ୍ଦିର, ଧଉଳି ଶାନ୍ତି ସ୍ତୁପ ଓ କଟକ ବାଲିଯାତ୍ରାର ଛବି ବି ଏହି ବସ୍‌ରେ ରହିଛି । ଫଳରେ ଅତ୍ୟାଧୁନିକ ସେବାରେ ପରିପୂର୍ଣ୍ଣ ଏହି ବସ୍‌ ଓଡ଼ିଶାର କଳା ସଂସ୍କୃତିକୁ ବି ବହନ କରିଛି ।

Double decker bus arrived in Puri

ପ୍ରାରମ୍ଭିକ ଭାବେ ପ୍ରବାସୀ ଭାରତୀୟଙ୍କୁ ବୁଲାଇବ ଡବଲ୍ ଡେକର ବସ୍ । ଏନେଇ ସୂଚନା ସୂଚନା ଦେଇଛନ୍ତି ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ଏହି ଅବସରରେ ସେ କହିଛନ୍ତି, ପ୍ରବାସୀ ଭାରତୀୟ ଙ୍କ ଉଦ୍ଦେଶ୍ୟରେ ଏହାକୁ ପ୍ରଥମେ ବ୍ୟବହାର କରାଯିବ। ପରେ ସାଧାରଣ ଲୋକଙ୍କ ପାଇଁ ବ୍ୟବହୃତ ହେବ ।

କଟକରୁ ଭୁବନେଶ୍ୱର ମଧ୍ୟରେ ୨ଟି ଡବଲ୍ ଡେକର୍ ବସ୍ ଓ ଭୁବନେଶ୍ୱରରୁ ପୁରୀ ମଧ୍ୟରେ ଅନ୍ୟ ୨ଟି ବସ୍ ଚଳାଇବା ପାଇଁ ଯୋଜନା କରିଛି କ୍ରୁଟ୍ । ଓଡ଼ିଶାରେ ପ୍ରଥମ ଥର ପାଇଁ ଏହି ଡବଲ ଡେକର ବସ୍ ଚାଲିବାକୁ ଥିବରୁ ଏହାକୁ ନେଇ ରାଜଧାନୀବାସିନ୍ଦାଙ୍କ ମଧ୍ୟରେ ଉତ୍ସୁକତା ବଢ଼ିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+