ବଙ୍ଗୋପସାଗରରେ ଡବଲ ଲଘୁଚାପ; ସାରା ଓଡିଶାକୁ ବର୍ଷା ଚେତାବନୀ

ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ସହ ଏକକାଳୀନ ୨ଟି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଗୋଟିଏ ଲଘୁଚାପ ପୂର୍ବ ଭାଗରେ ଦକ୍ଷିଣ ପଶ୍ଚିମ ବାଂଲାଦେଶ ପାଶ୍ବବର୍ତ୍ତୀ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକାରେ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ।

ଏହାର ପ୍ରଭାବରେ ଉତ୍ତର ଓଡ଼ିଶା ସମେତ ପାର୍ଶ୍ୱବର୍ତ୍ତି ପଶ୍ଚିମବଙ୍ଗ, ଝାଡଖଣ୍ଡ ରାଜ୍ୟର ଅନେକ ସ୍ଥାନରେ ଜାରି ରହିଛି ବର୍ଷା । ସେପଟେ ପଶ୍ଚିମ ଭାଗରେ ଲଘୁଚାପଟି ଦକ୍ଷିଣ ଗୁଜରାଟ ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଛି । ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଥିବା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ । ଲଘୁଚାପ ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି ।

Double low pressure over Bay of Bengal

ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ରର ପୂର୍ବାନୁମାନ । ଆଜି ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଗୋଟେ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଜ୍ଞାନ କେନ୍ଦ୍ରର ଆକଳନ । ଏପଟେ ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି ।

ବଙ୍ଗୋପସାଗରରେ ଡବଲ ଲଘୁଚାପ, ପ୍ରବଳ ବର୍ଷିବ । ଏହାକୁ ଦୃଷ୍ଟିରେ ରଖି ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନ ଯିବା ପାଇଁ ପରାମର୍ଶ ଦିଆଯାଇଛି । ଏହା ସହ ଡଙ୍ଗା ଓ ଜାଲକୁ ସୁରକ୍ଷିତ ସ୍ଥାନକୁ ନେଇଯିବାକୁ ପରାମର୍ଶ ଦିଆଯାଇଛି । ବାଲେଶ୍ବର ଜିଲ୍ଲା ଭୋଗରାଇ ମତ୍ସ୍ୟ ବିଭାଗ ପକ୍ଷରୁ ଡାକ ବାଜି ଯନ୍ତ୍ର ଦ୍ୱାର ସଚେତନ କରାଯାଇଛି । ଏହା ସହ ଉପକୂଳ ବାସୀ ସହ ତଳିଆ ଅଂଚଳର ଲୋକଙ୍କୁ ସଜାଗ ରହିବା ପାଇଁ କୁହାଯାଇଛି । ଲଘୁଚାପ ପ୍ରଭାବରେ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗିରହିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଫଳରେ ସମୁଦ୍ର ଅଶାନ୍ତ ଥିବାରୁ ମତ୍ସ୍ୟଜୀବି ମାନଙ୍କୁ ୧୯ ତାରିଖ ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+