ପରଲୋକରେ ଡ଼ ଦାମୋଦର ରାଉତ, ଶୋକବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀଙ୍କ ସମେତ ବିଶିଷ୍ଟ ବ୍ୟକ୍ତି
ଭୁବନେଶ୍ୱର: ଓଡ଼ିଶା ରାଜନୀତିର ଅପୂରଣୀୟ କ୍ଷତି । ବିଜୁ ଜନତା ଦଳର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଡାକ୍ତର ଦାମୋଦର ରାଉତଙ୍କ ପରଲୋକ ହୋଇଛି । ଏହା ପରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ ବହି ବିଶିଷ୍ଟ ବ୍ୟକ୍ତି ଗଭୀର ଶୋକ ପ୍ରକାଶ କରିଛନ୍ତି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକବ୍ୟକ୍ତ କରି 'ଏକ୍ସ'ରେ ଲେଖିଛନ୍ତି, ବିଜୁ ଜନତା ଦଳର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ । ଓଡ଼ିଶା ରାଜନୀତିରେ ଏହା ଏକ ଅପୂରଣୀୟ କ୍ଷତି । ଲୋକଙ୍କ ସେବା ତଥା ଉନ୍ନତି ପାଇଁ ତାଙ୍କ କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ । ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି ।
ବିଜୁ ଜନତା ଦଳର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଓଡ଼ିଶା ରାଜନୀତିରେ ଏହା ଏକ ଅପୂରଣୀୟ କ୍ଷତି। ଲୋକଙ୍କ ସେବା ତଥା ଉନ୍ନତି ପାଇଁ ତାଙ୍କ କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା…
— Naveen Patnaik (@Naveen_Odisha) March 22, 2024
ଏହା ସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ 'ଏକ୍ସ'ରେ ଲେଖିଛନ୍ତି, ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ନେତା ଦାମୋଦର ରାଉତଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଦୀର୍ଘ ବର୍ଷ ଧରି ରାଜନୀତିରେ ସକ୍ରିୟ ରହି ଲୋକକଲ୍ୟାଣ କାର୍ଯ୍ୟରେ ନିଜକୁ ନିୟୋଜିତ କରିଥିଲେ। ତାଙ୍କ ବିୟୋଗରେ ଓଡ଼ିଶା ଜଣେ ସ୍ପଷ୍ଟବାଦୀ ଓ ଅନୁଭବୀ ରାଜନେତାଙ୍କୁ ହରାଇଲା । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଉଛି ।
ଡାକ୍ତର ଦାମୋଦର ରାଉତଙ୍କ ପରଲୋକରେ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ଶୋକପ୍ରକାଶ କରିଛନ୍ତି । ବରିଷ୍ଠ ରାଜନେତା, ଓଡ଼ିଶା ସରକାରର ପୂର୍ବତନ ମନ୍ତ୍ରୀ ତଥା ଦୀର୍ଘବର୍ଷର ବିଧାୟକ,ବିଜୁ ବାବୁଙ୍କ ଅନୁଗତ, ମୋର ବନ୍ଧୁ ଏବଂ ବହୁ ବର୍ଷର ପୂର୍ବତନ ସହଯୋଗୀ ଡ଼ଃ ଦାମୋଦର ରାଉତଙ୍କ ବିୟୋଗ ଖବର ଶୁଣି ମୁଁ ଅତ୍ୟନ୍ତ ଦୁଃଖିତ ଓ ଗଭୀର ଭାବେ ମର୍ମାହତ । ଓଡ଼ିଶା ରାଜନୀତିର ଏକ ଲମ୍ବା ଓ ଚର୍ଚ୍ଚିତ ଅଧ୍ୟାୟର ଅନ୍ତ ଘଟିଛି ବୋଲି ସୋଶାଲ ମିଡିଆ ଏକ୍ସରେ ଉଲ୍ଲେଖ କରିଛନ୍ତି ବୈଜୟନ୍ତ ।
ଡାକ୍ତର ଦାମୋଦର ରାଉତଙ୍କ ପରଲୋକରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ପିସିସି ସଭାପତି ଶରତ ପଟ୍ଟନାୟକ, ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ର ଓ ବରିଷ୍ଠ ବିଜେଡି ନେତା ଚ୍ୟାଉ ପଟ୍ଟନାୟକ ଶୋକପ୍ରକାଶ କରିଛନ୍ତି ।
ସୂଚନାଥାଉକି, ଶୁକ୍ରବାର ସକାଳେ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି । ଦାମୋଦରଙ୍କ ପୁଅ ତଥା ବିଧାୟକ ସମ୍ବିତ ରାଉତରାୟ ଏହି ସୂଚନା ଦେଇଛନ୍ତି ।












Click it and Unblock the Notifications