Get Updates
Get notified of breaking news, exclusive insights, and must-see stories!

ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମାନ ରେ ସମ୍ମାନିତ ହେବେ ବିଶିଷ୍ଟ ଭାଷାବିତ୍ ଡକ୍ଟର ଦେବୀପ୍ରସନ୍ନ ପଟ୍ଟନାୟକ

ଭୁବନେଶ୍ଵର: ବିଶିଷ୍ଟ ଭାଷାବିତ୍ ଡକ୍ଟର ଦେବୀପ୍ରସନ୍ନ ପଟ୍ଟନାୟକ ଙ୍କୁ ମିଳିବ ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମାନ । ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମିଳନୀ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ବିଶିଷ୍ଟ ଭାଷାବିତ୍ ପଦ୍ମଶ୍ରୀ ଡକ୍ଟର ଦେବୀପ୍ରସନ୍ନ ପଟ୍ଟନାୟକ ଙ୍କୁ ସମ୍ମାନିତ କରିବେ । ଓଡ଼ିଆ ଭାଷା ଉପରେ ତାଙ୍କର ଉଚ୍ଚକୋଟୀର ଗବେଷଣା ଦିଗରେ ଜୀବନ ବ୍ୟାପୀ ସାଧନାର ସ୍ୱୀକୃତି ସ୍ଵରୂପ ତାଙ୍କୁ ବିଶ୍ଵ ଓଡିଆ ସମ୍ମାନରେ ସମ୍ମାନିତ କରାଯିବ । ପୁରସ୍କାର ବାବଦରେ ତାଙ୍କୁ କୋଡ଼ିଏ ଲକ୍ଷ ଟଙ୍କା ଓ ମାନପତ୍ର ପ୍ରଦାନ କରାଯିବ ।

Dr Debi Prasanna Pattanayak

ଡକ୍ଟର ପଟ୍ଟନାୟକଙ୍କ ଗବେଷଣା ଓଡ଼ିଆ ଭାଷାକୁ ବହୁ ଭାବରେ ସମୃଦ୍ଧ କରିଛି । ଭାରତର ଜଣେ ବିଶିଷ୍ଟ ବିଦ୍ୱାନ ଓ ଭାଷାବିତ୍ ଭାବରେ ଡକ୍ଟର ପଟ୍ଟନାୟକ ବେଶ୍ ସୁପରିଚିତ । ଭାରତୀୟ ଭାଷା ପ୍ରତିଷ୍ଠାନର ପ୍ରତିଷ୍ଠାତା ନିର୍ଦ୍ଦେଶକ ଭାବରେ ଡକ୍ଟର ପଟ୍ଟନାୟକ ଅନେକ ସୁନାମ ଅର୍ଜନ କରିଛନ୍ତି । ଭାରତୀୟ ଭାଷା ସମୂହର ବିକାଶ ଦିଗରେ ତାଙ୍କର ସମର୍ପିତ ଉଦ୍ୟମ ପାଇଁ ଡକ୍ଟର ପଟ୍ଟନାୟକ ପଦ୍ମଶ୍ରୀ ସମ୍ମାନରେ ମଧ୍ୟ ସମ୍ମାନିତ ହୋଇଛନ୍ତି । ଓଡ଼ିଆ ଭାଷାକୁ ଶାସ୍ତ୍ରୀୟ ମାନ୍ୟତା ପ୍ରଦାନ ଦିଗରେ ଡକ୍ଟର ପଟ୍ଟନାୟକଙ୍କ ବହୁମୂଲ୍ୟ ଅବଦାନ ସର୍ବଜନବିଦିତ ।

ଭାରତୀୟ ଭାଷା ପରିଷଦର ସଭାପତି ତଥା ହାଇଦ୍ରାବାଦ ବିଶ୍ୱବିଦ୍ୟାଳୟର ଭାଷା ବିଭାଗର ପୂର୍ବତନ ପ୍ରଫେସର ଜି ଉମା ମହେଶ୍ଵର ରାଓ, ଓଡ଼ିଆ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ସବିତା ପ୍ରଧାନ, ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ପି କେ ସ୍ଵାଇଁ ଏବଂ କେନ୍ଦ୍ର ଶିକ୍ଷା ବିଭାଗର ଶାସ୍ତ୍ରୀୟ ଓଡ଼ିଆ ଅଧ୍ୟୟନ ଉତ୍କର୍ଷ କେନ୍ଦ୍ରର ପ୍ରକଳ୍ପ ନିର୍ଦ୍ଦେଶକ ପ୍ରଫେସର ବସନ୍ତ କୁମାର ପଣ୍ଡାଙ୍କୁ ନେଇ ଓଡିଶା ସରକାରଙ୍କ ଦ୍ୱାରା ଗଠିତ କମିଟି ସର୍ବସମ୍ମତି କ୍ରମେ ଡକ୍ଟର ଦେବୀପ୍ରସନ୍ନ ପଟ୍ଟନାୟକଙ୍କ ନାମକୁ ଏହି ସମ୍ମାନଜନକ ପୁରସ୍କାର ପାଇଁ ସୁପାରିଶ କରିଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+