Droupadi Murmu: ଆଜି ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶା ଆସିବେ । ପ୍ରବାସୀ ଭାରତୀୟ ଦିବସରେ ଯୋଗଦାନ ପାଇଁ ଆଜି ଅପରାହ୍ନରେ ରାଷ୍ଟ୍ରପତି ଭୁବନେଶ୍ବରରେ ପହଞ୍ଚିବେ ।
ରାଷ୍ଟ୍ରପତି ଅପରାହ୍ନ ୩.୦୦ ଟାରେ ଗୁଆହାଟୀ ବିମାନ ବନ୍ଦରରୁ ବାୟୁସେନା ବିମାନ ଯୋଗେ ବାହାରି ଅପରାହ୍ଣ ୪ ଟା ୩୫ରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବାର କାର୍ଯ୍ୟକ୍ରମ ରହିଛି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁରୁବାର ଓଡ଼ିଶାର ଭୁନେଶ୍ବରର ଜନତା ମଇଦାନଠାରେ ଅନୁଷ୍ଠିତ ହେଉଥିବା ୧୮ତମ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀ ଉଦ୍ଘାଟନ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ପ୍ରବାସୀ ଭାରତୀୟ ଏକ୍ସପ୍ରେସ୍ର ଶୁଭାରମ୍ଭ କରିଛନ୍ତି। ପ୍ରଧାନମନ୍ତ୍ରୀ ସବୁଜ ପତାକା ଦେଖାଇ ଏହି ଏକ୍ସପ୍ରେସ୍ର ଶୁଭାରମ୍ଭ କରିଛନ୍ତି।
ଏହା ସହିତ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶା ଭାରତୀୟ ଐତିହ୍ୟର ପଦଚିହ୍ନ ଧାରଣ କରିଛି। ରାଜ୍ୟର ଧଉଳି ଶାନ୍ତିସ୍ତୁପ ପ୍ରମାଣିତ କରିଥିଲା ଯେ, ତରବାରୀ ଦ୍ବାରା ହୃଦୟ ଜୟ ଅବା ଶାନ୍ତି ପ୍ରତିଷ୍ଠା କରାଯାଇପାରେ ନାହିଁ।












Click it and Unblock the Notifications