ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କୁ ଦର୍ଶନ କରିବେ ରାଷ୍ଟ୍ରପତି ମୁର୍ମୁ, ଦିନ ସାଢ଼େ ୧୦ରୁ ସାଧାରଣ ଦର୍ଶନ ବନ୍ଦ

ଆସନ୍ତା ୧୦ରେ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କୁ ଦର୍ଶନ କରିବେ ରାଷ୍ଟ୍ରପତି ମୁର୍ମୁ । ଏନେଇ ଆଜି ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ପୁରୀ ସର୍କିଟ ହାଉସ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇ

ପୁରୀ: ଆସନ୍ତା ୧୦ରେ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କୁ ଦର୍ଶନ କରିବେ ରାଷ୍ଟ୍ରପତି ମୁର୍ମୁ । ଏନେଇ ଆଜି ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ପୁରୀ ସର୍କିଟ ହାଉସ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଛତିଶା ନିଯୋଗ, ନିତୀ ସବ କମିଟି ଓ ଶ୍ରୀମନ୍ଦିର ପରିଚାଳନା କମିଟିର ସଦସ୍ୟମାନେ ଯୋଗ ଦେଇଥିଲେ। ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ରାଷ୍ଟ୍ରପତିଙ୍କ ଗସ୍ତ ଓ ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ପାଇଁ ବୈଠକରେ ସେବାୟତଙ୍କ ସହଯୋଗ କାମନା କରା ଯାଇଥିଲା।

Draupadi Murmu

ରାଷ୍ଟ୍ରପତି ନିର୍ଦ୍ଧାରିତ ତାରିଖରେ ପୁରୀରେ ପହଞ୍ଚିବା ପରେ ଦିନ ୧୨ଟାରୁ ୧ଟା ଭିତରେ ଶ୍ରୀଜୀଉଙ୍କ ଦର୍ଶନ କରିବେ। ସେ ଗର୍ଭଗୃହକୁ ଯାଇ ଠାକୁରଙ୍କ ପୂଜାର୍ଚ୍ଚନା କରିବେ। ପରେ ମହାପ୍ରସାଦ ସେବନ ବରିବେ। ଏଥିପାଇଁ ସାଧାରଣ ଦର୍ଶନ ବ୍ୟବସ୍ଥା ଦିନ ପ୍ରାୟ ସାଢ଼େ ୧୦ଟାରୁ ବନ୍ଦ କରି ଦିଆଯିବ। ରାଷ୍ଟ୍ରପତିଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ସମସ୍ତ ପଦକ୍ଷେପ ନିଆଯିବ।

ରାଷ୍ଟ୍ରପତି ଶ୍ରୀମନ୍ଦିର ଯାଇ ଦର୍ଶନ କରିବା ପରେ ସର୍ବସାଧାରଣ ଦର୍ଶନ ଆରମ୍ଭ କରାଯିବ। ସିଂହଦ୍ଵାର ନିକଟରେ ଥିବା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ। ଏ ସମସ୍ତ ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ପାଇଁ ଆଜି ଅନୁଷ୍ଠିତ ବୈଠକରେ ଜିଲ୍ଲାପାଳ ସମର୍ଥ ବର୍ମା, ଏସପି କନୱର ବିଶାଳ ସିଂ, ପରିଚାଳନା କମିଟି ସଦସ୍ୟ ଓ ଛତିଶା ନିଯୋଗର ପ୍ରମୁଖ ସଦସ୍ୟ ସାମିଲ ହୋଇଥିଲେ।

ସୂଚନା ଥାଉକି, ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ସେ ଆସନ୍ତା ୧୦ତାରିଖ ପୂର୍ବାହ୍ନରେ ଭୁବନେଶ୍ୱରରେ ପହଞ୍ଚିବେ । ସେଠାରୁ ଶ୍ରୀକ୍ଷେତ୍ର ପୁରୀ ଅଭିମୁଖେ ଯାତ୍ରା କରିବେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+